ସୁବର୍ଣ୍ଣପୁର ଜିଲାରେ ପ୍ରଥମ କରୋନା ମୃତ୍ୟୁ: ଡାକ୍ତରଖାନାରେ ପଡିରହିଛି ମୃତଦେହ

ସୋନପୁର,୧୪।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ପ୍ରଥମ କରି କରୋନାରେ ଆକ୍ରାନ୍ତ ଜଣେ ବିବାହିତ ମହିଳା(୩୫)ଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି । ମୃତ ମହିଳାଙ୍କ ଘର ଡୁଙ୍ଗୁରିପାଲି ବ୍ଲକର ଶୁଖା ଅଞ୍ଚଳରେ । ତେବେ ଏହା ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳି ଯାଇଥିବା ବେଳେ ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଡାକ୍ତରଖାନାରେ ମୃତଦେହ ପଡିରହିଛି ା ଜିଲା ପ୍ରଶାସନ କିମ୍ବା ସ୍ବାସ୍ଥ୍ୟ ବିଭାଗର ଜିଲାସ୍ତରୀୟ ଅଧିକାରୀ ଘଟଣାସ୍ଥଳକୁ ଯାଇ ନ ଥିବାରୁ ଉତ୍ତେଜନା ପ୍ରକାଶ ପାଇଛି ।
ପ୍ରକାଶ ଯେ, ଥଣ୍ଡା ଓ ଜ୍ୱର ଭଲ ନ ହେବାରୁ ପରିବାର ଲୋକେ ସମ୍ପୃକ୍ତ ମହିଳାଙ୍କୁ ଶୁକ୍ରବାର ସକାଳେ ଡୁଙ୍ଗୁରିପାଲି ଡାକ୍ତରଖାନାକୁ ନେଇଥିଲେ । ତେବେ ଡାକ୍ତରଖାନାରେ ପହଞ୍ଚତ୍ଲା ବେଳକୁ ମହିଳାଙ୍କ ମୃତ୍ୟୁ ଘଟିଥିଲା । ମୃତ ମହିଳାଙ୍କ ସହିତ ଡାକ୍ତରଖାନା ଆସିଥିବା ପରିବାର ଲୋକଙ୍କ ନିକଟରେ କରୋନା ଲକ୍ଷଣ ପ୍ରକାଶ ପାଇଥିଲା । ଏହା ଦେଖି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସେମାନଙ୍କ ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ କରା ଯାଇଥିଲା । ପରୀକ୍ଷାରୁ ମହିଳାଙ୍କ ପରିବାରର ୩ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା । ପରେ ଶୁଖା ଗ୍ରାମର ଅନ୍ୟ ୨ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସିବାରୁ ମୃତ ମହିଳାଙ୍କ ସ୍ବାବ୍‌ ନମୁନା ନିଆ ଯାଇଥିଲା । ରିପୋର୍ଟରୁ ମୃତ ମହିଳା ସଂକ୍ରମିତ ଥିବା ସ୍ପଷ୍ଟ ହୋଇଥିଲା । ଏହି ଖବର ପ୍ରଚାରିତ ହେବା ପରେ ଶୁଖା ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି ା କୋଭିଡ୍‌ ଗାଇଡ ଲାଇନ ଅନୁଯାୟୀ କରୋନାରେ କେହି ମୃତ୍ୟୁବରଣ କଲେ ପ୍ରଶାସନ ମୃତଦେହ ସତ୍କାର କରାଇବ ା କିନ୍ତୁ ଦୀର୍ଘ ୯ ଘଣ୍ଟା ଧରି ଡାକ୍ତରଖାନା ପରିସରରେ ମୃତଦେହ ପଡି ରହଥିଲେ ହେଁ ପ୍ରଶାସନର ନିଦ ଭାଙ୍ଗିନାହିଁ ା ଏହାକୁ ନେଇ ଉତ୍ତେଜନା ଲାଗି ରହିଛି ା ଖବର ଲେଖା ହେବା ପର୍ଯ୍ୟନ୍ତ ରାମପୁର ତହସିଲଦାର ଯୁଗଳ କିଶୋର ବିଶ୍ୱାଳ ଓ ଡୁଙ୍ଗୁରିପାଲି ଆଇଆଇସି ଭାନୁପ୍ରସାଦ ଯାଦବ ଉପସ୍ଥିତ ଥିଲେ ମଧ୍ୟ ମୃତଦେହକୁ ଉଠାଯାଇ ପାରିନାହିଁ । ଏ ସମ୍ପର୍କରେ ଡାକ୍ତରଖାନାର ଭାରପ୍ରାପ୍ତ ଅଧିକାରୀ ଡାକ୍ତର ପାର୍ଥ ପ୍ରତିମା ପଣ୍ଡାଙ୍କୁ ପଚାରିବାରୁ ଆମେ ପୂର୍ବାହ୍ନ ୧୦ଟାରୁ ମୃତଦେହକୁ ସିଲ୍‌ କରି ରଖିଛୁ । ଡାକ୍ତରଖାନାକୁ ସାନିଟାଇଜ୍‌ କରିଛୁ । ମୃତଦେହ ସତ୍କାର କାମ ପ୍ରଶାସନର ବୋଲି ଡାକ୍ତର ପଣ୍ଡା କହିଥିଲେ । ଅପରପକ୍ଷରେ ମୃତଦେହ ନେବା ପାଇଁ ଆମ୍ବୁଲାନ୍ସ କି ଘରୋଇ ଭ୍ୟାନ୍‌ର ଡ୍ରାଇଭର ରାଜି ହେଉ ନ ଥିବା କୁହାଯାଉଛି ା


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri