ହରିୟାଣା ବିଧାନସଭା ନିର୍ବାଚନ ନେଇ ପ୍ରକାଶ ପାଇଲା ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା, ମୁଖ୍ୟମନ୍ତ୍ରୀଙ୍କ ଆସନ ପରିବର୍ତ୍ତନ

ଚଣ୍ଡୀଗଡ଼,୪ା୯: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବୁଧବାର ଭାଜପା ତା’ର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ପ୍ରଥମ ତାଲିକାରେ ୬୭ ଜଣ ପ୍ରାର୍ଥୀଙ୍କ ନାମ ରହିଛି। ମୁଖ୍ୟମନ୍ତ୍ରୀ ନାଏବ ସିଂ ସନିଙ୍କ ଆସନ ପରିବର୍ତ୍ତନ କରାଯାଇଛି। ସେ ଲାଡଓ୍ବା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ବର୍ତ୍ତମାନ ସେ କର୍ଣ୍ଣାଲ ଆସନରେ ବିଧାୟକ ଅଛନ୍ତି। ପୂର୍ବତନ ଗୃହମନ୍ତ୍ରୀ ଅନିଲ ବିଜୟ ଅମ୍ବାଲା କ୍ୟାଣ୍ଟରୁ ନିର୍ବାଚନ ଲଢ଼ିବାକୁ ଥିବା ବେଳେଶକ୍ତି ରାନୀ ଶର୍ମାଙ୍କୁ କାଲ୍‌କା, ପଞ୍ଚକୁଲାରୁ ଜ୍ଞାନଚନ୍ଦ୍ର ଗୁପ୍ତା, ଅମ୍ବାଲା ସହରରୁ ଆସିଲ ଗୋୟଲ, ସନ୍ତୋଷ ସରଓ୍ବନଙ୍କୁ ମୁଲାନା , ସାଧୁରାରୁ ବଲଓ୍ବନ୍ତ ସିଂ ନିର୍ବାଚନ ଲଢ଼ିବେ।
ସେହିପରି ଜଗଧାରୀରୁ କନଓ୍ବର ପାଲ ଗୁର୍‌ଜାର, ଯମୁନାନଗରରୁ ଧନଶ୍ୟାମ ଦାସ ଆରୋରା, ରାଦୌରରୁ ଶ୍ୟାମ ସିଂ ରାଣା, ଶାହାବାଦରୁ ସୁଭାଷ କଲସାନା ପ୍ରମୁଖ ନିର୍ବାଚନ ଲଢ଼ିବେ।

ଥାନେସର ସୁଭାଷ ସୁଧା, ପେହୋଭାରୁ ସର୍ଦ୍ଦାର କମଲଜିତ ସିଂ ,ଗୁହଲାରୁ କୁଲଓ୍ବନ୍ତ ବାଜିଗର, କଲାୟତରୁ କମଲେଶ ଧଣ୍ଡା, କୌଥଲରୁ ଲୀଲା ରାମ ଗୁର୍ଜର, ନୀଳଖେରୀରୁ ଭଗବାନ ଦାସ,ଇନ୍ଦ୍ରିରୁ ରାମ କୁମାର କାଶ୍ୟପଙ୍କ ସମେତ ମୋଟ୍‌ ୬୭ ଜଣ ନିର୍ବାଚନ ଲଢ଼ିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri