୧୦ରେ ବର୍ଷର ପ୍ରଥମ, ଶେଷ ବଳୟ ସୂର୍ଯ୍ୟୋପରାଗ

ଭୁବନେଶ୍ୱର, ୬।୬ (ବ୍ୟୁରୋ): ଆସନ୍ତା ୧୦ ତାରିଖରେ ୨୦୨୧ର ପ୍ରଥମ ତଥା ଶେଷ ସୂର୍ଯ୍ୟୋପରାଗ ସଙ୍ଗଠିତ ହେବ। ଏହି ବଳୟ ସୂର୍ଯ୍ୟୋପରାଗ ଉତ୍ତର କାନାଡା, ଗ୍ରୀନ୍‌ଲାଣ୍ଡ ଓ ରୁଷିଆର କିଛି ଅଞ୍ଚଳରେ ଏବଂ ଆମେରିକା, ୟୁରୋପ, ଏସିଆ ମହାଦେଶର ଅନେକ ଅଞ୍ଚଳରେ ଆଂଶିକ ଦେଖାଯିବ। ତେବେ ଭାରତରେ କେବଳ ଜମ୍ମୁ-କଶ୍ମୀରର ଖୁବ୍‌କମ୍‌ ଅଞ୍ଚଳରେ ୧୦%ରୁ କମ୍‌ ଆଂଶିକ ଦେଖାଯିବ। କିନ୍ତୁ ଓଡ଼ିଶାରେ ଏହା ଦୃଶ୍ୟମାନ ହେବ ନାହିଁ ବୋଲି ଭୁବନେଶ୍ୱର ପଠାଣିସାମନ୍ତ ପ୍ଲାନେଟାରିୟମର ଉପନିର୍ଦ୍ଦେଶକ ଡ. ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି। ତାଙ୍କ ସୂଚନାନୁସାରେ, ଭାରତୀୟ ସମୟ ଅପରାହ୍ନ ପ୍ରାୟ ୧ଟା ୪୨ରୁ ପରାଗ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ୪୧ରେ ଶେଷ ହେବ। ଅପରାହ୍ନ ୪ଟା ୧୧ରେ ସର୍ବାଧିକ ପରାଗ ଘଟିବ। ବିଭିନ୍ନ ସ୍ଥାନରେ ପରାଗର ଆରମ୍ଭ, ଶେଷ ଓ ସର୍ବାଧିକ ଘଟିବାର ସମୟ ସାମାନ୍ୟ ଅଲଗା ହେବ। ଭାରତରେ ପରବର୍ତ୍ତୀ ସୂର୍ଯ୍ୟୋପରାଗ ୨୦୨୨ ଅକ୍ଟୋବର ୨୫ରେ ଦେଖାଯିବ।
ପରାଗକୁ ନେଇ ଡ. ପଟ୍ଟନାୟକ କହିଛନ୍ତି, ପୃଥିବୀ, ଚନ୍ଦ୍ର ଓ ସୂର୍ଯ୍ୟର ଅବସ୍ଥିତି ଅନୁସାରେ ତିନି ପ୍ରକାର ଯଥା ଆଂଶିକ, ପୂର୍ଣ୍ଣ ଓ ବଳୟ ସୂର୍ଯ୍ୟୋପରାଗ ଘଟିଥାଏ। ପ୍ରତ୍ୟେକ ପୂର୍ଣ୍ଣ ସୂର୍ଯ୍ୟୋପରାଗ ପୂର୍ବରୁ ଓ ପରେ ଆଂଶିକ ପରାଗ ଦେଖାଯାଏ। କଦବା କ୍ୱଚିତ୍‌ ମିଶ୍ରିତ ଅର୍ଥାତ୍‌ ଏକା ପରାଗରେ ପୂର୍ଣ୍ଣ ଓ ବଳୟ ପରାଗ ମିଶିକରି ଦେଖାଯାଏ। ଚନ୍ଦ୍ର ପୃଥିବୀର ନିକଟତର ଥିଲେ ଆମକୁ ପ୍ରାୟ ୧୨% ବଡ ଦେଖାଯାଏ। ଏହି ସମୟରେ ସୂର୍ଯ୍ୟୋପରାଗ ଘଟିଲେ ଚନ୍ଦ୍ର ସମ୍ପୂର୍ଣ୍ଣ ରୂପେ ସୂର୍ଯ୍ୟକୁ ଘୋଡାଇ ଦେଇଥାଏ ଓ ପୂର୍ଣ୍ଣ ସୂର୍ଯ୍ୟୋପରାଗ ହୁଏ। କିନ୍ତୁ ଆମଠାରୁ ଦୂରରେ ଥିବା ସମୟରେ ଚନ୍ଦ୍ର ଆମକୁ ଛୋଟ ଦେଖାଯାଏ ଓ ସେହି ଅବସ୍ଥାରେ ପରାଗ ଘଟିଲେ ଛୋଟ ଦେଖାଯାଉଥିବା ଚନ୍ଦ୍ରଟି ପୂର୍ଣ୍ଣ ରୂପେ ସୂର୍ଯ୍ୟଙ୍କୁ ଘୋଡାଇ ପାରେନାହିଁ ଓ ସୂର୍ଯ୍ୟ ଚାରିପାଖରେ ଏକ ବଳୟ ଦେଖାଯାଏ। ଏହାକୁ ବଳୟ ସୂର୍ଯ୍ୟୋପରାଗ କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri