ରୂପାନ୍ତରର ପ୍ରଥମ ପାହାଚ ଶିକ୍ଷା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫।୧୧(ବ୍ୟୁରୋ): ରାଜ୍ୟରେ ଏବେ ୫-ଟି କାର୍ଯ୍ୟକ୍ରମ ଅଧୀନରେ ସ୍କୁଲ ରୂପାନ୍ତରଣ ଚାଲିଛି। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ ଜିଲାରୁ ୧,୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ହେବ। ତେବେ ରବିବାର ଦ୍ୱିତୀୟ ଦିନ ଶିଶୁ ଦିବସରେ ବୌଦ୍ଧ, ସୋନପୁର, ଭଦ୍ରକ ଓ କେନ୍ଦୁଝର ଆଦି ୪ଟି ଜିଲାର ୧୩୮ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। କେବଳ କେନ୍ଦୁଝରରେ ୧୦୦ ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଥିବାବେଳେ ବୌଦ୍ଧ ୧୦ଟି, ସୋନପୁର ୧୧ଟି ଓ ଭଦ୍ରକର ୧୭ଟି ସ୍କୁଲ ରହିଛି। ଲୋକାର୍ପଣ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଶୁ ଦିବସ ପାଇଁ ପିଲାଙ୍କୁ ଶୁଭେଚ୍ଛା ଜଣାଇ କହିଲେ, ଶିକ୍ଷା ବିକାଶ କ୍ଷେତ୍ରରେ ରାଜ୍ୟରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି। ଶିକ୍ଷା ହେଉଛି ରୂପାନ୍ତରର ପ୍ରଥମ ପାହାଚ। ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡ଼ା, ସଙ୍ଗୀତ ସବୁ କ୍ଷେତ୍ରରେ ଓଡ଼ିଶାର ଗୌରବ ବଢାନ୍ତୁ। ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣନ୍ତୁ। ବଡ଼ ବଡ଼ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ ଚ୍ୟାଲେଞ୍ଜକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢ଼ନ୍ତୁ। ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ। ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି। ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି। ସରକାରୀ ସ୍କୁଲରେ ପଢୁଥିବା ପିଲାଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି। ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ଼ ପରିଚୟ। ମୋର ପୂରା ବିଶ୍ବାସ, ତୁମେମାନେ ଭଲ ପାଠପଢ଼ି ଭଲ କାମ କରି ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।
କାର୍ଯ୍ୟକ୍ରମରେ ୪ଟି ଜିଲାର ଛାତ୍ରୀଛାତ୍ର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସମ୍ପର୍କରେ ନିଜର ମନ କଥା କହିଥିଲେ। ୟସ୍ମିନ ରଣା, ତୁଳସୀ ସାହୁ, ଉତ୍ପଳିକା ପଲାଇ ଓ ଲୋପାମୁଦ୍ରା ମହାନ୍ତ ପ୍ରମୁଖ ଛାତ୍ରୀ କହିଥିଲେ, ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି। ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପ୍ରେମାନନ୍ଦ ନାୟକ, ବିଧାୟକ ପ୍ରଦୀପ ଅମାତ୍‌, ବ୍ୟୋମକେଶ ରାୟ ପ୍ରମୁଖ ଯୋଗଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମ ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ମତବ୍ୟକ୍ତ କରିଥିଲେ। ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସମ୍ପର୍କରେ ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ମୋ ସ୍କୁଲ କାର୍ଯ୍ୟକ୍ରମ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୭ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri