୧୧ରେ ହୀରାକୁଦ ଛାଡ଼ିବ ପ୍ରଥମ ବନ୍ୟାଜଳ

ସମ୍ବଲପୁର, ୯ା୭(ବ୍ୟୁରୋ):ସମ୍ବଲପୁରସ୍ଥିତ ହୀରାକୁଦ ଡ୍ୟାମ୍‌ରୁ ଜୁଲାଇ ୧୧ରେ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ପୂର୍ବାହ୍ନ ୧୧ଟାରେ ଜଳଭଣ୍ଡାର ଗେଟ୍‌ ଖୋଲାଯିବ ବୋଲି ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ସମ୍ବଲପୁର, ସୋନପୁର, କଟକ, ବୌଦ୍ଧ, ଖୋର୍ଦ୍ଧା, କନ୍ଧମାଳ, ଅନୁଗୋଳ, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଏବଂ ପୁରୀ ଜିଲାପାଳଙ୍କୁ ଅବଗତ କରାଯାଇଛି। ଏଥିସହ ଡ୍ୟାମ୍‌ ତଳମୁଣ୍ଡରେ ବସବାସ କରୁଥିବା ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି। ମିଳିଥିବା ରିପୋର୍ଟ ଅନୁଯାୟୀ, ବୁଧବାର ଡ୍ୟାମ୍‌ର ଜଳସ୍ତର ୬୦୭.୭୫ ଫୁଟ୍‌ ରହିଥିଲା। ଡ୍ୟାମ୍‌କୁ ପ୍ରତି ସେକେଣ୍ଡରେ ୪୧,୨୧୯ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୨୦,୮୦୬ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି। ସେହିପରି ବିଦ୍ୟୁତ୍‌ ଉତ୍ପାଦନ ପାଇଁ ୧୬,୪୬୮ କ୍ୟୁସେକ୍‌, ବିଭିନ୍ନ କେନାଲରେ ୪୦୬୬ କ୍ୟୁସେକ ଓ ଶିଳ୍ପ ପାଇଁ ୨୭ କ୍ୟୁସେକ୍‌ ଜଳ ନିଷ୍କାସନ ହେଉଛି। ରୁଲ୍‌ କର୍ଭ ଅନୁସାରେ ଜୁଲାଇରେ ଡ୍ୟାମରେ ୫୯୦ରୁ ୫୯୫ ଫୁଟ୍‌ ଜଳସ୍ତର ରହିବା କଥା। ହେଲେ ଏବେ ୬୦୭.୭୫ ଫୁଟ୍‌ ରହିଛି। ଉପମୁଣ୍ଡରେ ବର୍ଷା ହେଉଛି। ଏହାକୁ ଦୃଷ୍ଟିରେ ରଖି ବନ୍ୟାଜଳ ନିଷ୍କାସନ କରାଯିବାକୁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?