ଭୁବନେଶ୍ୱର ଏମ୍ସକୁ ପ୍ରଥମ କାୟାକଳ୍ପ ପୁରସ୍କାର

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (ଏମ୍ସ) କେବଳ ଦେଶର ସର୍ବୋତ୍ତମ ଚିକିତ୍ସା ପ୍ରତିଷ୍ଠାନ ନୁହେଁ, ସ୍ବଚ୍ଛତା ଓ ରୋଗୀ ପାଇଁ ନିରାପଦ ପରିବେଶ ଯୋଗାଇବାରେ ମଧ୍ୟ ନିଜକୁ ପ୍ରମାଣିତ କରିପାରିଛି। ଏମ୍ସକୁ ସ୍ବଚ୍ଛତା ପାଇଁ ପ୍ରଥମ କାୟାକଳ୍ପ ପୁରସ୍କାର ମିଳିଛି। ୨୦୧୯-୨୦ ବର୍ଷ ପାଇଁ କାୟାକଳ୍ପର ବର୍ଗ-‘ବି’ରେ ଏହି ପୁରସ୍କାର ମିଳିଛି। ପୁରସ୍କାର ବାବଦରେ ୨କୋଟି ଟଙ୍କା ଅର୍ଥରାଶି ପ୍ରଦାନ କରାଯାଇଛି।ମଙ୍ଗଳବାର ନୂଆଦିଲ୍ଲୀଠାରେ ଭର୍ଚୁଆଲ୍‌ ମୋଡ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ଭୁବନେଶ୍ୱର ଏମ୍ସକୁ ପ୍ରଥମ କାୟାକଳ୍ପ ପୁରସ୍କାର ପ୍ରଦାନ କରିଛନ୍ତି। ହସ୍ପିଟାଲ୍‌ରେ ରକ୍ଷଣାବେକ୍ଷଣ, ପରିମଳ ଓ ସ୍ବଚ୍ଛତା, ବର୍ଜ୍ୟବସ୍ତୁ ପରିଚାଳନା, ସଂକ୍ରମଣ ନିୟନ୍ତ୍ରଣ, ସହାୟତା ସେବା ଏବଂ ସ୍ବଚ୍ଛତା ପ୍ରୋତ୍ସାହନ ଆଦି କ୍ଷେତ୍ରରେ ମୂଲ୍ୟାଙ୍କନ କରାଯାଇ ଏହି କାୟାକଳ୍ପ ପୁରସ୍କାର ପ୍ରଦାନ କରାଯାଇଥାଏ। ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱର ଏମ୍ସ ଗତ ତିନିବର୍ଷ ହେବ କାୟାକଳ୍ପ ପୁରସ୍କାର ପାଇବାରେ ସକ୍ଷମ ହୋଇପାରିଛି। ୨୦୧୭-୧୮ ଓ ୨୦୧୮-୧୯ରେ ବର୍ଗ-ବିରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବାବେଳେ ୨୦୧୯-୨୦ରେ ପ୍ରଥମ ସ୍ଥାନ ଅଧିକାର କରିବା ସହିତ ଏକ କୋଟି ଟଙ୍କା ଅର୍ଥରାଶି ପାଇଛି। ଏଥିପାଇଁ ଏମ୍ସ ନିର୍ଦ୍ଦେଶିକା ଡା. ଗୀତାଞ୍ଜଳି ବାଟମେନବେନ, ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଡା. ସଚ୍ଚିଦାନନ୍ଦ ମହାନ୍ତି, ଡିଡିଏ ପି. କେ. ରାୟଙ୍କ ନେତୃତ୍ୱରେ ଏକ ବହୁମୁଖୀ ଦଳ ଗଠନ କରାଯାଇଥିଲା। ଯୁଗ୍ମ ମେଡିକାଲ ଅଧିକାରୀ ତଥା ହସ୍ପିଟାଲ ପ୍ରଶାସନର ଏଚ୍‌ଓଡି ଡା. ଜବାହାର ଏସ୍‌. କେ. ପଲ୍ଲାଇ ଏହି କାୟାକଳ୍ପ ପାଇଁ ଭୁବନେଶ୍ୱର ଏମ୍ସର ନୋଡାଲ ଅଧିକାରୀ ଦାୟିତ୍ୱରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri