Posted inଜାତୀୟ

ମୁମ୍ବାଇରୁ ନ୍ୟୁୟର୍କ ଯାଉଥିଲା ବିମାନ, ମଝି ରାସ୍ତାରୁ ଫେରିଲା

ମୁମ୍ବାଇ,୧୦ା୩: ଏୟାର ଇଣ୍ଡିଆର ଏକ ବିମାନ ମୁମ୍ବାଇରୁ ନ୍ୟୁୟର୍କ ଯିବାର ଥିଲା, କିନ୍ତୁ ମଝି ରାସ୍ତାରୁ ବିମାନ ପୁଣି ମୁମ୍ବାଇ ଫେରି ଆସିଛି। କାରଣ ବିମାନରେ ବୋମା ଆତଙ୍କ ଥିବାରୁ ପାଇଲଟଙ୍କୁ ତାଙ୍କର ରୁଟ୍‌ ପରିବର୍ତ୍ତନ କରିବାକୁ ପଡ଼ିଲା। ଯେତେବେଳେ ଏୟାର ଇଣ୍ଡିଆର ବୋଇଂ ୩୫୦ ବିମାନ ଆଜରବାଇଜାନ ଉପରେ ଉଡୁଥିଲା, ସେତେବେଳେ ବିମାନର କ୍ରୁ ସଦସ୍ୟମାନେ ଏହି ଧମକ ପାଇଥିଲେ। ବିମାନଟି ମୁମ୍ବାଇ ଫେରିବା ପରେ, ବୋମା ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତଥାପି ଏପର୍ଯ୍ୟନ୍ତ ତଦନ୍ତରେ କିଛି ବାହାରି ନାହିଁ। ଯଦି ସୂତ୍ରଗୁଡ଼ିକୁ ବିଶ୍ୱାସ କରାଯାଏ, ତେବେ ଏହା କେବଳ ଏକ ମିଥ୍ୟା ଧମକ ଥିଲା।

ଏହି ବିମାନରେ ମୋଟ୍‌ ୩୦୩ ଜଣ ଯାତ୍ରୀ ଏବଂ ୧୯ ଜଣ କ୍ରୁ ସଦସ୍ୟ ଉପସ୍ଥିତ ଥିଲେ। ବିମାନଟି ରାତି ୨ଟାରେ ମୁମ୍ବାଇରୁ ଉଡ଼ାଣ ଆରମ୍ଭ କରିଥିଲା ଏବଂ ସକାଳ ୧୦.୨୫ରେ ଫେରିଥିଲା। AI-119 ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରୁ ନ୍ୟୁୟର୍କର ଜନ୍‌ ଏଫ୍‌ କେନେଡି ବିମାନବନ୍ଦର ପର୍ଯ୍ୟନ୍ତ ଯାତ୍ରା ସମାପ୍ତ କରିବାକୁ ପ୍ରାୟ ୧୫ ଘଣ୍ଟା ସମୟ ନିଏ। ଏୟାର ଇଣ୍ଡିଆ କହିଛି, ବିମାନଟି ଆସନ୍ତାକାଲି ସକାଳ ୫ଟାରେ ଉଡ଼ାଣ ଆରମ୍ଭ କରିବ। ଏୟାର ଇଣ୍ଡିଆ ଏହା ମଧ୍ୟ କହିଛି ଯେ ଯାତ୍ରୀମାନଙ୍କୁ ବିଶ୍ରାମ ସ୍ଥାନ, ଖାଦ୍ୟ ଏବଂ ଅନ୍ୟାନ୍ୟ ସହାୟତା ଯୋଗାଇ ଦିଆଯାଇଛି।

ଏୟାର ଇଣ୍ଡିଆ ପକ୍ଷରୁ ଜାରି ଏକ ବିବୃତ୍ତିରେ କୁହାଯାଇଛି, ୧୦ ମାର୍ଚ୍ଚ, ୨୦୨୫ରେ ମୁମ୍ବାଇରୁ ନ୍ୟୁୟର୍କ ଯାଉଥିବା AI-119 ବିମାନରେ ଏକ ସମ୍ଭାବ୍ୟ ସୁରକ୍ଷା ବିପଦ ଚିହ୍ନଟ ହୋଇଥିଲା। ପ୍ରୋଟୋକଲ ଅନୁସାରେ, ବିମାନରେ ଥିବା ସମସ୍ତ ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନକୁ ମୁମ୍ବାଇ ଫେରାଇ ନିଆଯାଇଥିଲା। ବିମାନଟି ସକାଳ ୧୦.୨୫ରେ ମୁମ୍ବାଇରେ ସୁରକ୍ଷିତ ଭାବରେ ଅବତରଣ କରିଥିଲା। ସୁରକ୍ଷା ଏଜେନ୍ସିଗୁଡ଼ିକ ଏହି ମାମଲାର ତଦନ୍ତ କରୁଛନ୍ତି। ଏୟାର ଇଣ୍ଡିଆର ଅଧିକାରୀମାନେ ପୂର୍ଣ୍ଣ ସହଯୋଗ କରୁଛନ୍ତି। ବିମାନଟି ୧୧ ମାର୍ଚ୍ଚ, ୨୦୨୫ ସକାଳ ୫ଟାରେ ଛାଡ଼ବ, ସେପର୍ଯ୍ୟନ୍ତ ସମସ୍ତ ଯାତ୍ରୀଙ୍କୁ ହୋଟେଲରେ ରହିବା, ଖାଦ୍ୟ ଏବଂ ଅନ୍ୟାନ୍ୟ ସହାୟତା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri