Posted inଖେଳ

ଫିଟ୍‌ନେସ୍‌ ପ୍ରୋଟୋକଲ ଓଡ଼ିଆ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର, ୨୫ା୧୧ (ସ୍ପୋଟର୍‌ସ ବ୍ୟୁରୋ): ରାଜ୍ୟ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ମଙ୍ଗଳବାର ଏକ ଭର୍ଚୁଆଲ କନଫରେନ୍ସିଂ ଜରିଆରେ ଓଡ଼ିଆ ଭାଷାରେ ବିଭିନ୍ନ ବୟସବର୍ଗ ପାଇଁ ଫିଟ୍‌ନେସ୍‌ ପ୍ରୋଟୋକଲ ଲୋକାର୍ପଣ କରିଛନ୍ତି। ଜନସାଧାରଣ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା କିପରି ମୂଲ୍ୟାୟନ କରିପାରିବେ ଏଥିରେ ତାହାର ବ୍ୟାଖ୍ୟା କରାଯାଇଛି। ଦୈନନ୍ଦିନ ରୁଟିନ୍‌ରେ ସହଜ ବ୍ୟାୟାମ ଦ୍ୱାରା କିପରି ସୁସ୍ଥ ଜୀବନଯାପନ କରିହେବ ତାହା ମଧ୍ୟ ଏଥିରେ ଉଲ୍ଲେଖ କରାଯାଇଛି। ବିଭିନ୍ନ ବୟସ ପାଇଁ ଫିଟ୍‌ନେସ୍‌ ପ୍ରୋଟୋକଲ ଏବଂ ଗାଇଡ୍‌ଲାଇନ୍‌କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ମିଳିତ ଭାବେ ବିକଶିତ କରିଛନ୍ତି। ୫ରୁ ୧୮ ବର୍ଷ, ୧୮ରୁ ୬୫ବର୍ଷ ଏବଂ ୬୫ବର୍ଷରୁ ଊର୍ଦ୍ଧ୍ୱ ଆଦି ସମାଜର ସମସ୍ତ ବୟସବର୍ଗ ପାଇଁ ବିଶେଷଜ୍ଞମାନେ ଡିଜାଇନ୍‌ ପ୍ରସ୍ତୁତ କରିଛନ୍ତି। ତିନୋଟି ପୁସ୍ତକର ଲୋକାର୍ପଣ କରି ମନ୍ତ୍ରୀ ବେହେରା କହିଛନ୍ତି, ଆଞ୍ଚଳିକ ଭାଷାରେ ପ୍ରୋଟୋକଲ ପ୍ରକାଶନ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ବର୍ତ୍ତମାନ ଏହାର ରାଜ୍ୟରେ ଉଭୟ ଓଡ଼ିଶା ଏବଂ ଇଂଲିଶ ଭାଷାରେ ଉପଲବ୍ଧ ହେବ। ଏହି ବିଶେଷଭାବେ ଆଦୃତ ହେବ ବୋଲି ତାଙ୍କର ଆଶା। ଏହି ଅବସରରେ କ୍ରୀଡ଼ା କମିଶନର ତଥା ସଚିବ ବିଶାଲ ଦେବ, ନିର୍ଦ୍ଦେଶକ ତଥା ଅତିରିକ୍ତ ସଚିବ ଆର୍‌. ଭିନିଲ କ୍ରିଷ୍ଣା ସାଇର ପୂର୍ବାଞ୍ଚଳ ଆଞ୍ଚଳିକ ନିର୍ଦ୍ଦେଶକ, କୋଲକାତା ଭିନିତ କୁମାର ଏବଂ କ୍ରୀଡ଼ା ଉପଶାସନ ସଚିବ ଶୈଳେନ୍ଦ୍ର ଜେନା ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଫିଟ୍‌ ଇଣ୍ଡିଆ ମୁଭମେଣ୍ଟର ପ୍ରଥମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୨୪ରେ ଫିଟ୍‌ ଇଣ୍ଡିଆ ଏଜ୍‌ ଆପ୍ରୋପ୍ରିଏଟ୍‌ ଫିଟ୍‌ନେସ୍‌ ପ୍ରୋଟୋକଲର ଲୋକାର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri