Posted inଖେଳ

ପ୍ରଥମ ଦିନିକିଆ: ଶ୍ରୀଲଙ୍କାକୁ ହରାଇଲା ବାଂଲାଦେଶ

ଢାକା, ୨୪।୫: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଘରୋଇ ବାଂଲାଦେଶ ବ୍ୟାଟିଂ ଓ ବୋଲିଂରେ ଦମ୍‌ଦାର ପ୍ରଦର୍ଶନ କରି ୩୩ ରନରେ ବିଜୟ ହାସଲ କରିଛି। ସ୍ଥାନୀୟ ଶେର ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ମ୍ୟାଚ୍‌ରେ ବାଂଲାଦେଶ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୬ ଉଇକେଟ ହରାଇ ୨୫୭ ରନ ସଂଗ୍ରହ କରିଥିଲା। ଜବାବରେ ଶ୍ରୀଲଙ୍କା ୪୮.୧ ଓଭରରେ ୨୨୪ ରନକରି ଅଲଆଉଟ ହୋଇ ପରାଜୟ ବରଣ କରିଛି। ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ବାଂଲାଦେଶ ୧-୦ରେ ଅଗ୍ରଣୀ ହାସଲ କରିଛି। ୮୪ ରନର ଉପଯୋଗୀ ଇନିଂସ ଖେଳିଥିତ୍ବା ବାଂଲାଦେଶ ଉଇକେଟକିପର ବ୍ୟାଟ୍ସମ୍ୟାନ ମୁସଫିକର ରହିମ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ।
୨୫୮ ରନ ଟାର୍ଗେଟର ପିଛା କରି ଶ୍ରୀଲଙ୍କା ଭଲ ଆରମ୍ଭ କରିଥିଲେ ମଧ୍ୟ ନିୟମିତ ଅନ୍ତରରେ ଉଇକେଟ ହରାଇଥିଲା। ଦଳର ୫ଜଣ ବ୍ୟାଟ୍ସମ୍ୟାନ ଖାତା ଖୋଲିପାରି ନ ଥିଲେ। ଦଳ ତରଫରୁ ଓ୍ବାନିଣ୍ଡୁ ହାସରଙ୍ଗା ସର୍ବାଧିକ ୭୪ ରନ ସଂଗ୍ରହ କରିଥିବା ବେଳେ ଅଧିନାୟକ ତଥା ଓପନର କୁଶଲ ପେରେରା ୩୦, ଦନୁଷ୍କା ଗୁଣତିଲକା ୨୧, କୁଶଲ ମେଣ୍ଡିସ୍‌ ୨୪, ଦସୁନ ସନକା ୧୪, ଇସୁରୁ ଉଡାନା ୨୧ ରନ କରି ଆଉଟ ହୋଇଥିଲେ। ବୋଲିଂରେ ଶ୍ରୀଲଙ୍କା ତରଫରୁ ମେହିଦି ହାସନ ମିରାଜ ସର୍ବାଧିକ ୪, ମୁସ୍ତାଫିଜୁର ରହମାନ ୩, ମହମ୍ମଦ ସୈଫୁଦ୍ଦିନ ୨ ଓ ଶକିବ ଅଲ ହାସନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ତରଫରୁ ମୁସ୍‌ଫିକର ସର୍ବାଧିକ ୮୪ ରନ (୮୭ ବଲ, ୪ ଚୌକା, ୧ ଛକା) ସଂଗ୍ରହ କରିଥିଲେ। ସେହିପରି ଓପନର ତଥା ଅଧିନାୟକ ତାମିମ ଇକ୍‌ବାଲ ଓ ମହମୁଦୁଲ୍ଲା ଯଥାକ୍ରମେ ୫୨ ଓ ୫୪ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ଶକିବ ୧୫ ରନକରି ଆଉଟ ହୋଇଥିବା ବେଳେ ଆତିଫ ହୋସେନ ୨୭ ଓ ମହମ୍ମଦ ସୈଫୁଦ୍ଦିନ ୧୩ ରନକରି ଅପରାଜିତ ରହିଥିଲେ। ଲିଟନ ଦାସ ଓ ମହମ୍ମଦ ମିଥୁନ ଖାତା ଖୋଲିପାରି ନ ଥିଲେ। ଶ୍ରୀଲଙ୍କା ତରଫରୁ ବୋଲିଂରେ ଧନଞ୍ଜୟ ଡି’ସିଲଭା ସର୍ବାଧିକ ୩, ଦୁଷ୍ମନ୍ଥ ଚାମିରା, ଦନୁଷ୍କା ଗୁଣତିଲକା ଓ ଲକ୍ଷନ ସନ୍ଦକାନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସ୍କୋର ବୋର୍ଡ:
ବାଂଲାଦେଶ ୫୦ ଓଭରରେ ୨୫୭/୬
(ମୁସ୍‌ଫିକର- ୮୪, ମହମୁଦୁଲ୍ଲା- ୫୪, ତାମିମ- ୫୨, ଧନଞ୍ଜୟ- ୩/୪୫)।
ଶ୍ରୀଲଙ୍କା ୪୮.୧ ଓଭରରେ ୨୨୪ ଅଲଆଉଟ୍‌
(ହାସରଙ୍ଗା- ୭୪, ମେଣ୍ଡିସ- ୨୪, ଉଡାନା- ୨୧, ପେରେରା- ୩୦, ଗୁଣତିଲକା- ୨୧, ମିରାଜ- ୪/୩୦, ମୁସ୍ତାଫିଜୁର- ୩/୩୪, ସୈଫୁଦ୍ଦିନ- ୨/୪୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କେତେ ସମ୍ପତ୍ତିର ମାଲିକ ଲିଓନେଲ ମେସି? ଜାଣନ୍ତୁ ବିରାଟ-ରୋହିତଙ୍କ ତୁଳନାରେ ସେ କେତେ ଧନୀ

ନୂଆଦିଲ୍ଲୀ,୧।୯: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରେ ଗଣାଯାଉଥିବା ଆର୍ଜେଣ୍ଟିନାର ଲିଓନେଲ ମେସି ସୋମବାର (ଅଗଷ୍ଟ 31) ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି। ମେସି ସୋସିଆଲ…

ବିପଦରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ପଦବୀ? BCCI ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧।୯: ଅଜିତ ଆଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଭାବରେ ରହିବେ କି ନାହିଁ ସେ ବିଷୟରେ BCCI ଖୁବ ଶୀଘ୍ର ଏକ ବଡ଼ ନିଷ୍ପତ୍ତି ନେବାକୁ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri