Posted inଜାତୀୟ

ଆଜି ଆସିପାରେ କଂଗ୍ରେସର ପ୍ରଥମ ଲିଷ୍ଟ:୪୦ ଜଣିଆ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ

ନୂଆଦିଲ୍ଲୀ,୮।୩:ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସର କେନ୍ଦ୍ରୀୟ ନିର୍ବାଚନ କମିଟି (ସିଇସି) ୪୦ ଜଣିଆ ପ୍ରାର୍ଥୀ ତାଲିକା ଗୁରୁବାର ଚୂଡ଼ାନ୍ତ କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ କେରଳର ଓ୍ବାୟନାଡ୍‌ରୁ ନିର୍ବାଚନ ଲଢ଼ିବେ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ଚୂଡ଼ାନ୍ତ ହୋଇଥିବା ଅନ୍ୟ ପ୍ରାର୍ଥୀଙ୍କ ମଧ୍ୟରେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ପୂବର୍ତନ ମନ୍ତ୍ରୀ ତମରାଧ୍ୱଜ ସାହୁ, କଂଗ୍ରେସ ସାଧାରଣ ସମ୍ପାଦକ(ସଂଗଠନ) କେ.ସି. ବେଣୁଗୋପାଳ ପ୍ରମୁଖ ରହିଛନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ବସିଥିବା ସିଇସି ବୈଠକରେ ୧୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୋଟ ୬୦ ଆସନ ଉପରେ ବିଚାରବିମର୍ଶ ହୋଇଥିଲା। ବୈଠକରେ ସୋନିଆ ଗାନ୍ଧୀ, ବେଣୁଗୋପାଳ ଓ ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। କେରଳରେ କଂଗ୍ରେସ ୧୬ଟି ଆସନରେ ଲଢ଼ିବାକୁ ଥିବାବେଳେ ଅନ୍ୟ ୪ ଆସନରେ ସହଯୋଗୀ ଦଳ ଲଢ଼ିବେ ବୋଲି ବିଧାୟକ ଦଳ ନେତା ଭି.ଡି. ସାଥିସାନ୍‌ କହିଛନ୍ତି। ୧୬ ପ୍ରାର୍ଥୀଙ୍କ ନାମ ଶୁକ୍ରବାର ଏଆଇସିସି ଘୋଷଣା କରିବ। ଦିଲ୍ଳୀର ୩ ଆସନରେ କଂଗ୍ରେସ ପ୍ରାର୍ଥୀ ଦେବାକୁ ଥିବାବେଳେ ଏହା ଉପରେ ଆଲୋଚନା ହୋଇଥିଲା। ୧୧ ତାରିଖରେ ପୁଣିଥରେ ବିଚାରବିମର୍ଶ ପରେ ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି…

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri