ପ୍ରଥମ ଥର ପାଇଁ ଘରକୁ ଆଣିଥିଲେ ଗ୍ୟାସ ଟାଙ୍କି : ସଂଯୋଗ ସମୟରେ ହେଲା ବିସ୍ଫୋରଣ

ବାଲେଶ୍ୱର ଅଫିସ,୫।୮: ବାଲେଶ୍ବର ଜିଲା ରେମୁଣା ବ୍ଲକ ରସାଳପୁର ପଞ୍ଚାୟତ ଛେଳିଆପଦା ଗାଁରେ ଗ୍ୟାସ ଟାଙ୍କି ଫାଟି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ସୌଦାମିନ ବେଜ୍‌। ଏଥିରେ ମଧ୍ୟ ଅନ୍ୟ ୨ଜଣ ଅଜୟ ଦାସ ଓ ସୁରେନ୍ଦ୍ର ବେଜ୍‌ ଆହତ ହୋଇ ବାଲେଶ୍ବର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ତେବେ ଗୁରୁତର ସୌଦାମିନିଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ ୩ ବଖରା ଘର ମଧ୍ୟ ସମ୍ପୂର୍ଣ୍ଣ ପୋଡ଼ି ଯାଇଛି ।
ସୂଚନାଯୋଗ୍ୟ, ମଙ୍ଗଳବାର ସୁରେନ୍ଦ୍ର ଏକ ନୂଆ ଗ୍ୟାସ ଟାଙ୍କି ଘରକୁ ଆଣିଥିଲେ। ବ୍ୟବହାର ଜାଣି ନ ଥିବାରୁ ପଡ଼ୋଶୀ ଅଜୟଙ୍କୁ ଗ୍ୟାସ ସଂଯୋଗ କରିବା ପାଇଁ ଡାକିଥିଲେ। ଏହ ସମୟରେ କୌଣସି କାରଣରୁ ନିଆଁ ଲାଗିଯିବାରୁ ଟାଙ୍କି ଫାଟି ଯାଇଥିଲା । ଫଳରେ ଟାଙ୍କି ନିକଟରେ ଥିବା ସୌଦାମିନି ପୋଡ଼ି ହୋଇ ଗୁରୁତର ହେବା ସହିତ ସୁରେନ୍ଦ୍ର ଓ ଅଜୟଙ୍କ ଦେହରେ ନିଆଁ ଲାଗି ଯାଇଥିଲା । ବିସ୍ଫୋରଣ ଶବ୍ଦ ଶୁଣି ପଡ଼ୋଶୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାରକରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri