ଢେଙ୍କାନାଳ ଅଫିସ, ୮।୮
ଢେଙ୍କାନାଳ ଜିଲାରେ ପ୍ରଥମ ମୁଣ୍ଡ ନେଇଛି କରୋନା। ମୃତକ ଭୁବନ ଏନ୍ଏସିର ୬୧ ବର୍ଷୀୟ ପୁରୁଷ। ସେ ଉଚ୍ଚ ରକ୍ତଚାପ ଏବଂ ମଧୁମେହରେ ଆକ୍ରାନ୍ତ ଥିଲେ। କଟକସ୍ଥିତ ଏସ୍ସିବି ମେଡିକାଲ କଲେଜରେ ଚିକିତ୍ସାଧୀନ ଥିବାବେଳେ କରାଯାଇଥିବା ପରୀକ୍ଷାରୁ ତାଙ୍କ ରିପୋର୍ଟ କରୋନା ପଜିଟିଭ୍ ଆସିଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି।
ଜଟିଳ ରୋଗରେ ପୀଡ଼ିତ ଥାଇ ସଂକ୍ରମିତ ହୋଇଥିବାରୁ ଆକ୍ରାନ୍ତଙ୍କୁ ଆଇସୋଲେଶନ ୱାର୍ଡରେ ରଖାଯାଇଥିଲା। ଭେଣ୍ଟିଲେଟର ବ୍ୟବସ୍ଥା କରାଯିବା ସହ ଆନୁଷଙ୍ଗିକ ଚିକିତ୍ସା ମଧ୍ୟ କରାଯାଉଥିଲା। ଏସବୁ ସତ୍ତ୍ୱେ ଗତ ୪ ତାରିଖ ଅପରାହ୍ନ ୧ଟା ୪୫ରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଟାଇପ୍-୨ ଡାଇବେଟିସ୍ ଓ ଉଚ୍ଚ ରକ୍ତଚାପ ଯୋଗୁ ସେ ଅସୁସ୍ଥ ଥିଲେ। କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ଘଟିଥିବା ଡେଥ୍ ଅଡିଟିଂରେ କୁହାଯାଇଛି। ମୃତକଙ୍କ ସ୍ତ୍ରୀ ଏବଂ ପୁଅ ମଧ୍ୟ କରୋନା ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି। ଜିଲାରେ କରୋନାଜନିତ ପ୍ରଥମ ମୃତ୍ୟୁ ହେବା ପରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଦୁଃଖ ପ୍ରକାଶ କରିଛନ୍ତି। ଏଥିସହ ମୃତବ୍ୟକ୍ତିଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।
ଅନ୍ୟପଟେ ଢେଙ୍କାନାଳ ଜିଲାରୁ ଶୁକ୍ରବାର ଗୋଟିଏ ଦିନରେ ୪୩ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରେ ଗଁଦିଆ ବ୍ଲକରୁ ୪୦, ଭୁବନ ବ୍ଲକରୁ ଜଣେ, କାମାକ୍ଷାନଗର ବ୍ଲକରୁ ଜଣେ ଏବଂ ଏନ୍ଏସିରୁ ଜଣେ ଅଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୮ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ସେହିପରି ଜିଲା ଚିକିତ୍ସାଳୟରେ ଆଣ୍ଟିଜେନ୍ ଟେଷ୍ଟରୁ ଅନ୍ୟ ୫ଜଣ କରୋନା ପଜିଟିଭ୍ ବୋଲି ଜଣାପଡ଼ିଥିଲା। ସମସ୍ତଙ୍କୁ ଜିଲା କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେହିପରି ଶୁକ୍ରବାର ୭୫ଜଣ ଆରୋଗ୍ୟ ଲାଭ କରିଛନ୍ତି। ଜିଲାରେ ମୋଟ୍ ୪୯୩ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ୨୭୦ଜଣ ଆରୋଗ୍ୟ ଲାଭ କରିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….
ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…
ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ
ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…
ଫିଲ୍ମ ଷ୍ଟାଇଲ୍ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…
ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…
ବାଇକରେ ଯାଉଥିବାବେଳେ ହଠାତ୍ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…
ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…
ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ
ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…
ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…
ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…
ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….
ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ ଦୁଇ…
ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ
ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…
Archives

