ଜାତୀୟ ରାଜପଥ ତୁରୁମୁଙ୍ଗା ବୈତରଣୀ ନଦୀ ପୋଲ ଉପରେ ପ୍ରବାହିତ ହେଲା ପ୍ରଥମ ବନ୍ୟାଜଳ: ସ୍ବାମ ପୋଲ ପାର ବେଳେ ଭାସିଗଲା ଗାଡ଼ି

ପାଟଣା,୨୬।୮(ସ୍ବ. ପ୍ର.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥରେ ଥିବା ବୈତରଣୀ ପୋଲ ଉପରେ ବୁଧବାର ପ୍ରଥମ ବନ୍ୟା ଜଳ ପ୍ରବାହିତ ହୋଇଛି। ଫଳରେ ପୋଲର ଉଭୟ ପାର୍ଶ୍ୱରେ ଶହଶହ ଯାନବାହନ ଅଟକି ରହଛି। ଏହାସହ ଯୋଗାଯୋଗ ବିଛିନ୍ନ ହୋଇଛି। କେନ୍ଦୁଝର ପାର୍ଶ୍ୱରୁ କଲିକତା, ଟାଟା, ଝାରଖଣ୍ଡ ଓ କରଞ୍ଜିଆକୁ ଗମନାଗମନ ମଧ୍ୟ ଠପ ହୋଇଛି।
ଅନୁରୂପ ଭାବେ ପାଟଣା କେନ୍ଦେଇପଶି ରାସ୍ତାର ଭିମାପଡା ନିକଟରେ ଥିବା କାନଝରି ନଦୀ ପୋଲ ଉପରେ ବୁଧବାର ୪ ଫୁଟ ଉଚ୍ଚରେ ବନ୍ୟାଜଳ ପ୍ରବାହିତ ହେବା ଫଳରେ ପାଟଣା, କେନ୍ଦୁଝର, ତୁରୁମୁଙ୍ଗା,କେନ୍ଦେଇପଶି ଓ ବାଉଁଶୁଳିକୁ ଯୋଗାଯୋଗ ବିଛିନ୍ନ ହୋଇଛି। ସେହିଭଳି ପାଟଣା ଢେଙ୍କିକୋଟ ରାସ୍ତାର ସ୍ବାମ ନାଳ ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେବାରୁ ମଲ୍ଲୀପଶି, ଢେଙ୍କିକୋଟ ଓ ଘଟଗାଁକୁ ଗମନାଗମନ ବାଧା ପ୍ରାପ୍ତ ହୋଇଛି। ଉଭୟ ପାର୍ଶ୍ୱରେ ଗାଡିମଟର ଅଟକି ରହିଛି।
ଢେଙ୍କିକୋଟ ପାର୍ଶ୍ୱରୁ କରଞ୍ଜିଆ ଯାଉଥିବା ଏକ ଗାଡ଼ି ବିପଦ ସଙ୍କୁଳ ଅବସ୍ଥାରେ ସ୍ବାମ ନାଳ ପାର ହେଉଥିବା ବେଳେ ଭାସି ଯାଇଛି। ଚାଳକ ଅଳ୍ପକେ ବର୍ତ୍ତି ଥିବା ବେଳେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍‌ ହେବ ତାଙ୍କ ଠିକଣା

ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର…

୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ…

ଥାଲାସିମିଆ ରୋଗ କ’ଣ? ଗର୍ଭବତୀ ମହିଳାଙ୍କର ଏହି ସମସ୍ୟା ଥିଲେ କେମିତି କରାଯିବ ଚିକିତ୍ସା ଜାଣନ୍ତୁ…

ଥାଲାସିମିଆ ହେଉଛି ଏକ ବଂଶଗତ ରୋଗ । ଏହି ରୋଗରେ ଶରୀରରେ ସଠିକ୍ ପରିମାଣରେ ହିମୋଗ୍ଲୋବିନ୍ ଏବଂ ସୁସ୍ଥ ଲୋହିତ ରକ୍ତ କଣିକା ତିଆରି ହୋଇପାରେ ନାହିଁ।…

ସରକାରଙ୍କୁ ଅଭିଜିତ ଦୀପକେଙ୍କ ବଡ଼ ଚ୍ୟାଲେଞ୍ଜ, କହିଲେ ‘ଯଦି ସରକାର… ତେବେ ଆମେ ଏହାର ମୁକାବିଲା କରିବାକୁ ପ୍ରସ୍ତୁତ’

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇ କହିଛନ୍ତି ଯେ ସେମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରା ନ…

ସୋହେଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟିହେଲା ତୀର୍ଥଯାତ୍ରୀଙ୍କ କାର୍, ୬….

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସୋହେଲା ମଧୁପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରାରେ ଯାଉଥିବା ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ…

ସୁନ୍ଦରଗଡ଼ ପିଏନବି ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ, ଧୂଆଁରେ ଆଚ୍ଛାଦିତ ହେଲା…

ସୁନ୍ଦରଗଡ,୫ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି।ଖବର ପାଇ ଦୁଇଟି ଦମକଳ ଗାଡ଼ି ସହ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ…

‘୧୨ କୋଟି ୫୦ ଲକ୍ଷ ଲୋକ…’ ‘ଭାରତ’ ଲେଖି ବଡ଼ ଭୁଲ କଲେ ଟ୍ରମ୍ପ

ଓ୍ବାଶିଂଟନ,୫।୧୦: ବ୍ରାଜିଲରେ ରାଷ୍ଟ୍ରପତି ନିର୍ବାଚନ ଚାଲିଛି। ଏହାକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଥିଲେ, ଯେଉଁଥିପାଇଁ ତାଙ୍କୁ ଉପହାସର ଶିକାର…

୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନର ବାଜିଲା ବିଗୁଲ, ତାରିଖ ଘୋଷଣା କଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର,୫ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ନିର୍ବାଚନ ତାରିଖ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?