Posted inଜାତୀୟ

ପ୍ରଥମ ପର୍ଯ୍ୟାୟ ପ୍ରଚାର ଶେଷ

କୋଲକାତା/ଗୁଆହାଟୀ,୨୬ା୩:ପଶ୍ଚିମବଙ୍ଗ ଓ ଆସାମରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ହାଇଭୋଲ୍ଟେଜ ପ୍ରଚାର ଥମିଛି। ଏହି ପର୍ଯ୍ୟାୟରେ ଶନିବାର ସକାଳ ୮ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଆସାମର ୪୭ ଓ ପଶ୍ଚିମବଙ୍ଗର ୩୦ ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ କରାଯିବ।
ପ୍ରଥମ ପର୍ଯ୍ୟାୟରେ ପଶ୍ଚିମବଙ୍ଗର ୫ ଜିଲା ପଶ୍ଚିମ ମେଦିନୀପୁର (ପ୍ରଥମ ଭାଗ), ପୂର୍ବ ମେଦିନୀପୁର (ପ୍ରଥମ ଭାଗ), ବାଙ୍କୁରା, ଝାରଗ୍ରାମ ଓ ପୁରୁଲିଆର ୩୦ ଆସନରେ ମତଦାନ ହେବ। ଆଦିବାସୀ ବହୁଳ ଏହି ୩୦ ଆସନକୁ ଏକଦା ବାମପନ୍ଥୀଙ୍କ ଗଡ଼ ବିବେଚନା କରାଯାଉଥିଲା। ଏହି ଆସନଗୁଡ଼ିକ ପାଇଁ ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ ମମତା ବାନାର୍ଜୀ ଜୋର୍‌ଦାର ପ୍ରଚାର କରିଛନ୍ତି। ସେହିପରି ଭାଜପାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା, ଦଳର ଅଧ୍ୟକ୍ଷ ଜେ.ପି. ନଡ୍ଡା, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରି ପ୍ରଚାର ମଇଦାନରେ ଉଷ୍ମତା ଭରିଦେଇଛନ୍ତି।
ଆସାମର ୪୭ ଆସନର ମଇଦାନକୁ ୨୬୪ ପ୍ରାର୍ଥୀ ଓହ୍ଲାଇଛନ୍ତି। ଶନିବାର ୮୧,୦୯,୮୧୫ ଭୋଟର ସେମାନଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ। ଏଠାରେ ଭାଜପା ନିଜ ସମ୍ମାନ ରକ୍ଷା ପାଇଁ ପୁଣିଥରେ କ୍ଷମତାକୁ ଆସିବା ପାଇଁ ଆସୋମ ଗଣ ପରିଷଦ ଏବଂ ୟୁନାଇଟେଡ୍‌ ପିପୁଲ୍ସ ପାର୍ଟି ଲିବରାଲ ସହ ମେଣ୍ଟ କରିଛି। କଂଗ୍ରେସ ନେତୃତ୍ୱାଧୀନ ମେଣ୍ଟରେ ଏଆଇୟୁଡିଏଫ୍‌, ସିପିଆଇ, ସିପିଏମ୍‌, ସିପିଆଇଏମ୍‌ଏଲ୍‌, ଆଞ୍ଚଳିକ ଗଣ ମୋର୍ଚ୍ଚା ଓ ବୋଡୋଲାଣ୍ଡ ପିପୁଲ୍ସ ଫ୍ରଣ୍ଟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri