ୟୁଟ୍ୟୁବ୍‌ରେ ପ୍ରଥମରୁ ଦଶମ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହୋଇଛି। ୟୁଟ୍ୟୁବ୍‌ ମାଧ୍ୟମରେ ଶିକ୍ଷାଦାନ କରାଯାଉଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସକାଳ ୯ଟାରୁ ସାଢ଼େ ୧୦ଟା ଯାଏ ଏବଂ ନବମ ଓ ଦଶମ ପିଲାଙ୍କ ପାଠପଢ଼ା ସକାଳ ୧୦ଟା ୪୫ରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲୁଛି। ଏଥିସହିତ ଶିକ୍ଷା ଦର୍ପଣ କାର୍ଯ୍ୟକ୍ରମ ମାଧ୍ୟମରେ ବି ଅନ୍‌ଲାଇନ ପାଠପଢ଼ା ହେଉଛି। ତେବେ ପ୍ରଥମ ଦିନରେ ଅନ୍‌ଲାଇନରେ ପାଠପଢ଼ା କେମିତି ଚାଲିଛି ତାହାର ତଦାରଖ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ପରେ ସେ କହିଛନ୍ତି, ୟୁଟ୍ୟୁବ୍‌ କ୍ଲାସ ପରେ ଛାତ୍ରୀଛାତ୍ରଙ୍କ ପ୍ରତି ମାସେ କିମ୍ବା ଦୁଇମାସରେ ଇଣ୍ଟରନାଲ ଆସେସ୍‌ମେଣ୍ଟ ହୋଇ ଇ-ମୂଲ୍ୟାୟନ କରାଯିବ। ତେବେ ବିଭିନ୍ନ ସ୍ଥାନରେ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ପାଠପଢ଼ାରୁ ବଞ୍ଚତ୍ତ ହୋଇଥିବାରୁ ସେମାନଙ୍କ ପାଖରେ ଏହି ସୁବିଧା କିପରି ପହଞ୍ଚତ୍ପାରିବ ସେଥିପାଇଁ ବିଭାଗ ପଦକ୍ଷେପ ନେବ ବୋଲି ମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଯୋଗୁ ପାଠପଢ଼ା ବ୍ୟାହତ ହେଇଛି। ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରଖିଛନ୍ତି। ଫଳରେ ୨୦୨୧-୨୨ ଶିକ୍ଷାବର୍ଷର ପାଠପଢ଼ା ବ୍ୟାହତ ହୋଇଛି। ଶିକ୍ଷାବର୍ଷର ତିନିମାସ ବିତିଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଗୋଟିଏ ବି ଶ୍ରେଣୀରେ କ୍ଲାସ୍‌ରୁମ୍‌ ଶିକ୍ଷାଦାନ ହୋଇପାରି ନାହିଁ। ଏପରିସ୍ଥିତିରେ ବିକଳ୍ପ ପଦକ୍ଷେପ ସ୍ବରୂପ ସୋମବାରଠାରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ୟୁଟ୍ୟୁବ୍‌ରେ ପାଠପଢ଼ା ଆରମ୍ଭ ହୋଇଛି। କିନ୍ତୁ ସବୁ ପିଲାଙ୍କ ପାଖରେ ଏହି ଶିକ୍ଷାଦାନ ପହଞ୍ଚତ୍ବା ସହଜ ନ ଥିବାରୁ ପ୍ରଥମ ଦିନରୁ ଦେଖାଯାଇଥିଲା ସମସ୍ୟା। ସହରାଞ୍ଚଳରେ ପିଲାମାନେ ସୁବିଧା ପାଉଥିବାବେଳେ ଗ୍ରାମାଞ୍ଚଳରେ ପିଲାମାନେ ବହୁ ପ୍ରକାର ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ରାଜ୍ୟର ବିଭିନ୍ନ ଜିଲାରେ ଇଣ୍ଟରନେଟ ସମସ୍ୟା ସହ ଅଧିକାଂଶ ଛାତ୍ରୀଛାତ୍ରଙ୍କ ନିକଟରେ ମୋବାଇଲ ନାହିଁ କି କମ୍ପ୍ୟୁଟର ନାହିଁ। ତେଣୁ ସରକାର ଏହି ପ୍ରୟାସ କେତେ ଦୂର ସଫଳ ହେବ ତାହା ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୂଚନାଯୋଗ୍ୟ, ଗତବର୍ଷ ମଧ୍ୟ ସରକାର ଅନ୍‌ଲାଇନ୍‌ ଶିକ୍ଷାଦାନ ବ୍ୟବସ୍ଥା କରିଥିଲେ ମଧ୍ୟ ମାତ୍ର ୬୦% ପିଲା ଏହାର ସୁବିଧା ପାଇପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋମାରେ ଇରାନର ସୁପ୍ରିମ ଲିଡର? କାହିଁକି ବ୍ୟାପିଛି ଏଭଳି ଖବର? ଜାଣନ୍ତୁ ଏହା ପଛର କାରଣ

ତେହରାନ,୭।୪: ବ୍ରିଟିଶ ଖବରକାଗଜ ଦି ଟାଇମ୍ସ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା କରିଛି। ରିପୋର୍ଟରେ କୁହାଯାଇଛି ଯେ ମୋଜତାବା ଖାମେନେଇ ଅଚେତ ଅଛନ୍ତି ଏବଂ ବର୍ତ୍ତମାନ ତାଙ୍କjର ଏହି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍‌ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri