କାମାକ୍ଷାନଗରରେ ଜିଲାର ପ୍ରଥମ ମାଣ୍ଡିଆ ମଣ୍ଡି

ଢେଙ୍କାନାଳ ଅଫିସ/କାମାକ୍ଷାନଗର (ଡି.ଏନ୍‌.ଏ.)୩।୩: ଢେଙ୍କାନାଳ ଜିଲା କାମାକ୍ଷାନଗର ପ୍ରାଥମିକ କୃଷି ସେବା ସମବାୟ ସମିତି ପରିସରରେ ଜିଲାର ପ୍ରଥମ ମାଣ୍ଡିଆ ମଣ୍ଡି ଗୁରୁବାରଠାରୁ ଆରମ୍ଭ ହୋଇଛି। ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଏହାକୁ ଉଦ୍‌ଘାଟନ କରି କହିଲେ, ଓଡ଼ିଶାର ମିଲେଟ୍‌ ମିଶନକୁ ଦେଶବିଦେଶରେ ପ୍ରଶଂସା କରାଯାଉଛି। ଲାଭଜନକ ଫସଲ ମାଣ୍ଡିଆ ଚାଷ କୃଷି ଅର୍ଥନୀତିକୁ ସୁଦୃଢ଼ କରିବ। କୃଷି ବିଭାଗ ଅଧିକାରୀମାନେ ଚାଷୀଙ୍କୁ ସଚେତନ କରାଇ ପାଇଲଟ୍‌ ପ୍ରୋଜେକ୍ଟ ଭାବେ ମାଣ୍ଡିଆ ଚାଷ କରିବା ନିମନ୍ତେ ଉତ୍ସାହିତ କରିବା ଉଚିତ। ରେଙ୍ଗାଳି ଜଳସମ୍ପଦ ବିଭାଗ, ଚାଷୀ ଓ ଜନସାଧାରଣଙ୍କ ସହଯୋଗ ରହିଲେ କାମାକ୍ଷାନଗର ଉପଖଣ୍ଡରେ ଭଲ ମାଣ୍ଡିଆ ଚାଷ ହୋଇପାରିବ ବୋଲି ମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। ସମ୍ମାନିତ ଅତିଥି ଜିଲାପାଳ ସରୋଜ କୁମାର ସେଠୀ କହିଲେ, ଜିଲାର ୮ ବ୍ଲକ ମଧ୍ୟରୁ ୫ଟିରେ ମାଣ୍ଡିଆ ଚାଷ କରାଯାଉଛି। ଭାରତର ପରାମର୍ଶ କ୍ରମେ ୨୦୨୩ ଅନ୍ତର୍ଜାତୀୟ ମିଲେଟ୍‌ ମିଶନ ଆରମ୍ଭ ହୋଇଛି। ମାଣ୍ଡିଆରେ ଥିବା ରୋଗ ପ୍ରତିରୋଧକ ଶକ୍ତି ସୁସ୍ଥ ରଖିବାରେ ସହାୟକ ହେବ।
ସମ୍ମାନିତ ଅତିଥି ଭାବେ ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ, ଜିଲା ମୁଖ୍ୟ କୃଷି ଅଧିକାରୀ ଶରତ ଚନ୍ଦ୍ର ତୋଷ, ବିଡିଓ ବିକାଶ ମହାନ୍ତି, ନଗରପାଳ ଧର୍ମାନନ୍ଦ ପରିଡ଼ା, ବ୍ଲକ ଅଧ୍ୟକ୍ଷ ପ୍ରେମାନନ୍ଦ ସାହୁ, ଡିଆର୍‌ସିଏସ୍‌ ସରୋଜିନୀ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ମଣ୍ଡିରେ ୫୦୦ କୁଇଣ୍ଟାଲ ମାଣ୍ଡିଆ ସଂଗ୍ରହ କରାଯିବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଜିଲାର ୫ ବ୍ଲକରେ କୃଷି, କୃଷକ ସଶକ୍ତୀକରଣ ବିଭାଗ ଆନୁକୂଲ୍ୟରେ ମିଲେଟ୍‌ ମିଶନ କାର୍ଯ୍ୟ ଆରମ୍ଭ ହୋଇଛି। ଏଣିକି ଧାନ ଭଳି ମାଣ୍ଡିଆକୁ ମଧ୍ୟ ଖରିଫ ଓ ରବି ଋତୁରେ ଅମଳ କରି ଚାଷୀମାନେ ମଣ୍ଡିରେ ବିକ୍ରି କରିପାରିବେ ବୋଲି ସୂଚନା ଦିଆଯାଇଛି। ଏହି ଅବସରରେ ମାଣ୍ଡିଆରୁ ପ୍ରସ୍ତୁତ ଜୁସ୍‌, କାକରା, ପକୋଡ଼ି, ଇଡ୍‌ଲି ସମେତ ବିଭିନ୍ନ ଖାଦ୍ୟ ସାମଗ୍ରୀ ପ୍ରଦର୍ଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri