୧୭୦ ଯାତ୍ରୀଙ୍କୁ ନେଇ ଦୁବାଇରୁ ଆସିଲା ବିମାନ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ଦୁବାଇରୁ ଓଡ଼ିଶା ଆସିଲା ବିମାନ । ବିନା ଷ୍ଟପେଜରେ ୧୭୦ ଜଣ ଯାତ୍ରୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ । ସାଢେ ଚାରି ଘଣ୍ଟାର ଯାତ୍ରା ପରେ ସମସ୍ତେ ଭୁବନେଶ୍ବରରେ ପହଞ୍ଚିଥିବା କହିଛନ୍ତି । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସମସ୍ତଙ୍କୁ ଫୁଲ, ଚନ୍ଦନ ଓ ମହାପ୍ରସାଦ ଦେଇ ସ୍ବଗତ କରିଥିଲେ । ଫ୍ଲାଇଟରେ ଜଣେ ପୁରୁଷ ଓ ଜଣେ ମହିଳା ପାଇଲଟ ରହିଥିଲେ । ସିଧାସଳଖ ବିମାନସେବା ଆରମ୍ଭ ହୋଇଥିବାରୁ ସମସ୍ତ ଯାତ୍ରୀ ଖୁସି ପ୍ରକାଶ କରିଛନ୍ତି ।

Share