Posted inଖେଳ

ଫିଟ୍‌ନେସ୍‌ ପ୍ରୋଟୋକଲ ଓଡ଼ିଆ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର, ୨୫ା୧୧ (ସ୍ପୋଟର୍‌ସ ବ୍ୟୁରୋ): ରାଜ୍ୟ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ମଙ୍ଗଳବାର ଏକ ଭର୍ଚୁଆଲ କନଫରେନ୍ସିଂ ଜରିଆରେ ଓଡ଼ିଆ ଭାଷାରେ ବିଭିନ୍ନ ବୟସବର୍ଗ ପାଇଁ ଫିଟ୍‌ନେସ୍‌ ପ୍ରୋଟୋକଲ ଲୋକାର୍ପଣ କରିଛନ୍ତି। ଜନସାଧାରଣ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା କିପରି ମୂଲ୍ୟାୟନ କରିପାରିବେ ଏଥିରେ ତାହାର ବ୍ୟାଖ୍ୟା କରାଯାଇଛି। ଦୈନନ୍ଦିନ ରୁଟିନ୍‌ରେ ସହଜ ବ୍ୟାୟାମ ଦ୍ୱାରା କିପରି ସୁସ୍ଥ ଜୀବନଯାପନ କରିହେବ ତାହା ମଧ୍ୟ ଏଥିରେ ଉଲ୍ଲେଖ କରାଯାଇଛି। ବିଭିନ୍ନ ବୟସ ପାଇଁ ଫିଟ୍‌ନେସ୍‌ ପ୍ରୋଟୋକଲ ଏବଂ ଗାଇଡ୍‌ଲାଇନ୍‌କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ମିଳିତ ଭାବେ ବିକଶିତ କରିଛନ୍ତି। ୫ରୁ ୧୮ ବର୍ଷ, ୧୮ରୁ ୬୫ବର୍ଷ ଏବଂ ୬୫ବର୍ଷରୁ ଊର୍ଦ୍ଧ୍ୱ ଆଦି ସମାଜର ସମସ୍ତ ବୟସବର୍ଗ ପାଇଁ ବିଶେଷଜ୍ଞମାନେ ଡିଜାଇନ୍‌ ପ୍ରସ୍ତୁତ କରିଛନ୍ତି। ତିନୋଟି ପୁସ୍ତକର ଲୋକାର୍ପଣ କରି ମନ୍ତ୍ରୀ ବେହେରା କହିଛନ୍ତି, ଆଞ୍ଚଳିକ ଭାଷାରେ ପ୍ରୋଟୋକଲ ପ୍ରକାଶନ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ବର୍ତ୍ତମାନ ଏହାର ରାଜ୍ୟରେ ଉଭୟ ଓଡ଼ିଶା ଏବଂ ଇଂଲିଶ ଭାଷାରେ ଉପଲବ୍ଧ ହେବ। ଏହି ବିଶେଷଭାବେ ଆଦୃତ ହେବ ବୋଲି ତାଙ୍କର ଆଶା। ଏହି ଅବସରରେ କ୍ରୀଡ଼ା କମିଶନର ତଥା ସଚିବ ବିଶାଲ ଦେବ, ନିର୍ଦ୍ଦେଶକ ତଥା ଅତିରିକ୍ତ ସଚିବ ଆର୍‌. ଭିନିଲ କ୍ରିଷ୍ଣା ସାଇର ପୂର୍ବାଞ୍ଚଳ ଆଞ୍ଚଳିକ ନିର୍ଦ୍ଦେଶକ, କୋଲକାତା ଭିନିତ କୁମାର ଏବଂ କ୍ରୀଡ଼ା ଉପଶାସନ ସଚିବ ଶୈଳେନ୍ଦ୍ର ଜେନା ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଫିଟ୍‌ ଇଣ୍ଡିଆ ମୁଭମେଣ୍ଟର ପ୍ରଥମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୨୪ରେ ଫିଟ୍‌ ଇଣ୍ଡିଆ ଏଜ୍‌ ଆପ୍ରୋପ୍ରିଏଟ୍‌ ଫିଟ୍‌ନେସ୍‌ ପ୍ରୋଟୋକଲର ଲୋକାର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri