ଗୋରାସେତୁରେ ପ୍ରଥମ ଥର ଉଡ଼ିଲା ତ୍ରିରଙ୍ଗା

ଚିତ୍ରକୋଣ୍ଡା,୨୬ା୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଳିତ ବର୍ଷ ଆନନ୍ଦର ସହ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ପଣଷପୁଟ ପଞ୍ଚାୟତ ଗୋରାସେତୁଠାରେ ବିଏସ୍‌ଏଫ୍‌ କ୍ୟାମ୍ପ ପ୍ରତିଷ୍ଠା ହେବାପରେ ପ୍ରଥର ଥର ଜାତୀୟ ପତାକା ଉତ୍ତୋଳନ କରାଯାଇଛି। ଯୋଡ଼ାମ୍ବ ଥାନା ଅଧିକାରୀ ଅନିଲ୍‌ କୁମାର ପରିଡ଼ାଙ୍କ ନେତୃତ୍ୱରେ ବିଏସ୍‌ଏଫ୍‌ କ୍ୟାମ୍ପ୍‌ର ମିଳିତ ସହଯୋଗରେ ପତାକା ଉତ୍ତୋଳନ କରାଯାଇଥିଲା। ସେହିପରି ପାପରମେଟେଲା ଥାନା ଅଧିକାରୀ ଲକ୍ଷ୍ମୀନାରାୟଣ ମୁଦୁଲିଙ୍କ ନେତୃତ୍ୱରେ ଓ ବିଏସ୍‌ଏଫ୍‌ କ୍ୟାମ୍ପର ମିଳିତ ଉଦ୍ୟମରେ ଗୁରୁପ୍ରିୟା ସେତୁଠାରେ ପତାକା ଉତ୍ତୋଳନ କରାଯାଇଛି। ଏହା ବ୍ୟତୀତ ସ୍ବାଭିମାନ ଅଞ୍ଚଳରେ ନୂତନ ଭାବେ ସରକାରୀ ସ୍ବୀକୃତି ପାଇଥିବା ଧୂଳିପୁଟ ପଞ୍ଚାୟତରେ ସାମାଜିକ କର୍ମୀ ତପନ ଶାହା ଓ ପୀତାମ୍ବର ଖେମୁଡୁଙ୍କ ଉଦ୍ୟମରେ ପତାକା ଉତ୍ତୋଳନ କରାଯାଇଥିଲା। ସେହିପରି ହନ୍ତାଳଗୁଡ଼ା ବିଏସ୍‌ଏଫ କ୍ୟାମ୍ପ, ରାଲେଗାଡ଼ା ପଞ୍ଚାୟତ କାର୍ଯ୍ୟାଳୟ, ଚିତ୍ରକୋଣ୍ଡା ଥାନା, ପାପରମେଟେଲା ପଞ୍ଚାୟତ ସମେତ ସ୍ବାଭିମାନ ଅଞ୍ଚଳର ପ୍ରତ୍ୟେକ ସ୍କୁଲ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ପୂର୍ବରୁ ସ୍ବାଭିମାନ ଅଞ୍ଚଳରେ ମାଓବାଦୀମାନେ କଳା ପତାକା ଉଡାଉଥିଲେ। ଏବେ ସବୁଠି ତ୍ରିରଙ୍ଗା ଉଡ଼ୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri