ସୁଭଦ୍ରା ଯୋଜନାରେ ଏହି ଦିନ ଆସିବ ପ୍ରଥମ କିସ୍ତି, ଆବେଦନ କରି …

ଭୁବନେଶ୍ୱର,୧।୯: ସୁଭଦ୍ରା’ ଯୋଜନା ପାଇଁ ରବିବାରଠାରୁ ଆବେଦନ ଆରମ୍ଭ ହୋଇଛି। ସେଥିପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରରେ ଲମ୍ବା ଲାଇନ ଦେଖିବାକୁ ମିଳିଛି। ସେହିପରି ବ୍ଲକ୍‌ ଅଫିସ୍‌, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ମଧ୍ୟ ଆବେଦନକାରୀଙ୍କ ଭିଡ଼ ଦେଖିବାକୁ ମିଳିଛି। ଏମିତି କି ଗାଁରେ ଘର ଘର ବୁଲି ଅଙ୍ଗନଓ୍ବାଡି ଦିଦିମାନେ ଫର୍ମ ବାଣ୍ଟୁଛନ୍ତି। ଏହା ସହିତ ଫର୍ମ କେମିତି ପୂରଣ କରାଯିବ, ଆଉ କେଉଁସବୁ ପ୍ରମାଣପତ୍ର ଦେଇ ଆବେଦନ କରିବେ ସେନେଇ ମଧ୍ୟ ସଚେତନ କରୁଛନ୍ତି। ଫର୍ମ ପୂରଣ ଲାଗି ପ୍ରଥମେ ଆଧାର କାର୍ଡରେ ଥିବା ନାମ ଲେଖି, ଆଧାର ନମ୍ବର ଲେଖିବାକୁ ପଡ଼ିବ। ଏହାପରେ ସ୍ବାମୀ କିମ୍ବା ବାପାଙ୍କ ନାମ ଲେଖିପାରିବେ। ଜନ୍ମ ତାରିଖ ସ୍ଥାନରେ ଆଧାର କାର୍ଡରେ ଥିବା ତାରିଖ ଦେବାକୁ ପଡ଼ିବ। ଜୁଲାଇ ୧ ସୁଦ୍ଧା ଆବେଦନକାରୀଙ୍କୁ ଅତିକମ୍‌ରେ ୨୧ ବର୍ଷ ହେଉଥିବା ଦରକାର। ଏହାପରେ ଜାତି ସମ୍ପର୍କରେ ଥିବା ବକ୍ସରେ ଟିକ୍‌ ମାରିବାକୁ ହେବ। ମୋବାଇଲ ନମ୍ବର ବକ୍ସରେ ଆଧାର କାର୍ଡ ଲିଙ୍କ୍‌ ହୋଇଥିବା ନମ୍ବର ଦେବାକୁ ହେବ। ବିକଳ୍ପ ଭାବେ ଅନ୍ୟ ନମ୍ବର ମଧ୍ୟ ଦେଇହେବ। ଏହାପରେ ଠିକଣା ଲେଖି, ଆଧାର ଲିଙ୍କ୍‌ ଥିବା ବ୍ୟାଙ୍କ ଆକାଉଣ୍ଟ ନମ୍ବର ଦେବାକୁ ପଡ଼ିବ। ଏହା ପର ପୃଷ୍ଠାରେ ଥିବା ଯୋଗ୍ୟତା ମାନଦଣ୍ଡ ଆଧାରିତ ଏକ ଘୋଷଣା ପତ୍ରକୁ ନିଜେ ଆବେଦନକାରୀ ଦସ୍ତଖତ କରି ଆବେଦନ କରିବେ। ଫର୍ମ ଫିଲ୍‌ଅପ୍‌ ପରେ ଏହା ସହ ନିଜର ଆଧାର କାର୍ଡ, ବ୍ୟାଙ୍କ ପାସ୍‌ବୁକ୍‌ ଓ ରାଶନ କାର୍ଡର ଫଟୋକପି ଦେଇ ଅନ୍‌ଲାଇନରେ ସୁଭଦ୍ରା ପୋର୍ଟାଲରେ ଆବେଦନ କରାଯିବ। ଏହାପରେ ଆବେଦନ ଗ୍ରହଣ ପତ୍ର ଆଣିବାକୁ ଯେମିତ ନ ଭୁଲନ୍ତି, ଯେଉଁଥିରେ ଆପଣଙ୍କ ଆବେଦନ ପତ୍ରର ନମ୍ବର ରହିଥିବ। ସୂଚନାଯୋଗ୍ୟ ଯେ, ସେପ୍ଟେମ୍ବର ୧୭ ତାରିଖରେ ଯୋଜନାର ଶୁଭାରମ୍ଭ ଦିନ କାର୍ଡ ସହ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ମିଳିବ। ଏହା ପୂର୍ବରୁ ଆବେଦନ ପରେ ଇ-କେଓ୍ବାଇସି ଯାଞ୍ଚ କରି ହିତାଧିକାରୀ ତାଲିକା ଚୂଡାନ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ୩ ଲକ୍ଷ ୧୫ ହଜାର ଲାଞ୍ଚ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri