ଜାପାନ ଇତିହାସରେ ପ୍ରଥମ, ପ୍ରଧାନମନ୍ତ୍ରୀ ହୋଇପାରନ୍ତି ଜଣେ ମହିଳା

ଟୋକିଓ, ୪।୧୦: ଜାପାନ ଇତିହାସରେ ପ୍ରଥମ ଥର ପାଇଁ ଜଣେ ମହିଳା ପ୍ରଧାନମନ୍ତ୍ରୀ ହୋଇପାରନ୍ତି। ଜାପାନର ଶାସକ ଲିବରାଲ ଡେମୋକ୍ରାଟିକ୍ ପାର୍ଟି (LDP) ସାନାଏ ତାକାଇଚିଙ୍କୁ ନୂତନ ନେତା ଭାବରେ ମନୋନୀତ କରିଛି। ଯାହା ଫଳରେ ସେ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ ବୋଲି ଆଶା କରାଯାଉଛି।

ଏପରିକି ଦେଶର ଇତିହାସରେ ପ୍ରଥମ ମହିଳା ଭାବରେ ନେତୃତ୍ୱ ନେବେ। ଶନିବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ପୂର୍ବତନ ପ୍ରଧାନମନ୍ତ୍ରୀ ଜୁନିଚିରୋ କୋଇଜୁମିଙ୍କ ପୁଅ ସିଞ୍ଜିରୋ କୋଇଜୁମିଙ୍କୁ ତାକାଇଚି ପରାଜିତ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ପାଞ୍ଚ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ କେହି ବହୁମତ ହାସଲ କରିପାରି ନାହାଁନ୍ତି।

୬୪ ବର୍ଷୀୟ ସାନାଏ ତାକାଇଚି ପୂର୍ବରୁ ଦେଶର ଅର୍ଥନୈତିକ ସୁରକ୍ଷା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ଜାପାନର ଶାସକ ଦଳ LDPର ଦକ୍ଷିଣପନ୍ଥୀ ଗୋଷ୍ଠୀର ସଦସ୍ୟ। ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଚୟନ କରିବା ପାଇଁ ସଂସଦରେ ଅକ୍ଟୋବର ୧୫ରେ ଭୋଟିଂ ହେବ ବୋଲି ଆଶା କରାଯାଉଛି।

ସେ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବାଙ୍କ ସତ୍ତା ବଦଳାଇବେ ବୋଲି ଆଶା କରାଯାଉଛି। କାରଣ LDP ସଂସଦରେ ସବୁଠାରୁ ବଡ଼ ଦଳ ହୋଇରହିଛି। ତେବେ ସାମ୍ପ୍ରତିକ ନିର୍ବାଚନ ପରେ କୌଣସି ଗୃହରେ LDP ନେତୃତ୍ୱାଧୀନ ମେଣ୍ଟର ସଂଖ୍ୟାଗରିଷ୍ଠତା ନାହିଁ। ଏପରିସ୍ଥଳେ ଶାସନ କରିବା ପାଇଁ ଦଳକୁ ବିରୋଧୀ ବିଧାୟକଙ୍କ ସମର୍ଥନ ଆବଶ୍ୟକ ପଡିପାରେ।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri