ଜିଲାରେ ପ୍ରଥମ କରୋନା ମୃତ୍ୟୁ

ଢେଙ୍କାନାଳ ଅଫିସ, ୮।୮
ଢେଙ୍କାନାଳ ଜିଲାରେ ପ୍ରଥମ ମୁଣ୍ଡ ନେଇଛି କରୋନା। ମୃତକ ଭୁବନ ଏନ୍‌ଏସିର ୬୧ ବର୍ଷୀୟ ପୁରୁଷ। ସେ ଉଚ୍ଚ ରକ୍ତଚାପ ଏବଂ ମଧୁମେହରେ ଆକ୍ରାନ୍ତ ଥିଲେ। କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜରେ ଚିକିତ୍ସାଧୀନ ଥିବାବେଳେ କରାଯାଇଥିବା ପରୀକ୍ଷାରୁ ତାଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି।
ଜଟିଳ ରୋଗରେ ପୀଡ଼ିତ ଥାଇ ସଂକ୍ରମିତ ହୋଇଥିବାରୁ ଆକ୍ରାନ୍ତଙ୍କୁ ଆଇସୋଲେଶନ ୱାର୍ଡରେ ରଖାଯାଇଥିଲା। ଭେଣ୍ଟିଲେଟର ବ୍ୟବସ୍ଥା କରାଯିବା ସହ ଆନୁଷଙ୍ଗିକ ଚିକିତ୍ସା ମଧ୍ୟ କରାଯାଉଥିଲା। ଏସବୁ ସତ୍ତ୍ୱେ ଗତ ୪ ତାରିଖ ଅପରାହ୍ନ ୧ଟା ୪୫ରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଟାଇପ୍‌-୨ ଡାଇବେଟିସ୍‌ ଓ ଉଚ୍ଚ ରକ୍ତଚାପ ଯୋଗୁ ସେ ଅସୁସ୍ଥ ଥିଲେ। କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ଘଟିଥିବା ଡେଥ୍‌ ଅଡିଟିଂରେ କୁହାଯାଇଛି। ମୃତକଙ୍କ ସ୍ତ୍ରୀ ଏବଂ ପୁଅ ମଧ୍ୟ କରୋନା ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି। ଜିଲାରେ କରୋନାଜନିତ ପ୍ରଥମ ମୃତ୍ୟୁ ହେବା ପରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଦୁଃଖ ପ୍ରକାଶ କରିଛନ୍ତି। ଏଥିସହ ମୃତବ୍ୟକ୍ତିଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।
ଅନ୍ୟପଟେ ଢେଙ୍କାନାଳ ଜିଲାରୁ ଶୁକ୍ରବାର ଗୋଟିଏ ଦିନରେ ୪୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରେ ଗଁଦିଆ ବ୍ଲକରୁ ୪୦, ଭୁବନ ବ୍ଲକରୁ ଜଣେ, କାମାକ୍ଷାନଗର ବ୍ଲକରୁ ଜଣେ ଏବଂ ଏନ୍‌ଏସିରୁ ଜଣେ ଅଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୮ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ସେହିପରି ଜିଲା ଚିକିତ୍ସାଳୟରେ ଆଣ୍ଟିଜେନ୍‌ ଟେଷ୍ଟରୁ ଅନ୍ୟ ୫ଜଣ କରୋନା ପଜିଟିଭ୍‌ ବୋଲି ଜଣାପଡ଼ିଥିଲା। ସମସ୍ତଙ୍କୁ ଜିଲା କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେହିପରି ଶୁକ୍ରବାର ୭୫ଜଣ ଆରୋଗ୍ୟ ଲାଭ କରିଛନ୍ତି। ଜିଲାରେ ମୋଟ୍‌ ୪୯୩ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ୨୭୦ଜଣ ଆରୋଗ୍ୟ ଲାଭ କରିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?