ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା, ମ୍ୟୁନିସିପାଲିଟି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ବିଡିଓ ଭାରତୀ ଦେବୀ, ତହସିଲଦାର ଅଭୀପ୍ସା ପଟ୍ଟନାୟକ ପ୍ରମୁଖ ସହରର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହାପରେ ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସଭା ଗୃହରେ ଉତ୍କଳ ଦିବସ ପାଳନ ଅବସରରେ ଏକ ସଭା ହୋଇଥିଲା। ଏଥିରେ ଉପଜିଲାପାଳ ଉମାଶଙ୍କର ବେହେରା ଅଧ୍ୟକ୍ଷତା କରି ସତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ଗଞ୍ଜାମର ଅବଦାନ ଅତୁଳନୀୟ ବୋଲି କହିଥିଲେ। ବକ୍ତା ଭାବେ ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ଡ. ସନ୍ତୋଷ କୁମାର ଆପଟ ଯୋଗଦେଇ ଓଡ଼ିଆ ଭାଷାର ସୁରକ୍ଷା ପାଇଁ ୧୮୭୦ରେ ପ୍ରଥମେ ତତ୍କାଳୀନ ରସଲକୋଣ୍ଡା ବର୍ତ୍ତମାନର ଭଞ୍ଜନଗର ସହରରୁ ଆନ୍ଦୋଳନ ହୋଇଥିଲା ବୋଲି କହିଥିଲେ। ତତ୍କାଳୀନ କଟିଙ୍ଗିଆ ରାଜା ଭେଙ୍କଟେଶ୍ବର ଦେଓଙ୍କ ସଭାପତିତ୍ୱରେ ହିଁ ପ୍ରଥମ ବୈଠକ ଭଞ୍ଜନଗରରେ ହୋଇଥିଲା। ଏହାପରେ ତତ୍କାଳୀନ ବ୍ରିଟିଶ ସରକାର ଓଡ଼ିଆ ଭାଷାର ସୁରକ୍ଷା ପାଇଁ ସରକାରୀ କାର୍ଯ୍ୟାଳୟରେ ଓଡ଼ିଆ ଭାଷା ପ୍ରଚଳନ କରିଥିଲେ। ଏଥିସହ ସେ କହିଥିଲେ ଯେ ଭାଷା ଭିତ୍ତିକ ଆନ୍ଦୋଳନ ପରେ ୧୯୦୨ ମସିହାରେ ରମ୍ଭା ପ୍ୟାଲେସରେ ଖଲ୍ଲିକୋଟ ରାଜା ହରିହର ମର୍ଦ୍ଦରାଜ ଏକ ଭୋଜିର ଆୟୋଜନ କରି ବିଭିନ୍ନ ନେତୃବର୍ଗଙ୍କୁ ନିମନ୍ତ୍ରଣ କରି ଗଞ୍ଜାମ ଜାତୀୟ ସମିତି ନାମକ ଏକ ଅନୁଷ୍ଠାନ ଗଠନ କରିଥିଲେ। ୧୯୦୩ ଏପ୍ରିଲ ମାସରେ ବରହମପୁର ଠାରେ ତାହାର ପ୍ରଥମ ବୈଠକ ହେଲା । ଉକ୍ତ ବୈଠକରେ ମଧୁସୂଦନ ଦାସ ପ୍ରସ୍ତାବ ଦେଇଥିଲେ ଯେ ଗଞ୍ଜାମ ଜାତୀୟ ସମିତିର ନାମ ଏଣିକି ଉତ୍କଳ ସମ୍ମିଳନୀ ନାମ କରାଯାଉ। ଏହାପରେ ୧୯୦୩ ଡିସେମ୍ବର ମାସରେ ଉତ୍କଳ ସମ୍ମିଳନୀ ବୈଠକ ବସିଥିଲା। ଦୀର୍ଘ ବର୍ଷର ଆନ୍ଦୋଳନ ପରେ ୧୯୩୫ରେ ବ୍ରିଟିଶ ସରକାର ଭାରତ ଶାସନ ଆଇନ ପ୍ରଣୟନ କରିଥିଲେ। ଉକ୍ତ ଆଇନ ବଳରେ ଓଡ଼ିଶା ଓ ସିଦ୍ଧୁ ଦୁଇଟି ନୂତନ ପ୍ରଦେଶକୁ ସ୍ବୀକୃତି ମିଳିଲା। ଏହାପରେ ୧୯୩୬ ମସିହା ଆଜିର ଦିନରେ ଉତ୍କଳ ପ୍ରଦେଶ ଗଠନ ହୋଇଥିଲା । ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ଗଞ୍ଜାମର ଅବଦାନ ପ୍ରମୁଖ ଥିଲା ବୋଲି ଆପଟ କହିଥିଲେ।

ସଭାରେ ଅନ୍ୟମାନଙ୍କ ମଧ୍ୟରେ ଏମ୍‌ପି ପ୍ରତିନିଧି ସନ୍ତୋଷ କୁମାର ତିଆଡ଼ି, କାର୍ଯ୍ୟନିର୍ବାହୀ ଅଧିକାରୀ ମୁରଲୀକୃଷ୍ଣ ପଣ୍ଡା, ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ଡ଼. ବିଚିତ୍ରା ନନ୍ଦ ଦାସ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ। ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ନାୟକ ସଭାକୁ ପରିଚାଳନା କରିଥିଲେ। ଶେଷରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିସହ ସହରର ବିଭିନ୍ନ ସ୍ଥାନରେ ଅନୁଷ୍ଟିତ କାର୍ଯ୍ୟକ୍ରମରେ ଏସ୍‌ଡିପିମ୍‌ଓ ଡ. ଦୀପକ କୁମାର ମିଶ୍ର, ଏବିଇଓ ଚରଣ ସେଠୀ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଅଧ୍ୟକ୍ଷ ବିଭାସ କୁମାର ଦାସ, କବି ପ୍ରଶାନ୍ତ ମହାନ୍ତି, ଅରକ୍ଷିତ ପରିଚ୍ଛା ସମେତ ମ୍ୟୁନିସିପାଲିଟିର ଅଧିକାଂଶ କାଉନସିଲର ଯୋଗ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?