ସରିଲା ପ୍ରଥମ ପର୍ଯ୍ୟାୟ ପ୍ରଚାର

ଭୁବନେଶ୍ୱର,୧୫ା୨(ବ୍ୟୁରୋ):ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଆସନ୍ତା ୧୬ ତାରିଖ ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ମତଦାନ ହେବାକୁ ଥିବା ଅଞ୍ଚଳରୁ ବାହାର ନେତା ଏବଂ କର୍ମୀଙ୍କୁ ସନ୍ଧ୍ୟା ୭ଟା ପୂର୍ବରୁ ସ୍ଥାନ ଛାଡ଼ିବାକୁ ଦିଆଯାଇଥିବା ନିର୍ଦ୍ଦେଶକୁ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ନିର୍ବାଚନ କମିଶନର ଜିଲାପାଳଙ୍କୁ କହିଛନ୍ତି। ପ୍ରଚାର ବନ୍ଦ ହେବାର ୩୬ ଘଣ୍ଟା ପରେ ମତଦାନ ଅନୁଷ୍ଠିତ ହେବ। ତେଣୁ ଏହି ସମୟରେ ମତଦାତାଙ୍କୁ ପ୍ରାର୍ଥୀ ଓ ସେମାନଙ୍କ ସମର୍ଥକ ବିଭିନ୍ନ ଉପାୟରେ ପ୍ରଭାବିତ କରିବାର ଯଥେଷ୍ଟ ସମ୍ଭାବନା ରହିଛି। ତେଣୁ କୌଣସି ପ୍ରକାର ବେଆଇନ କାର୍ଯ୍ୟ ଯେପରି ନ ହେବ ସେଥିପାଇଁ ଜିଲାପାଳ ଏବଂ ପୋଲିସକୁ ସତର୍କ କରାଇଛନ୍ତି।
ପ୍ରଥମ ପର୍ଯ୍ୟାୟରେ ୩୦ଜିଲା ୭୧ବ୍ଲକର ୨୦୨ ଜିଲା ପରିଷଦ ଜୋନ୍‌ର ୧,୬୬୯ ପଞ୍ଚାୟତରେ ଜିଲା ପରିଷଦ, ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡମେମ୍ବର ନିମନ୍ତେ ନିର୍ବାଚନ ହେବ। ଏଥିପାଇଁ ୨୨,୩୭୯ ବୁଥ୍‌ ପ୍ରସ୍ତୁତ ହେବା ସହ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମୋଟ ୬୭.୫୧ଲକ୍ଷ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। କମିଶନଙ୍କ ଦ୍ୱାରା ଚିହ୍ନଟ ହୋଇଥିବା ସମ୍ବେଦନଶୀଳ ବୁଥ୍‌ରେ ଅତିରିକ୍ତ ସୁରକ୍ଷାକର୍ମୀ ମୁତୟନ କରାଯିବ। ସମସ୍ତ ସମ୍ବେଦନଶୀଳ ବୁଥ୍‌ରେ ମତଦାନର ଭିଡିଓ ରେକର୍ଡିଂ କରାଯିବା ସହ ଷ୍ଟ୍ରଙ୍ଗ୍‌ରୁମ୍‌ରେ ସିସିଟିଭି କ୍ୟାମେରା ଲଗାଯିବ ଓ ଭୋଟଗଣତିର ରେକର୍ଡିଂ ମଧ୍ୟ ହେବ ବୋଲି କମିଶନର କହିଛନ୍ତି। ସୋମବାର ବାଲେଶ୍ୱର,ଭଦ୍ରକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ରାୟଗଡ଼ା ଓ କୋରାପୁଟ ଜିଲାକୁ ପୋଲିଂ ଦଳ ଗସ୍ତ କରିଛନ୍ତି। ମଙ୍ଗଳବାର ଅନ୍ୟ ୧୯ ଜିଲାକୁ ଅବଶିଷ୍ଟ ପୋଲିଂ ପାର୍ଟି ଗସ୍ତ କରିବେ। ଚଳିତଥର ମତଦାନ ସକାଳ ୭ଟାରୁ ମଧ୍ୟାହ୍ନ ୧ଟା ଯାଏ ଅନୁଷ୍ଠିତ ହେବ। ପୂର୍ବରୁ ପୂର୍ବାହ୍ନ ୧୨ଟାରେ ଭୋଟ ଗ୍ରହଣ ଶେଷ ହେଉଥିଲା। ପ୍ରଥମଥର ଲାଗି ୧ ଘଣ୍ଟା ସମୟ ବୃଦ୍ଧି କରାଯାଇଛି।
ଏଥର ପ୍ରଥମଥର ଲାଗି ଭୋଟଗଣତି ମତଦାନ କେନ୍ଦ୍ରରେ ନ ହୋଇ ବ୍ଲକ ସଦରମହକୁମାରେ ୨୬, ୨୭ ଓ ୨୮ତାରିଖରେ ଅନୁଷ୍ଠିତ ହେବ। ପୂର୍ବରୁ ଯେଉଁ କେନ୍ଦ୍ରରେ ଭୋଟ ଗ୍ରହଣ ଶେଷ ହେଉଥିଲା ସେଠାରେ ସେହିଦିନ ଗଣନା କରାଯାଉଥିଲା। ଏହାକୁ ନେଇ ଆପତ୍ତି ଅଭିଯୋଗ ହେବା ପରେ କମିଶନ ଏକକ ଗଣନା କେନ୍ଦ୍ର କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ରାଜ୍ୟ ସରକାର ପଞ୍ଚାୟତିରାଜ ଆଇନକୁ ସଂଶୋଧନ କରିଛନ୍ତି। ଭୋଟ ଗ୍ରହଣ ପରେ ଆଉ ଗଣନା ନ ହୋଇ ଭୋଟବାକ୍ସଗୁଡ଼ିକ ବ୍ଲକ ମୁଖ୍ୟାଳୟରେ ରହିବ। ସମସ୍ତ ୫ପର୍ଯ୍ୟାୟ ମତଦାନ ଶେଷ ହେବାର ଦିନକ ପରେ ଜୋନ୍‌ଓ୍ବାରି ଗଣନା ହେବ। ସେହିଦିନ ଫଳାଫଳ ପ୍ରକାଶ କରାଯିବ। ପଞ୍ଚାୟତ ନିର୍ବାଚନରେ ଭୋଟ ଦେବାକୁ ଚାହୁଁଥିବା କର୍ମଚାରୀଙ୍କ ପାଇଁ ମତଦାନ ଦିନ ଦରମା ପ୍ରଦାନ ସହ ଛୁଟି ଦେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ବାଣିଜ୍ୟ ଓ ଶିଳ୍ପାନୁଷ୍ଠାନ ନିଜ ନିଜ ଅଞ୍ଚଳ ପାଇଁ ସ୍ଥିର ହୋଇଥିବା ମତଦାନ ତାରିଖ ଦିବସରେ କର୍ମଚାରୀଙ୍କୁ ଦରମା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟର ସମସ୍ତ ଜିଲାପାଳ ଏବଂ ଅନ୍ୟ ସମ୍ପୃକ୍ତ ଅଧିକାରୀଙ୍କୁ ଏନେଇ ଚିଠି ଲେଖି ଜଣାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri