ବନ୍ୟାରେ ୧୧ ପଞ୍ଚାୟତର ୫୦% ଚାଷ କ୍ଷତିଗ୍ରସ୍ତ

ତିହିଡ଼ି, ୧୬ା୯(ସ୍ବ.ପ୍ର.)- ତିହିଡ଼ି ବ୍ଲକରେ ଚଳିତ ବନ୍ୟା ଯୋଗୁ ୧୧ ପଞ୍ଚାୟତର ୫୦ ପ୍ରତିଶତ ଧାନ ଚାଷ କ୍ଷତିଗ୍ରସ୍ତ ହୋଇଥିବା ନେଇ ବ୍ଲକ କୃଷି ବିଭାଗ ପକ୍ଷରୁ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି। ନିକଟରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ତିହିଡ଼ି ବ୍ଳକର ବିଭିନ୍ନ ତଳିଆ ପଞ୍ଚାୟତର ଗାଁ ଗଣ୍ଡାରେ ବନ୍ୟା ପାଣି ପ୍ରବେଶ କରିବା ସହିତ ଧାନ ଜମିରେ ଜମି ରହିଥିଲା। ପୂର୍ଣ୍ଣମୀ ତିଥି ଥିବାରୁ ବନ୍ୟା ପାଣି ତଳକୁ ଗଡ଼ି ନପାରି ପ୍ରାୟ ସପ୍ତାହେ ଧରି ଚାଷ ଜମିରେ ଜମି ରହିଥିଲା। ଅନ୍ୟପକ୍ଷରେ ପାଣି ନିଷ୍କାସନର ଅନ୍ୟ କୌଣସି ବିକଳ୍ପ ନଥିବାରୁ ଖାଲୁଆ ଜମି ଗୁଡ଼ିକରେ ପାଣି ଜମି ରହି ଧାନ ଫସଲକୁ ନଷ୍ଟ କରି ଦେଇଥିଲା। ଚଳିତ ବର୍ଷ ବ୍ଲକର ୩୧ ପଞ୍ଚାୟତରେ ମୋଟ ୨୦ ହଜାର ୬ଶହ ୨୩ ହେକ୍ଟର ଜମିରେ ଧାନ ଚାଷ ହୋଇଥିବା ବେଳେ ବିଲଣା, ବାରୋ, ବୋଡ଼କ, ବାରସର, ଗୋବିନ୍ଦପୁର, କାଁପଡ଼ା, ଶ୍ୟାମସୁନ୍ଦରପୁର, ସିନ୍ଦୋଳ, କୋହ୍ଲ, ଦୌଲତପୁର ଓ ହରିସିଂପୁର ପଞ୍ଚାୟତର ୫ହଜାର ୪୩୩ ହେକ୍ଟର ଜମିରେ ଧାନ ଚାଷ ନଷ୍ଟ ହୋଇଥିବା ବ୍ଲକ କୃଷି ବିଭାଗ ପକ୍ଷରୁ ତଦନ୍ତ କରାଯାଇଛି। ଅନ୍ୟ ୨୦ଟି ପଞ୍ଚାୟତରେ ଧାନ ଚାଷରେ ୫୦ ପ୍ରତିଶତରୁ କମ କ୍ଷୟ କ୍ଷତି ହୋଇଥିବାର ରିପୋର୍ଟ ମଧ୍ୟ ପ୍ରଦାନ କରାଯାଇଛି। ଏଠାରେ ସୂଚନାଯୋଗ୍ୟ ଯେ ଚଳିତ ବର୍ଷ କରୋନା କଟକଣା ସହିତ ପ୍ରତିକୂଳ ପାଗ ଯୋଗୁ ଚାଷୀମାନେ ବହୁ କଷ୍ଟ ସ୍ବୀକାର କରି ଧାନ ଚାଷ କରିଥିଲେ। ସେହିପରି ବିଭିନ୍ନ ବ୍ୟାଙ୍କ, ସମବାୟ ସମିତି ତଥା ହାତଉଦ୍ଧାରି ଋଣକରଜ କରି ଚାଷରେ ବିନିଯୋଗ କରିଥିଲେ। ମାତ୍ର ବନ୍ୟା ଜନିତ ଦୈବ ଦୁର୍ବିପାକ ଏଥିରେ ପ୍ରତିବନ୍ଧକ ସୃଷ୍ଟି କରିଛି। ଯାହା ଫଳରେ ସେମାନଙ୍କର ବର୍ଷକର ସମ୍ବଳ ଉଜୁଡ଼ି ଯାଇଛି। ବର୍ଷକର ଦାନା ଉଜୁଡ଼ି ଯାଇଥିବାରୁ ପରିବାର ପ୍ରତିପୋଷଣ ନେଇ ଚାଷୀ ମୁଣ୍ଡରେ ଚଡ଼କ ପଡିଯାଇଛି। ସରକାରଙ୍କ ପକ୍ଷରୁ ଏହାର ତଦନ୍ତ କରାଯାଇ ସେମାନଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯିବାକୁ ଚାଷୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri