୧୦ରେ ବର୍ଷର ପ୍ରଥମ, ଶେଷ ବଳୟ ସୂର୍ଯ୍ୟୋପରାଗ

ଭୁବନେଶ୍ୱର, ୬।୬ (ବ୍ୟୁରୋ): ଆସନ୍ତା ୧୦ ତାରିଖରେ ୨୦୨୧ର ପ୍ରଥମ ତଥା ଶେଷ ସୂର୍ଯ୍ୟୋପରାଗ ସଙ୍ଗଠିତ ହେବ। ଏହି ବଳୟ ସୂର୍ଯ୍ୟୋପରାଗ ଉତ୍ତର କାନାଡା, ଗ୍ରୀନ୍‌ଲାଣ୍ଡ ଓ ରୁଷିଆର କିଛି ଅଞ୍ଚଳରେ ଏବଂ ଆମେରିକା, ୟୁରୋପ, ଏସିଆ ମହାଦେଶର ଅନେକ ଅଞ୍ଚଳରେ ଆଂଶିକ ଦେଖାଯିବ। ତେବେ ଭାରତରେ କେବଳ ଜମ୍ମୁ-କଶ୍ମୀରର ଖୁବ୍‌କମ୍‌ ଅଞ୍ଚଳରେ ୧୦%ରୁ କମ୍‌ ଆଂଶିକ ଦେଖାଯିବ। କିନ୍ତୁ ଓଡ଼ିଶାରେ ଏହା ଦୃଶ୍ୟମାନ ହେବ ନାହିଁ ବୋଲି ଭୁବନେଶ୍ୱର ପଠାଣିସାମନ୍ତ ପ୍ଲାନେଟାରିୟମର ଉପନିର୍ଦ୍ଦେଶକ ଡ. ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି। ତାଙ୍କ ସୂଚନାନୁସାରେ, ଭାରତୀୟ ସମୟ ଅପରାହ୍ନ ପ୍ରାୟ ୧ଟା ୪୨ରୁ ପରାଗ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ୪୧ରେ ଶେଷ ହେବ। ଅପରାହ୍ନ ୪ଟା ୧୧ରେ ସର୍ବାଧିକ ପରାଗ ଘଟିବ। ବିଭିନ୍ନ ସ୍ଥାନରେ ପରାଗର ଆରମ୍ଭ, ଶେଷ ଓ ସର୍ବାଧିକ ଘଟିବାର ସମୟ ସାମାନ୍ୟ ଅଲଗା ହେବ। ଭାରତରେ ପରବର୍ତ୍ତୀ ସୂର୍ଯ୍ୟୋପରାଗ ୨୦୨୨ ଅକ୍ଟୋବର ୨୫ରେ ଦେଖାଯିବ।
ପରାଗକୁ ନେଇ ଡ. ପଟ୍ଟନାୟକ କହିଛନ୍ତି, ପୃଥିବୀ, ଚନ୍ଦ୍ର ଓ ସୂର୍ଯ୍ୟର ଅବସ୍ଥିତି ଅନୁସାରେ ତିନି ପ୍ରକାର ଯଥା ଆଂଶିକ, ପୂର୍ଣ୍ଣ ଓ ବଳୟ ସୂର୍ଯ୍ୟୋପରାଗ ଘଟିଥାଏ। ପ୍ରତ୍ୟେକ ପୂର୍ଣ୍ଣ ସୂର୍ଯ୍ୟୋପରାଗ ପୂର୍ବରୁ ଓ ପରେ ଆଂଶିକ ପରାଗ ଦେଖାଯାଏ। କଦବା କ୍ୱଚିତ୍‌ ମିଶ୍ରିତ ଅର୍ଥାତ୍‌ ଏକା ପରାଗରେ ପୂର୍ଣ୍ଣ ଓ ବଳୟ ପରାଗ ମିଶିକରି ଦେଖାଯାଏ। ଚନ୍ଦ୍ର ପୃଥିବୀର ନିକଟତର ଥିଲେ ଆମକୁ ପ୍ରାୟ ୧୨% ବଡ ଦେଖାଯାଏ। ଏହି ସମୟରେ ସୂର୍ଯ୍ୟୋପରାଗ ଘଟିଲେ ଚନ୍ଦ୍ର ସମ୍ପୂର୍ଣ୍ଣ ରୂପେ ସୂର୍ଯ୍ୟକୁ ଘୋଡାଇ ଦେଇଥାଏ ଓ ପୂର୍ଣ୍ଣ ସୂର୍ଯ୍ୟୋପରାଗ ହୁଏ। କିନ୍ତୁ ଆମଠାରୁ ଦୂରରେ ଥିବା ସମୟରେ ଚନ୍ଦ୍ର ଆମକୁ ଛୋଟ ଦେଖାଯାଏ ଓ ସେହି ଅବସ୍ଥାରେ ପରାଗ ଘଟିଲେ ଛୋଟ ଦେଖାଯାଉଥିବା ଚନ୍ଦ୍ରଟି ପୂର୍ଣ୍ଣ ରୂପେ ସୂର୍ଯ୍ୟଙ୍କୁ ଘୋଡାଇ ପାରେନାହିଁ ଓ ସୂର୍ଯ୍ୟ ଚାରିପାଖରେ ଏକ ବଳୟ ଦେଖାଯାଏ। ଏହାକୁ ବଳୟ ସୂର୍ଯ୍ୟୋପରାଗ କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri