ନୟାଗଡ଼ରୁ ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥ କାଠ: ବସନ୍ତ ପଞ୍ଚମୀ ଦିନ…

ପୁରୀ/ନୟାଗଡ଼/ ଦଶପଲ୍ଲା,୧୦।୨(ଅଜିତ୍‌ ମହାନ୍ତି, ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଆସନ୍ତା ଜୁଲାଇ ୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିନିମନ୍ତେ ପବିତ୍ର ଅକ୍ଷୟ ତୃତୀୟ ତିଥିରୁ ରାଜନଅର ସମ୍ମୁଖସ୍ଥ ରଥଖଳାରେ ୩ ରଥ ନିର୍ମାଣ ଆରମ୍ଭ ହେବ। ତେବେ ରଥ ନିର୍ମାଣ ପୂର୍ବରୁ ପରମ୍ପରା ଅନୁଯାୟୀ ବସନ୍ତ ପଞ୍ଚମୀ ବା ସରସ୍ବତୀ ପୂଜା ଦିନ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ୧୨ଫୁଟିଆ ୩ ଖଣ୍ଡ ଧଉରା କାଠ ପୂଜା କରାଯିବ, ଯାହା ରଥଯାତ୍ରାର ଆଦ୍ୟପର୍ବ। ଆସନ୍ତା ୧୪ ତାରିଖରେ ବସନ୍ତ ପଞ୍ଚମୀ ବା ସରସ୍ବତୀ ପୂଜା ପଡୁଥିବାରୁ ଏହିଦିନ ରଥକାଠ ପୂଜା କରାଯିବ। ଏଥିପାଇଁ ଚଳିତ ବର୍ଷର ପ୍ରଥମ ପର୍ଯ୍ୟାୟ ରଥ କାଠ ପୁରୀରେ ପହଞ୍ଚତ୍ଛି। ୩ଟି ଟ୍ରକ୍‌ ଯୋଗେ ୧୦୨ ଖଣ୍ଡ ରଥ କାଠ ନୟାଗଡ଼ ଓ ଦଶପଲ୍ଲା ବନଖଣ୍ଡରୁ ଆସି ଶୁକ୍ରବାର ସନ୍ଧ୍ୟାରେ ପୁରୀରେ ପହଞ୍ଚତ୍ଛି। ୧୦୨ ଖଣ୍ଡ ରଥ କାଠ ମଧ୍ୟରେ ୫୦ ଖଣ୍ଡ ଅସନ ଏବଂ ୫୨ ଖଣ୍ଡ ଧଉରା କାଠ ରହିଛି। ଶ୍ରୀମନ୍ଦିରର ବରିଷ୍ଠ ତତ୍ତ୍ୱାବଧାରକ ସୁଦର୍ଶନ ମେକାପ ସୂଚନା ଦେଇ କହିଛନ୍ତି, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ୮୬୫ ଖଣ୍ଡ ଅସନ, ଧଉରା, ଫାସି ସହ ବିଭିନ୍ନ ପ୍ରକାର କାଠ ଆବଶ୍ୟକ ହୋଇଥାଏ। ତେବେ ଗତବର୍ଷ ୫୩ ଖଣ୍ଡ ଖଣ୍ଡ କାଠ ବଳକା ରହିଛି। ତେଣୁ ଚଳିତ ବର୍ଷ ରଥ ନିର୍ମାଣ ଲାଗି ୮୧୨ ଖଣ୍ଡ କାଠ ଆବଶ୍ୟକ ରହିଛି। ପ୍ରଥମ ପର୍ଯ୍ୟାୟରେ ନୟାଗଡ଼ ଓ ଦଶପଲ୍ଲା ଜଙ୍ଗଲରୁ ୩ଟି ଟ୍ରକରେ ୧୦୨ ଖଣ୍ଡ କାଠ ଆସି ପୁରୀରେ ପହଞ୍ଚତ୍ଛି। ଆବଶ୍ୟକ ହେଉଥିବା ଅବଶିଷ୍ଟ ରଥ କାଠ ପର୍ଯ୍ୟାୟକ୍ରମେ ଆସିବ। ପ୍ରଥମ ପର୍ଯ୍ୟାୟରେ ଆସିଥିବା କାଠ ମଧ୍ୟରୁ ୩ଟି ଧଉରା କାଠକୁ ଶ୍ରୀପଞ୍ଚମୀ ଦିନ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ବିଧିବିଧାନ ଅନୁଯାୟୀ ପୂଜା କରାଯିବ। ସୂଚନାଯୋଗ୍ୟ, ଗତ ମାସ ୧ ତାରିଖରେ ଶ୍ରୀମନ୍ଦିରର ଏକ ଟିମ୍‌ ନୟାଗଡ଼ ଯାତ୍ରା କରି ପରମ୍ପରା ମୁତାବକ ମା’ ବଡ଼ରାଉଳଙ୍କ ନିକଟରେ ପୂଜାର୍ଚ୍ଚନା କରି ରଥକାଠ ଚିହ୍ନଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?