୨୯ରୁ ଭୁବନେଶ୍ୱରରୁ ଗୁଆହାଟୀକୁ ଉଡ଼ିବ ବିମାନ

ଭୁବନେଶ୍ୱର,୧୮ା୧୦(ଅସମାପିକା ସାହୁ)
ଭୁବନେଶ୍ୱରରୁ ଗୁହାହାଟୀକୁ ଆସନ୍ତା ୨୯ ତାରିଖରୁ ବିମାନ ଚଳାଚଳ ଆରମ୍ଭ ହେବ। ଇଣ୍ଡିଗୋ ଏୟାରଲାଇନ୍ସ ପ୍ରତିଦିନ ଭୁବନେଶ୍ୱର-ଗୁହାହାଟୀ ମଧ୍ୟରେ ବିମାନ ଚଳାଚଳ କରାଇବ। ଭୁବନେଶ୍ୱରରୁ ଗୁହାହାଟୀ ମାତ୍ର ଦେଢ଼ଘଣ୍ଟା ଲାଗିବ। ପ୍ରତିଦିନ ଏହା ଅପରାହ୍ନ ୧ଟା ୨୫ରୁ ଭୁବନେଶ୍ୱରରୁ ଛାଡ଼ିବ ଓ ୨ଟା ୫୫ରେ ଗୁହାହାଟୀରେ ପହଞ୍ଚିବ। ସେହିପରି ଏହା ଗୁହାହାଟୀରୁ ଅପରାହ୍ନ ୩ଟା ୫୦ରେ ବାହାରି ୫ଟା ୨୦ରେ ଭୁବନେଶ୍ୱରରେ ପହଞ୍ଚତ୍ବ। ଏହି ବିମାନସେବା ଆରମ୍ଭ ହେଲେ ଆକାଶମାର୍ଗରେ ଓଡ଼ିଶା ଉତ୍ତର-ପୂର୍ବାଞ୍ଚଳ ସହ ଯୋଡ଼ିହେବ। ଫଳରେ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟକୁ ଯାତାୟାତ ସମୟ କମିବ। ଏଠାରେ ଉଲ୍ଲେଖଯୋଗ୍ୟ, ୨୧ତମ ସ୍ଥାନ ଭାବେ ଭୁବନେଶ୍ୱରରୁ ଗୁହାହାଟୀକୁ ବିମାନ ଚଳାଚଳ କରିବ। ଆଗାମୀ ଦିନରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଜମ୍ମୁ, ଚଣ୍ଡିଗଡ଼ ଓ ସୁରଟକୁ ବିମାନ ଚଳାଚଳ ପାଇଁ ଯୋଜନା ରହିଥିବା ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri