ପ୍ରଥମ ଭର୍ଚୁଆଲ କୋର୍ଟରୁମ୍‌ ଉଦ୍‌ଘାଟିତ

କଟକ ଅଫିସ,୨।୧୧: ଅନୁଗୋଳ ଓ ନୟାଗଡ଼ ଜିଲାରେ ରାଜ୍ୟର ପ୍ରଥମ ମଡେଲ ଭର୍ଚୁଆଲ କୋର୍ଟରୁମ୍‌ ଉଦ୍‌ଘାଟିତ ହୋଇଯାଇଛି। ସୋମବାର ଭିଡିଓ କନଫରେନ୍ସ ମାଧ୍ୟମରେ ସୁପ୍ରିମକୋର୍ଟ ବିଚାରପତି ତଥା ଇ-କମିଟି ଚେୟାରମ୍ୟାନ ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼ ପ୍ରଥମ ମଡେଲ ଭର୍ଚୁଆଲ କୋର୍ଟରୁମ୍‌କୁ ଉଦ୍‌ଘାଟନ କରିଛନ୍ତି। ଏଥିସହ ଇ- କଷ୍ଟୋଡି ସାର୍ଟିଫିକେଟ ସିଷ୍ଟମ ଏବଂ କେସ୍‌ ସଂକ୍ରାନ୍ତ ସୂଚନା ପ୍ରଦାନ ଲାଗି ଅଟୋମେଟେଡ୍‌ ଇ-ମେଲ୍‌ ସର୍ଭିସର ଶୁଭାରମ୍ଭ କରିଛନ୍ତି।
ଏହି ଅବସରରେ ଜଷ୍ଟିସ ଚନ୍ଦ୍ରଚୂଡ଼ ଉଭୟ କୋର୍ଟରେ ଅବସ୍ଥାପିତ ଅନୁଗୋଳ ଜିଲାଜଜ୍‌ ଭାଗ୍ୟଲକ୍ଷ୍ମୀ ରଥ ଓ ନୟାଗଡ଼ ଜିଲାଜଜ୍‌ ରୂପଶ୍ରୀ ଚୌଧୁରୀଙ୍କୁ ଶୁଭେଚ୍ଛା ଜଣାଇ ଥିଲେ। ସେ କହିଥିଲେ, ଏହି ମହିଳା ବିଚାରପତି ଦ୍ୱୟ ସଭିଙ୍କ ପାଇଁ ରୋଲ୍‌ ମଡେଲ। ଇ-କୋର୍ଟରୁମ୍‌ ଅତ୍ୟାଧୁନିକ ବ୍ୟବସ୍ଥା ଦ୍ୱାରା ଜନସାଧାରଣଙ୍କର ଭାରତୀୟ ନ୍ୟାୟିକ ବ୍ୟବସ୍ଥା ଉପରେ ଭରସା ଆସିବ। ସେହିପରି ଇ-କଷ୍ଟୋଡି ସାର୍ଟିଫିକେଟ ସିଷ୍ଟମ ଏବଂ ଅଟୋମେଟେଡ ଇ ମେଲ୍‌ ସର୍ଭିସ ଦ୍ୱାରା ତ୍ୱରିତ ନ୍ୟାୟ ପ୍ରଦାନ କରାଯାଇପାରିବ।
ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଭର୍ଚୁଆଲ କୋର୍ଟରୁମ୍‌ର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ। ଏହି ଭର୍ଚୁଆଲ କୋର୍ଟ ରୁମ୍‌ ମାଧ୍ୟମରେ କିପରି ଏକାଧିକ କୋର୍ଟ ଯୋଡ଼ିିହୋଇପାରିବେ, ସେ ସମ୍ପର୍କରେ ଅବଗତ କରାଇଥିଲେ। ଆଗାମୀ ଦିନରେ ସମସ୍ତ ଜିଲାରେ ଭର୍ଚୁଆଲ କୋର୍ଟରୁମ୍‌ ଖୋଲାଯିବ। ଫଳରେ ମାମଲାଗୁଡ଼ିକ ପଡ଼ି ନ ରହି ଶୀଘ୍ର ସମାଧାନ ହୋଇପାରିବ ବୋଲି ମୁଖ୍ୟ ବିଚାରପତି କହିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଚାରପତି ବିଶ୍ୱଜିତ ମହାନ୍ତି, ହାଇକୋର୍ଟ ଆଇଟି ଓ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି କମିଟି ଅଧ୍ୟକ୍ଷ ଜଷ୍ଟିସ ସଙ୍ଗମ କୁମାର ସାହୁ, ଆଡଭୋକେଟ ଜେନେରାଲ ଅଶୋକ କୁମାର ପରିଜା, ଏସିଏସ୍‌ ସଞ୍ଜୀବ ଚୋପ୍ରା, ପୋଲିସ ମହାନିର୍ଦ୍ଦେଶକ ଅଭୟ, ଜେଲ ଡିଜି ସନ୍ତୋଷ ଉପାଧ୍ୟାୟଙ୍କ ସମେତ ଆଇନଜୀବୀ ଓ ବରିଷ୍ଠ ଅଧିକାରୀମାନେ ଭର୍ଚୁଆଲ ମୋଡ୍‌ରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri