ବଜାରରେ ନିଶାନ ମାଗ୍‌ନାଇଟ୍‌ ଇଜେଡ୍‌-ଶିଫ୍ଟ ଏଏମ୍‌ଟି

ଭୁବନେଶ୍ୱର, ୧୮।୧୧: ନିଶାନ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ପ୍ରିମିୟମ ଏସ୍‌ୟୁଭି ‘ଅଲ୍‌ ନ୍ୟୁ ନିଶାନ ମାଗ୍‌ନାଇଟ୍‌ ଇଜେଡ୍‌ ଶିଫ୍ଟ ଏଏମ୍‌ଟିର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନିଶାନ ଇଣ୍ଡିଆର ସ୍ବୀକୃତିପ୍ରାପ୍ତ ଡିଲର ଜାହ୍ନବୀ ନିଶାନର ପାହାଳ ୟୁନିଟ୍‌ ପକ୍ଷରୁ ଶୁକ୍ରବାର ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଉକ୍ତ ଉତ୍ସବରେ ଜାହ୍ନବୀ ନିଶାନର ଏମ୍‌ଡି ଅମିତ ଜୟସ୍ବାଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଅନାବରଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜାହ୍ନବୀ ନିଶାନର ଜେନେରାଲ ମ୍ୟାନେଜର (ସେଲ୍‌ସ ଆଣ୍ଡ ଅପରେଶନ) ସୁସ୍ମିତା ପଟ୍ଟନାୟକଙ୍କ ସମେତ ଜାହ୍ନବୀ ନିଶାନର ସେଲ୍‌ସ ମ୍ୟାନେଜର ଅଭିଜିତ ରୟ, ଟିମ୍‌ ଲିଡର ବିନୟ ଜେନା ଏବଂ ସର୍ଭିସ୍‌ ମ୍ୟାନେଜର ପ୍ରକାଶ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଦି ଅଲ୍‌ ନ୍ୟୁ ମାଗ୍‌ନାଇଟ୍‌ ଇଜେଡ୍‌ ଶିଫ୍ଟରେ ଅନେକ ଅତ୍ୟାଧୁନିକ ବୈଶିଷ୍ଟ୍ୟ ସହିତ ପ୍ରମୁଖ କି ଫିଚରଗୁଡିକ ସାମିଲ ରହିଛି। ସେହିଭଳି ଶକ୍ତିଶାଳୀ ବିଏସ୍‌୬ ଇଞ୍ଜିନ ଏବଂ ବୃହତ୍‌ ତେଲ ଟାଙ୍କି ଓ ସ୍ପେସ୍‌ ଉପଲବ୍ଧ। ବିଶେଷକରି ୫ସିଟର ବିଶିଷ୍ଟ ଏହି ପ୍ରିମିୟମ ଏସ୍‌ୟୁଭିରେ ଅନେକ ବୈଷୟିକ ଫିଚର ଓ ଆକର୍ଷଣୀୟ ଡିଜାଇନ ଗାଡ଼ିର ଡିମାଣ୍ଡକୁ ଦ୍ୱିଗୁଣିତ କରିଛି। ଏପରିକି ଆକର୍ଷଣୀୟ କଲର (ରଙ୍ଗ) ଓ ସେଫ୍ଟି ଫିଚର ଯୋଗୁ ଉକ୍ତ ମଡେଲ ଗ୍ରାହକଙ୍କୁ ବେଶ୍‌ ଆକୃଷ୍ଟ କରିପାରିଛି ବୋଲି ଜାହ୍ନବୀ ନିଶାନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri