ରାସ୍ତା ସମ୍ପ୍ରସାରଣ ଆଳରେ ମାଛ ମାର୍କେଟ କମ୍ପ୍ଲେକ୍ସ ଭାଙ୍ଗିଲା, ରାସ୍ତାପାର୍ଶ୍ୱରେ ଚାଲିଛି ବ୍ୟବସାୟ

ଗଞ୍ଜାମ,୧୪ା୮(ଡି.ଏନ୍‌.ଏ.): ଗଞ୍ଜାମ ସହର ସୌନ୍ଦର୍ଯ୍ୟକରଣ ପାଇଁ ଜୟଶ୍ରୀ ଛକଠାରୁ ଦାମୋଦରପୁର ପର୍ଯ୍ୟନ୍ତ ଉଭୟ ପାର୍ଶ ରାସ୍ତା ନିର୍ମାଣ କାମ ଚାଲିଛି l ଏଥିପାଇଁ ବଜାରରେ ଥିବା ଦୋକାନ ଓ ଉଠା ଦୋକାନୀମାନଙ୍କୁ ଏନ୍‌ଏସି ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ବଡ଼ ବଡ଼ ଗଛ ମଧ୍ୟ କଟାଯାଇଛି। ଏନ୍‌ଏସି ପକ୍ଷରୁ ସାନବଜାରଠାରେ ମାଛ ବ୍ୟବସାୟୀଙ୍କ ନିମନ୍ତେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରାଯାଇଥିଲା। ସେଠାରେ ସ୍ଥାନୀୟ ଅଞ୍ଚଳର କୈବର୍ତ୍ତ ସମ୍ପ୍ରଦାୟ ଲୋକମାନେ ମାଛ ବ୍ୟବସାୟ କରିଆସୁଥିଲେ। କିନ୍ତୁ ରାସ୍ତା ସମ୍ପ୍ରସାରଣ ଯୋଗୁ ଉକ୍ତ ମାର୍କେଟ କମ୍ପ୍ଲେକ୍ସ ଭାଙ୍ଗି ଦିଆଗଲା l ଯାହା ଫଳରେ ମାଛ ବ୍ୟବସାୟୀମାନେ ନାନା ଅସୁବିଧାରେ କର୍ଦ୍ଦମାକ୍ତ ରାସ୍ତା କଡ଼ରେ ମାଛ ବିକ୍ରି କରିବାକୁ ବାଧ୍ୟ ହୋଇଛନ୍ତି l ଲଘୁଚାପ ଜନିତ ଝିପିଝିପି ବର୍ଷା ଲାଗିରହିଥିବାରୁ ଲୋକେ ବାଧ୍ୟ ହୋଇ ସେହି ରାସ୍ତାରେ ଠିଆ ହୋଇ ମାଛ କିଣୁଥିବା ଦେଖିବାକୁ ମିଳିଛି l ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ଭେଣ୍ଡିଂ ଜୋନ ନିର୍ମାଣ କରି ବ୍ୟବସାୟୀଙ୍କୁ ଥଇଥାନ କରାଯିବ ବୋଲି ଏନ୍‌ଏସି ପ୍ରଶାସନ ପ୍ରତିଶ୍ରୁତି ଦେଇଥିଲା। କିନ୍ତୁ ତାହା ପ୍ରତିଶ୍ରୁତିରେ ହିଁ ରହିଯାଇଛି l ଏଣୁ ଶୀଘ୍ର ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେବା ପାଇଁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି l ଏ ସମ୍ପର୍କରେ ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସଙ୍କୁ ପଚାରିବାରେ କରୋନା ଯୋଗୁ ଉନ୍ନୟନ କାର୍ଯ୍ୟରେ ବାଧା ହୋଇଛି l ପରବର୍ତ୍ତୀ ସମୟରେ ବିକଳ୍ପ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri