ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ

ବ୍ରହ୍ମପୁର ଅଫିସ,୧୩।୩: ରାଜ୍ୟ ଆଇନସେବା ପ୍ରାଧିକରଣ ସଂଯୋଜନାରେ ଗଞ୍ଜାମ ଜିଲା ଅଦାଲତଗୁଡ଼ିକରେ ଚଳିତବର୍ଷର ପ୍ରଥମ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୧୩୧ ମୋଟରଯାନ ଦୁର୍ଘଟଣା ମାମଲାର ବିଚାର କରାଯାଇ ବୀମା କମ୍ପାନୀଗୁଡିକୁ ୬ କୋଟି ୫୯ ଲକ୍ଷ ୫୫ ହଜାର କ୍ଷତିପୂରଣ ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଗଞ୍ଜାମ ଜିଲା ଜଜ୍‌ ଆନନ୍ଦ ଚନ୍ଦ୍ର ବେହେରାଙ୍କ ତତ୍ତ୍ୱାବଧାନରେ ଜିଲା ଆଇନସେବା ପ୍ରାଧିକରଣ ସଚିବ କୈଳାସ ସାହୁଙ୍କ ପରିଚାଳନାରେ ମୋଟ ୫ଟି ବେଞ୍ଚ ବସିଥିଲା। ପ୍ରତ୍ୟେକ ବେଞ୍ଚରେ ବିଚାର ବିଭାଗୀୟ ଅଧିକାରୀ ଓ ୨ ଜଣ ସଭ୍ୟ ଉପସ୍ଥିତ ଥିଲେ। ପରିବାର ଅଦାଲତରେ ୬୨ଟି ମାମଲାର ଶୁଣାଣି କରାଯାଇଥିବା ବେଳେ ସେମାନଙ୍କର ବୈବାହିକ କଳହର ଅନ୍ତଃ ଘଟାଇ ପୁଣି ଖୁସିରେ ଜୀବନଯାପନ କରିବାକୁ ପରାମର୍ଶ ଦିଆଯାଇଥିଲା। ସେହିପରି ୫୦ ଚେକ୍‌ ବାଉନ୍ସ ମାମଲାର ବିଚାର କରାଯାଇ ୧ କୋଟି ୭ ଲକ୍ଷ ୪୪ ହଜାର ୩୬୭ ଟଙ୍କା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ୨୮୪ ଫୌଜଦାରି ମକଦ୍ଦମା ସାମାଧାନ କରାଯାଇଥିଲା। ଏଥିରେ ପ୍ରଥମ ଅତିରିକ୍ତ ଜିଲା ଜଜ୍‌ ସଂଘମିତ୍ରା ଶର୍ମା, ଦ୍ୱିତୀୟ ଅତିରିକ୍ତ ଜିଲା ଜଜ୍‌ ରାଜଶ୍ରୀ ମହାପାତ୍ର, ତୃତୀୟ ଅତିରିକ୍ତ ଜିଲା ଜଜ୍‌ ଅଳ୍ପନା ସ୍ବାଇଁ ମୋଟର ଦୁର୍ଘଟଣାଜନିତ ମକଦ୍ଦମା ସମାଧାନରେ ଅଂଶଗ୍ରହଣ କରିଥିଲେ। ସିଭିଲ କୋର୍ଟ ରେଜିଷ୍ଟ୍ରାର ଅମରେଶ ନାୟକ ଏଥିରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri