କଟକରେ ଲାଲ୍‌ଚାନ୍ଦ୍‌ ଗ୍ରୁପ୍‌ର ପ୍ରଥମ ପଞ୍ଚତାରକା ହୋଟେଲ

ଚୌଦ୍ୱାର,୨୧।୫(ଡି.ଏନ୍‌.ଏ.) କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅଧୀନ ନୂଆପାଟଣାଠାରେ ଲାଲ୍‌ଚାନ୍ଦ୍‌ ଗ୍ରୁପ୍‌ ପକ୍ଷରୁ ପ୍ରଥମ ପଞ୍ଚତାରକା ହୋଟେଲ ‘ଦି ନ୍ୟୁ ମାରିଅନ୍‌’ର ନିର୍ମାଣ ପାଇଁ ଶୁକ୍ରବାର ଏହାର ଶିଳାନ୍ୟାସ ହୋଇଯାଇଛି। ଏଥିରେ ଯାଜପୁର ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ମା’ ସନ୍ଧ୍ୟାରାଣୀ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶିଳାନ୍ୟାସ କରିଥିଲେ। ଏହା କଟକ ଜିଲାର ପ୍ରଥମ ପଞ୍ଚତାରକା ହୋଟେଲ ବୋଲି ଶିଳାନ୍ୟାସ ଉତ୍ସବରେ ଯୋଗ ଦେଇଥିବା ଅତିଥି ମତବ୍ୟକ୍ତ କରିଥିଲେ। ପ୍ରାୟ ୧୨ ଏକର ଜମି ଓ ୭୭ କୋଟି ଟଙ୍କା ବ୍ୟୟ ଅଟକଳରେ ଏହି ହୋଟେଲ ନିର୍ମାଣ କରାଯିବ। ଏଥିରେ ୩୦ଟି ସ୍ବତନ୍ତ୍ର ଭିଲ୍ଲା, ୬୦ ବିଳାସପୂର୍ଣ୍ଣ ସୁଟ୍‌, ସମ୍ମିଳନୀ କକ୍ଷ, ବୃହତ୍‌ ଡାଇନିଂ ହଲ୍‌, ରେଷ୍ଟୁରାଣ୍ଟ, ଶପିଂମଲ୍‌, ସୁଇମିଂପୁଲ୍‌, ଲନ୍‌, ସେଲୁନ୍‌, ସ୍ପା ଓ ହେଲ୍‌ଥ କ୍ଲବ୍‌ ରହିବ ବୋଲି ହୋଟେଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏଥିରେ ୧୬୦ରୁ ଊର୍ଦ୍ଧ୍ୱ ଲୋକ ନିଯୁକ୍ତି ପାଇବେ। ଏହି ହୋଟେଲ ପର୍ଯ୍ୟଟକମାନଙ୍କୁ ବିଶେଷଭାବେ ଆକୃଷ୍ଟ କରିବ ବୋଲି ଲାଲ୍‌ଚାନ୍ଦ୍‌ ଗ୍ରୁପ୍‌ର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ସଞ୍ଜୟ ହଂସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ବିଭିନ୍ନ ଉନ୍ନତିମୂଳକ ଯୋଜନା ଦ୍ୱାରା ଗତ ୨ ଦଶନ୍ଧି ମଧ୍ୟରେ ରାଜ୍ୟରେ ଶିଳ୍ପ, କ୍ରୀଡ଼ା, ସ୍ବାସ୍ଥ୍ୟସେବା, ପର୍ଯ୍ୟଟନ ଆଦି କ୍ଷେତ୍ରରେ ବିକାଶ ହୋଇଛି। ଏ ଦିଗରେ ଆମର ନୂତନ ଉଦ୍ୟମ ଏହାର ପ୍ରତିଫଳନ। ପର୍ଯ୍ୟଟକଙ୍କୁ ମନୋରଞ୍ଜନ ଯୋଗାଇଦେବା, ରାଜ୍ୟର ପ୍ରମୁଖ ୱେଡିଂ ଭେନ୍ୟୁରେ ପରିଣତ କରିବା, ଦେଶ ତଥା ଦେଶ ବାହାର ପର୍ଯ୍ୟଟକମାନଙ୍କୁ ଉତ୍ତମ ସେବା ଯୋଗାଇଦେବା ଲକ୍ଷ୍ୟରେ ଏହି ହୋଟେଲ ନିର୍ମାଣ ହେବ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରେରଣା ଓ ସହାୟତା ପାଇଁ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଥିବାରୁ ସେ ତାଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏହି କାର୍ଯ୍ୟକ୍ରମରେ ଲାଲଚାନ୍ଦ୍‌ ଗ୍ରୁପ୍‌ର ଅମ୍ରିତା ହଂସ, ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ, ଜିଲାପାଳ ଭବାନୀ ଶଙ୍କର ଚୟନୀ, ଅତିରିକ୍ତ ଜିଲାପାଳ ବିଜୟ ଖଣ୍ଡାୟତରାୟ, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଅମ୍ବର କର, ଟାଙ୍ଗୀ-ଚୌଦ୍ୱାର ବିଡ଼ିଓ ଆଶୁତୋଷ ମିଶ୍ରଙ୍କ ସମେତ ଅନ୍ୟ ଅଧିକାରୀ ଓ କର୍ମକର୍ତ୍ତା ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଦୀପାବଳି ପୂର୍ବରୁ ଚାଷୀଙ୍କୁ ଉପହାର: ଖାତାକୁ ଆସୁଛି PM କିଷାନର ୨୦୦୦ ଟଙ୍କା; ତୁରନ୍ତୁ କରନ୍ତୁ…

ନୂଆଦିଲ୍‌ଲୀ,୨।୧୦: ଦେଶର କୋଟି କୋଟି ଚାଷୀଙ୍କୁ ଦୀପାବଳି ପୂର୍ୱରୁ ସରକାର ଉପହାର ଦେଇପାରନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-Kisan) ଯୋଜନାର ୨୪ତମ କିସ୍ତି…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ଟାଟା ଗ୍ରୁପ୍‌ର ବଜାର ପୁଞ୍ଜିରେ ୧୦% ହ୍ରାସ, ନିବେଶକଙ୍କୁ ପ୍ରଭାବିତ କରିଛି ବିବାଦ

ମୁମ୍ବାଇ,୨।୧୦: ଟାଟା ଟ୍ରଷ୍ଟ ଏବଂ ଟାଟା ସନ୍ସ ମଧ୍ୟରେ ଚାଲିଥିବା ବିବାଦ ଏବେ ନିବେଶକମାନଙ୍କୁ ପ୍ରଭାବିତ କରିଛି । ଏହି କାରଣରୁ ଟାଟା ଗ୍ରୁପ ଅନ୍ତର୍ଭୁକ୍ତ ଅନେକ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?