ଭାସିଲା ରାଜଧାନୀ

ଭୁବନେଶ୍ୱର,୩୧ା୭: ସୋମବାର ଅପରାହ୍ନରେ ପ୍ରବଳ ବର୍ଷା ହେବାରୁ ରାଜଧାନୀ ଭାସିଛି। କିଛି ଘଣ୍ଟା ଧଣି ବର୍ଷା ହେବାରୁ ଭୁବନେଶ୍ୱରର ଅବସ୍ଥା ବେହାଲ ହୋଇପଡ଼ିଛି। ଜୁଆଡ଼େ ଚାହିଁଲେ ଖାଲି ପାଣି ପାଣି। ଫଳରେ ରାସ୍ତାରେ ଲୋକେ ଯିବାଆସିବା ପାଇଁ ଭୟ କରୁଛନ୍ତି। ଜାଗମରା, ଇସ୍କନ ସମ୍ମୁଖ, ଲକ୍ଷ୍ମୀସାଗର, ରସୁଲଗଡ଼ ନୟାପଲ୍ଲୀ, ସତ୍ୟନଗର ଆଦି ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଚାଲିଛି। ଯାହାକୁ ନେଇ ରାଜଧାନୀ ଅସନ୍ତୋଷ ପ୍ରକାଶ କରିଛନ୍ତି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି ସୂଚନାନୁସାରେ, ମଙ୍ଗଳବାର ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବା ନେଇ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri