ରୂପାନ୍ତରର ପ୍ରଥମ ପାହାଚ ଶିକ୍ଷା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫।୧୧(ବ୍ୟୁରୋ): ରାଜ୍ୟରେ ଏବେ ୫-ଟି କାର୍ଯ୍ୟକ୍ରମ ଅଧୀନରେ ସ୍କୁଲ ରୂପାନ୍ତରଣ ଚାଲିଛି। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ ଜିଲାରୁ ୧,୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ହେବ। ତେବେ ରବିବାର ଦ୍ୱିତୀୟ ଦିନ ଶିଶୁ ଦିବସରେ ବୌଦ୍ଧ, ସୋନପୁର, ଭଦ୍ରକ ଓ କେନ୍ଦୁଝର ଆଦି ୪ଟି ଜିଲାର ୧୩୮ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। କେବଳ କେନ୍ଦୁଝରରେ ୧୦୦ ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଥିବାବେଳେ ବୌଦ୍ଧ ୧୦ଟି, ସୋନପୁର ୧୧ଟି ଓ ଭଦ୍ରକର ୧୭ଟି ସ୍କୁଲ ରହିଛି। ଲୋକାର୍ପଣ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଶୁ ଦିବସ ପାଇଁ ପିଲାଙ୍କୁ ଶୁଭେଚ୍ଛା ଜଣାଇ କହିଲେ, ଶିକ୍ଷା ବିକାଶ କ୍ଷେତ୍ରରେ ରାଜ୍ୟରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି। ଶିକ୍ଷା ହେଉଛି ରୂପାନ୍ତରର ପ୍ରଥମ ପାହାଚ। ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡ଼ା, ସଙ୍ଗୀତ ସବୁ କ୍ଷେତ୍ରରେ ଓଡ଼ିଶାର ଗୌରବ ବଢାନ୍ତୁ। ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣନ୍ତୁ। ବଡ଼ ବଡ଼ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ ଚ୍ୟାଲେଞ୍ଜକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢ଼ନ୍ତୁ। ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ। ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି। ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି। ସରକାରୀ ସ୍କୁଲରେ ପଢୁଥିବା ପିଲାଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି। ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ଼ ପରିଚୟ। ମୋର ପୂରା ବିଶ୍ବାସ, ତୁମେମାନେ ଭଲ ପାଠପଢ଼ି ଭଲ କାମ କରି ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।
କାର୍ଯ୍ୟକ୍ରମରେ ୪ଟି ଜିଲାର ଛାତ୍ରୀଛାତ୍ର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସମ୍ପର୍କରେ ନିଜର ମନ କଥା କହିଥିଲେ। ୟସ୍ମିନ ରଣା, ତୁଳସୀ ସାହୁ, ଉତ୍ପଳିକା ପଲାଇ ଓ ଲୋପାମୁଦ୍ରା ମହାନ୍ତ ପ୍ରମୁଖ ଛାତ୍ରୀ କହିଥିଲେ, ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି। ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପ୍ରେମାନନ୍ଦ ନାୟକ, ବିଧାୟକ ପ୍ରଦୀପ ଅମାତ୍‌, ବ୍ୟୋମକେଶ ରାୟ ପ୍ରମୁଖ ଯୋଗଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମ ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ମତବ୍ୟକ୍ତ କରିଥିଲେ। ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସମ୍ପର୍କରେ ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ମୋ ସ୍କୁଲ କାର୍ଯ୍ୟକ୍ରମ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?