ରାସ୍ତା ସମ୍ପ୍ରସାରଣ ଆଳରେ ମାଛ ମାର୍କେଟ କମ୍ପ୍ଲେକ୍ସ ଭାଙ୍ଗିଲା, ରାସ୍ତାପାର୍ଶ୍ୱରେ ଚାଲିଛି ବ୍ୟବସାୟ

ଗଞ୍ଜାମ,୧୪ା୮(ଡି.ଏନ୍‌.ଏ.): ଗଞ୍ଜାମ ସହର ସୌନ୍ଦର୍ଯ୍ୟକରଣ ପାଇଁ ଜୟଶ୍ରୀ ଛକଠାରୁ ଦାମୋଦରପୁର ପର୍ଯ୍ୟନ୍ତ ଉଭୟ ପାର୍ଶ ରାସ୍ତା ନିର୍ମାଣ କାମ ଚାଲିଛି l ଏଥିପାଇଁ ବଜାରରେ ଥିବା ଦୋକାନ ଓ ଉଠା ଦୋକାନୀମାନଙ୍କୁ ଏନ୍‌ଏସି ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ବଡ଼ ବଡ଼ ଗଛ ମଧ୍ୟ କଟାଯାଇଛି। ଏନ୍‌ଏସି ପକ୍ଷରୁ ସାନବଜାରଠାରେ ମାଛ ବ୍ୟବସାୟୀଙ୍କ ନିମନ୍ତେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରାଯାଇଥିଲା। ସେଠାରେ ସ୍ଥାନୀୟ ଅଞ୍ଚଳର କୈବର୍ତ୍ତ ସମ୍ପ୍ରଦାୟ ଲୋକମାନେ ମାଛ ବ୍ୟବସାୟ କରିଆସୁଥିଲେ। କିନ୍ତୁ ରାସ୍ତା ସମ୍ପ୍ରସାରଣ ଯୋଗୁ ଉକ୍ତ ମାର୍କେଟ କମ୍ପ୍ଲେକ୍ସ ଭାଙ୍ଗି ଦିଆଗଲା l ଯାହା ଫଳରେ ମାଛ ବ୍ୟବସାୟୀମାନେ ନାନା ଅସୁବିଧାରେ କର୍ଦ୍ଦମାକ୍ତ ରାସ୍ତା କଡ଼ରେ ମାଛ ବିକ୍ରି କରିବାକୁ ବାଧ୍ୟ ହୋଇଛନ୍ତି l ଲଘୁଚାପ ଜନିତ ଝିପିଝିପି ବର୍ଷା ଲାଗିରହିଥିବାରୁ ଲୋକେ ବାଧ୍ୟ ହୋଇ ସେହି ରାସ୍ତାରେ ଠିଆ ହୋଇ ମାଛ କିଣୁଥିବା ଦେଖିବାକୁ ମିଳିଛି l ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ଭେଣ୍ଡିଂ ଜୋନ ନିର୍ମାଣ କରି ବ୍ୟବସାୟୀଙ୍କୁ ଥଇଥାନ କରାଯିବ ବୋଲି ଏନ୍‌ଏସି ପ୍ରଶାସନ ପ୍ରତିଶ୍ରୁତି ଦେଇଥିଲା। କିନ୍ତୁ ତାହା ପ୍ରତିଶ୍ରୁତିରେ ହିଁ ରହିଯାଇଛି l ଏଣୁ ଶୀଘ୍ର ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେବା ପାଇଁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି l ଏ ସମ୍ପର୍କରେ ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସଙ୍କୁ ପଚାରିବାରେ କରୋନା ଯୋଗୁ ଉନ୍ନୟନ କାର୍ଯ୍ୟରେ ବାଧା ହୋଇଛି l ପରବର୍ତ୍ତୀ ସମୟରେ ବିକଳ୍ପ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri