ଯୁକ୍ତ ୩ ନାମ ଲେଖା ପାଇଁ ଆସିଲା ପ୍ରଥମ ପର୍ଯ୍ୟାୟ କଟ୍‌ଅଫ୍‌ ଲିଷ୍ଟ

ଭୁବନେଶ୍ୱର,୧୨ା୬: ଯୁକ୍ତ ୩ ନାମଲେଖା ପାଇଁ ଆସିଲା ପ୍ରଥମ ପର୍ଯ୍ୟାୟ ମେଧା ତାଲିକା। ସର୍ବାଧିକ କଟ୍‌ଅଫ୍‌ ସହ ରେଭେନ୍ସା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରାଜନୀତି ବିଜ୍ଞାନରେ ସର୍ବାଧିକ ୯୨.୮୦% କଟ୍‌ଅଫ୍‌ ମାର୍କ ରହିଥିବା ବେଳେ ପ୍ରାଣୀ ବିଜ୍ଞାନରେ ୯୪%, ପଦାର୍ଥ ବିଜ୍ଞାନରେ ୯୩.୬୭%, ବାଣିଜ୍ୟରେ ୯୦.୫୦ ପ୍ରତିଶତ କଟ୍‌ଅଫ୍‌ ମାର୍କ ରହିଛି।

ସୂଚନା ଥାଉକି, ପ୍ରଥମ ପର୍ଯ୍ୟାୟରେ ୪ଟି ରାଉଣ୍ଡ୍‌ରେ ନାମ ଲେଖାଯିବ। ଏଥିପାଇଁ ଚୟନ ହୋଇଥିବା ଛାତ୍ରୀଛାତ୍ର ୧୨ରୁ ୧୭ତାରିଖ ମଧ୍ୟରେ ନାମଲେଖା ଫି’ ଜମା କରିବା ସହ ନାମଲେଖାଇ ପାରିବେ। ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ୨୨ ତାରିଖରେ ପ୍ରକାଶ ପାଇବ। ଏହି ପର୍ଯ୍ୟାୟରେ ଚୟନ ହୋଇଥିବା ଛାତ୍ରୀଛାତ୍ର ୨୫ ତାରିଖ ମଧ୍ୟରେ ଫି’ ଜମା କରି ନାମଲେଖାଇ ପାରିବେ। ସେହିପରି ଜୁଲାଇ ୧ରେ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ ଓ ଚୟନ ହୋଇଥିବା ଛାତ୍ରୀଛାତ୍ର ୪ ତାରିଖ ସୁଦ୍ଧା ନାମଲେଖା ଫି’ ଜମା ସହ ନାମଲେଖାଇବେ। ଏହାପରେ ବଳକା ସିଟ୍‌ରେ ନାମଲେଖା ପାଇଁ ଚତୁର୍ଥ ପର୍ଯ୍ୟାୟ ଆବେଦନ ହେବ। ଏଥିପାଇଁ ପିଲାମାନେ ଜୁଲାଇ ୭ରୁ ୧୦ ତାରିଖ ମଧ୍ୟରେ ଅନ୍‌ଲାଇନ୍‌ ଆବେଦନ କରିବେ। ୧୨ ତାରିଖରେ ଇ-ସ୍ପେସ୍‌ରେ ମେଧା ତାଲିକା ପ୍ରକାଶ ପାଇବ ଓ ୧୩ ତାରିଖରେ ଚୟନ ହୋଇଥିବା ଉଚ୍ଚଶିକ୍ଷାନୁଷ୍ଠାନର ନୋଟିସ୍‌ ବୋର୍ଡରେ ତାଲିକା ପ୍ରକାଶ ପାଇବ। ସେମାନେ ୧୪ରେ ନାମଲେଖା ଫି’ ଜମା କରିବା ସହ ୧୫ରେ ନାମଲେଖାଇବେ। ଜୁଲାଇ ୧୦ରୁ +୩ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଚୟନ ହୋଇଥିବା କଲେଜରେ ପଢ଼ିବା ପାଇଁ ଆଗ୍ରହୀ ଥିଲେ ଛାତ୍ରୀଛାତ୍ର ଫ୍ରିଜ୍‌ ଅପସନ୍‌ ଦେବେ। ଅନ୍ୟଥା ସ୍ଲାଇଡ୍‌ ବା ଫ୍ଲଟ୍‌ ଅପସନ୍‌ ଦେଇପାରିବେ। ଫ୍ରିଜ୍‌ ଅପସନ୍‌ ଦେଇଥିବା ଛାତ୍ରୀଛାତ୍ର କଲେଜକୁ ଯାଇ ନାମଲେଖାଇବେ। ସ୍ଲାଇଡ୍‌ ବା ଫ୍ଲଟ୍‌ ଅପସନ୍‌ ଦେଲେ କଲେଜକୁ ନ ଯାଇ କେବଳ ଅନ୍‌ଲାଇନ୍‌ରେ ଫି’ ଜମା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବିଶ୍ୱକପ୍ ପୂର୍ବରୁ ଭାରତର ହୁଙ୍କାର: ୱାର୍ମ-ଅପ୍ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ଧୂଳି ଚଟାଇଲା

ନଭି ମୁମ୍ବାଇ,୪ା୨: ଟି୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ ଦଳ ନିଜର ଶେଷ ପ୍ରସ୍ତୁତି ଶେଷ କରିଛି। ନଭି ମୁମ୍ବାଇର ଡି.ୱାଇ ପାଟିଲ ସ୍ପୋର୍ଟସ…

ସଞ୍ଜୁ ସାମସନଙ୍କ ପାଇଁ ବନ୍ଦ ହେବ କି ବିଶ୍ୱକପ୍ ଦ୍ୱାର? କ୍ୟାପଟେନ୍ ସୂର୍ଯ୍ୟାଙ୍କ ସଙ୍କେତ ପରେ ଚର୍ଚ୍ଚା ଜୋର

ନୂଆଦିଲ୍ଲୀ,୪ା୨: ୨୦୨୬ ଟି-୨୦ ବିଶ୍ୱକପ୍ ପୂର୍ବରୁ ଅନୁଷ୍ଠିତ ଅଭ୍ୟାସ ମ୍ୟାଚ୍‌ରେ ଭାରତୀୟ ଦଳର ରଣନୀତି ଏକ ବଡ଼ ପରିବର୍ତ୍ତନର ସଙ୍କେତ ଦେଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଶେଷ…

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

୧୯ ବର୍ଷରୁ କମ ବିଶ୍ବକପ୍‌: ଦଶମ ଥର ଫାଇନାଲରେ ଭାରତ, ଜାଣନ୍ତୁ କେଉଁଠି ଦେଖିବେ

ନୂଆଦିଲ୍ଲୀ,୪ା୨: ଆଇସିସି ୧୯ ବର୍ଷରୁ କମ ବିଶ୍ବକପ୍‌ରେ ଭାରତର ଦବଦବା ଜାରି ରହିଛି। ବୁଧବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ଦଳ ଆଫଗାନିସ୍ତାନକୁ ୭ ୱିକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri