ଆଜିଠାରୁ ପ୍ରଥମ ସପ୍ତଶଯ୍ୟା ମହୋତ୍ସବ

ଢେଙ୍କାନାଳ ଅଫିସ, ୧୦।୬ ଢେଙ୍କାନାଳ ଜିଲା କଳାକୃତି ଗ୍ରାମ ସଦେଇବେରେଣୀରେ ଶୁକ୍ରବାରଠାରୁ ଆରମ୍ଭ ହେଉଛି ପ୍ରଥମ ସପ୍ତଶଯ୍ୟା ହସ୍ତଶିଳ୍ପ ଓ ସାଂସ୍କୃତିକ ମହୋତ୍ସବ। ଜିଲା ପ୍ରଶାସନ, ଜିଲା ସଂସ୍କୃତି ପରିଷଦ, ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓରମାସର ମିଳିତ ଆନୁକୂଲ୍ୟରେ ଦୁଇଦିନ ଧରି ଏହି କାର୍ଯ୍ୟକ୍ରମ ଚାଲିବ। ଲୋକନୃତ୍ୟ, ଆଧୁନିକ ନୃତ୍ୟ ସାଙ୍ଗକୁ ଓଲିଉଡ୍‌ ତାରକା ସାଜିବେ ପ୍ରମୁଖ ଆକର୍ଷଣ। ୪୦ ଷ୍ଟଲ୍‌ରେ ଡୋକ୍ରା କଳାକୃତି ସମେତ ହସ୍ତଶିଳ୍ପ, ଏସ୍‌ଏଚ୍‌ଜି ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ପ୍ରଦର୍ଶିତ ହେବ। ଖାଦ୍ୟଷ୍ଟଲରେ ସ୍ବାଦିଷ୍ଠ ବ୍ୟଞ୍ଜନର ମଜା ନେବେ ଦର୍ଶକ। ଏଥିଲାଗି ପ୍ରଶାସନିକ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଦୀର୍ଘ ୨ବର୍ଷ ପରେ ଏଭଳି ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଉଥିବାରୁ ଏହାକୁ ନେଇ ଜିଲାବାସୀଙ୍କ ମଧ୍ୟରେ ବିପୁଳ ଉତ୍ସାହ ଦେଖାଦେଇଛି।
ମହୋତ୍ସବ ପୂର୍ବରୁ ନବବଧୂ ପରି ସଜେଇ ହୋଇଛି କଳାକୃତି ଗ୍ରାମ। ଗୁରୁବାର ଜିଲାପାଳ ସରୋଜ କୁମାର ସେଠୀ ସଦେଇବେରେଣୀଠାରେ ପ୍ରସ୍ତୁତିର ତଦାରଖ କରିଛନ୍ତି। ଜିଲାର ଡୋକ୍ରା କଳା, ହସ୍ତଶିଳ୍ପ, କାରୁକାର୍ଯ୍ୟ, କଳାସଂସ୍କୃତି, ଐତିହ୍ୟ ପରମ୍ପରା ଏବଂ ପର୍ଯ୍ୟଟନର ପ୍ରଚାର ପ୍ରସାର ଲାଗି ଏଭଳି ଏକ ଅଭିନବ ମହୋତ୍ସବର ଆୟୋଜନ କରାଯାଉଛି। ଓରମାସ, ବୟନଶିଳ୍ପ, ହସ୍ତଶିଳ୍ପ, ଉଦ୍ୟାନ, କୃଷି, ମତ୍ସ୍ୟ, ପ୍ରାଣୀ ସମ୍ପଦ, ଆଞ୍ଚଳିକ ପରିବହନ, ପର୍ଯ୍ୟଟନ, ଶିଶୁ ସୁରକ୍ଷା, ସମାଜ ମଙ୍ଗଳ, ଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭାଗ ସମ୍ପର୍କିତ ବିକାଶମୂଳକ ଯୋଜନା ପ୍ରଦର୍ଶିତ ହେବ। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯିବ। କଳାକୃତି ଗ୍ରାମକୁ ସୁବିଧାରେ ଯାତାୟାତ ପାଇଁ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ୨ ବସ୍‌ର ବ୍ୟବସ୍ଥା କରାଯାଇଛି। ମହୋତ୍ସବ ଅବସରରେ ପୂର୍ବାହ୍ନ ୮ଟାରେ ସପ୍ତଶଯ୍ୟାସ୍ଥିତ ଶ୍ରୀରାମଚନ୍ଦ୍ର ପୀଠରୁ ଏକ ମଶାଲ ଶୋଭାଯାତ୍ରା ବାହାରି କଳାକୃତି ଗ୍ରାମରେ ପହଞ୍ଚତ୍ବ। ଏଥିରେ ବିଭିନ୍ନ ସାଂସ୍କୃତିକ ସଙ୍ଗଠନର କର୍ମକର୍ତ୍ତା ସାମିଲ ହେବେ। ଦୁଇଦିନ ବିଶିଷ୍ଟ ଏହି କାର୍ଯ୍ୟକ୍ରମକୁ ସଫଳ କରିବାକୁ ଜିଲାପାଳ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।
ଅନ୍ୟମାନଙ୍କ ମଧ୍ୟରେ ଏସ୍‌ପି ଏଲ୍‌. ଦିବ୍ୟା ଭି., ପିଡି ଡିଆର୍‌ଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ଜିଲାପାଳ (ସାଧାରଣ) ରମେଶ ଚନ୍ଦ୍ର ସେଠୀ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଉଦୟ କୁମାର ମହାପାତ୍ର, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଶିବାନନ୍ଦ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୧।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?