ଆଜି ହୀରାକୁଦ ଡ୍ୟାମ୍‌ରୁ ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ

ସମ୍ବଲପୁର,୨୫ା୬(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ଗୁରୁବାର ଛଡ଼ାଯିବ। ପୂର୍ବାହ୍ନ ୧୦ଟା ପରେ ଯେକୌଣସି ସମୟରେ ଫାଟକ ଖୋଲାଯାଇ ପାରେ ବୋଲି ହୀରାକୁଦ ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏନେଇ ସମ୍ବଲପୁର ଜିଲା ସମେତ ମହାନଦୀ ତଟରେ ବସବାସ କରୁଥିବା ଜନସାଧାରଣଙ୍କୁ ଅବଗତ କରାଯାଇଛି। ମହାନଦୀକୁ ମାଛ ମାରିବା ପାଇଁ ଯାଉଥିବା ଲୋକଙ୍କୁ ବାରଣ କରଯାଇଛି।
ବୁଧବାର ମିଳିଥିବା ରିପୋର୍ଟ ଅନୁସାରେ ଡ୍ୟାମ୍‌ରେ ୬୧୭.୦୮ ଫୁଟ ଜଳସ୍ତର ରହିଥିଲା। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଡ୍ୟାମ୍‌ ଭିତରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୩୪ହଜାର ୬୫୬ କ୍ୟୁସେକ ଜଳ ପ୍ରବେଶ କରୁଛି। ସେହିପରି ୧୫ ହଜାର ୪୫୮ କ୍ୟୁସେକ ଜଳ ନିଷ୍କାସନ କରାଯାଉଛି। ଫଳରେ ତଳମୁଣ୍ଡ ବେଲଗଁାରେ ୩୦ ହଜାର କ୍ୟୁସେକ୍‌, ପର୍ଥଲାରେ ୭୦.୩୯୬ କ୍ୟୁସେକ, ଖଇରମାଳରେ ୧,୨୧,୬୦୦ କ୍ୟୁସେକ, ବରମୁଳାରେ ୧ ଲକ୍ଷ ୧୧ ହଜାର ଓ ମୁଣ୍ଡଳିରେ ୩୭ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି।
ସୁଚନାଯୋଗ୍ୟ, ଚଳିତବର୍ଷ ଧାର୍ଯ୍ୟ ସମୟ ଜୁନ୍‌ରେ ମୌସୁମୀ ବର୍ଷା ହୋଇଛି। ତେଣୁ ଜଳସ୍ତର ବୃଦ୍ଧି ପାଇଛି। ତେଣୁ ବିଗତ କିଛି ବର୍ଷର ରେକର୍ଡ ଭାଙ୍ଗି ଜୁନ ମାସରେ ବନ୍ୟାଜଳ ନିଷ୍କାସନ କରାଯାଉଛି। ମିଳିଥିବା ରିପୋର୍ଟ ଅନୁସାରେ ୧୯୫୪, ୧୯୬୧, ୧୯୬୩, ୧୯୬୪, ୧୯୭୦, ୧୯୭୧, ୧୯୭୭, ୧୯୮୦, ୧୯୮୬, ୧୯୯୩, ୧୯୯୪, ୧୯୯୮,୨୦୦୪ ଜୁନରେ ହୀରାକୁଦ ଡ୍ୟାମ୍‌ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?