ସର୍ଭେରେ ଅଟକିଛି ମାଛଧରା ଜେଟି

ଛତ୍ରପୁର,୨୦ା୧୦(ସନ୍ତୋଷ ପାଢୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀଠାରେ ମାଛ ଧରା ଜେଟି (ଫିସିଂ ହାରବୋର) ନିର୍ମାଣ ପ୍ରସ୍ତାବ ଦୀର୍ଘବର୍ଷ ଧରି ଅଟକିରହିଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଧାରିତ ଜଙ୍ଗଲ ଜମିର କିସମ ପରିବର୍ତ୍ତନ, ଇଂଜିନିୟରିଂ ସର୍ଭେ, ପ୍ରକଳ୍ପ ନକ୍ସା ଓ ମଡେଲ ଅଧ୍ୟୟନ କରାଯାଇଥିଲା। ତେବେ ପରିବେଶ ମଞ୍ଜୁରୀ ତଥା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଶାସନିକ ଅନୁମୋଦନ ମିଳିନଥିବାରୁ ଏହା ନିର୍ମାଣ ହୋଇପାରୁନଥିବା ଜଣାପଡିଛି। ଫଳରେ ମତ୍ସ୍ୟଜୀବୀମାନେ ମାଛ ମାରିବାକୁ ସମୁଦ୍ରକୁ ଯିବା ଏବଂ ମାଛ ଧରି କୂଳକୁ ଫେରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆର୍ଯ୍ୟପଲ୍ଲୀ ନିକଟରେ ଥିବା ମାଛଧରା ଜେଟି ମୁହାଣ ପୋତିହୋଇଗଲାଣି। ଦୀର୍ଘ ବର୍ଷ ଧରି ଏପରି ସମସ୍ୟା ଲାଗି ରହିଛି। ମତ୍ସ୍ୟଜୀବୀମାନେ ମଧ୍ୟ ସମୁଦ୍ର କୂଳକୁ ଡଙ୍ଗାରେ ଆସି ପାରୁନାହଁାନ୍ତି। ବିଭିନ୍ନ ସମୟରେ ଲହଡ଼ିରେ ଡଙ୍ଗା ଭାଙ୍ଗିବା ସହ ମାଛ ନଷ୍ଟ ହେଉଥିବା ନଜିର ରହିଛି। ଏଥିସହ ଏହି ଦୁର୍ଘଟଣାରେ ମତ୍ସଜୀବୀମାନେ ଅଘଟଣର ଶୀକାର ହେଉଛନ୍ତି। ପୂର୍ବରୁ ଏନେଇ ଭାଜପାର ଏକ ପ୍ରତିନିଧିଦଳ ନୂଆଦିଲୀ ଯାଇ କେନ୍ଦ୍ର ମତ୍ସ୍ୟ ସମ୍ପଦ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଭେଟି ଏ ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବା ସହ ସ୍ମାରକପତ୍ର ପ୍ରଦାନ କରିଥିଲେ। ସଦ୍ୟ ସମାପ୍ତ ବିଧାନସଭା ଅଧିବେଶନରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଏ ପ୍ରସଙ୍ଗରେ ପ୍ରଶ୍ନ ଉଠାଇଥିଲେ। ପରିବେଶ ମଂଜୁରୀ ଏବଂ ଉଭୟ ସରକାରଙ୍କ ପ୍ରଶାସନିକ ଅନୁମୋଦନ ମିଳିବା ପରେ ମାଛଧରା ଜେଟି ନିର୍ମାଣ ପାଇଁ ପରବର୍ତ୍ତୀ ପଦକ୍ଷେପ ନିଆଯାଇପାରେ ବୋଲି ରାଜ୍ୟ ମସତ୍‌ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ତାଙ୍କ ଉତ୍ତରରେ କହିଥିଲେ। ମିଳିଥିବା ସୂଚନା ଅନୁସାରେ ମତ୍ସ୍ୟଜେଟି ଓ ଫିସିଂ ହାରବର ନଥିବାରୁ ଏଠାର ମତ୍ସଜୀବୀ କେରଳ, ଗୋଆ, ମୁମ୍ବାଇ ଓ ଚେନ୍ନାଇ ଆଦିସ ଅଞ୍ଚଳକୁ କାମ କରିବାକୁ ଚାଲିଯାଉଛନ୍ତି।

ସୂଚନାଯୋଗ୍ୟ ସାନ ଆର୍ଯ୍ୟପଲ୍ଲୀ-ବଡ ଆର୍ଯ୍ୟପଲ୍ଲୀ ମଧ୍ୟରେ ଏକ ମାଛଧରା ଜେଟି ନିର୍ମାଣ ପାଇଁ ପରିକଳ୍ପନା କରାଯାଇଥିଲା। ଏଥିପାଇଁ ବାରମ୍ବାର ଦେଶର ବିଭିନ୍ନ ସ୍ଥାନରୁ ବିଶେଷଜ୍ଞ ଟିମ୍‌ ଆସି ସର୍ଭେ କରିଥିଲେ। ତେବେ ଏନେଇ କୌଣସିପଦକ୍ଷେପ ନିଆଯାଇନଥିବାରୁ ମତ୍ସ୍ୟଜୀବୀମାନେ ନିରାଶରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri