ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର ନାଁ ନେଉନାହିଁ। ଏବର୍ଷର ବନ୍ୟାରେ ବ୍ଲକର ୪୦ଟି ଗ୍ରାମର ୩୧ ହଜାରରୁ ଉର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିଲେ। ପ୍ରାୟ ଦୁଇ ଦିନ ଧରି ବିଭିନ୍ନ ଗ୍ରାମ ଜଳବନ୍ଦୀ ହୋଇ ରହିବା ସହ ରାସ୍ତାଘାଟ ଓ ଚାଷ ଜମି ଜଳମଗ୍ନ ହୋଇଯାଇଥିଲା। ବିଶେଷ କରି ଆଇତିପୁର, ସମଣା, ଆମ୍ବୋ ଏବଂ ହାବଳେଶ୍ୱର ପଞ୍ଚାୟତ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛନ୍ତି।

ସର୍ବାଧିକ କ୍ଷତିଗ୍ରସ୍ତ ଆଇତିପୁର ପଞ୍ଚାୟତର ରାଘବପୁର ଗାଁ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ୫ ଫୁଟରୁ ଅଧିକ ଉଚ୍ଚର ବନ୍ୟାଜଳ ପ୍ରବେଶ କରିଥିଲା, ଯାହା ଏବେବି ସମ୍ପୂର୍ଣ୍ଣ ନିଷ୍କାସନ ହୋଇପାରିନାହିଁ। ବିଦ୍ୟାଳୟର ଶୌଚାଳୟ, ରୋଷେଇ ଘର ଏବଂ ଶ୍ରେଣୀଗୁଡ଼ିକରେ ବନ୍ୟାଜଳ ସାଙ୍ଗକୁ ପଟୁମାଟି ଜମି ରହିଛି। ଗୁରୁବାର ସ୍କୁଲ ଖୋଲିଥିଲେ ହେଁ ପାଣି ଓ କାଦୁଅ ଯୋଗୁ ଛାତ୍ରଛାତ୍ରୀ ଆସିପାରି ନ ଥିବାରୁ ପ୍ରଧାନଶିକ୍ଷକ, ପୁରାତନ ଛାତ୍ର ଏବଂ ଅଭିଭାବକମାନେ ମିଶି ସଫାସୁତରା କାର୍ଯ୍ୟରେ ଲାଗିପଡ଼ିଛନ୍ତି। ବିଦ୍ୟାଳୟରେ ପାଠପଢ଼ା ସ୍ୱାଭାବିକ ହେବାକୁ ଆଉ ୨ ରୁ ୩ ଦିନ ଲାଗିବ ବୋଲି ପ୍ରଧାନଶିକ୍ଷକ ବିଷ୍ଣୁ ପ୍ରସାଦ ବୋଇତେଇ ସୂଚନା ଦେଇଛନ୍ତି। ଏହି ସ୍କୁଲଟି ଉଚ୍ଚ ସ୍ଥାନରେ ନ ଥିବାରୁ ପ୍ରତିବର୍ଷ ବନ୍ୟାରେ ପାଣି ପଶୁଥିବାରୁ ଏଠାରେ ଏକ ଦୁଇ ମହଲା ବିଶିଷ୍ଟ ଶ୍ରେଣୀଗୃହ ନିର୍ମାଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।

ଅସମ୍ପୂର୍ଣ୍ଣ ନଦୀବନ୍ଧ ଯୋଗୁ ରାଘବପୁର ଓ ଆଖପାଖ ଅଞ୍ଚଳରେ ବନ୍ୟାଜଳ ପଶି ବହୁ ଲୋକଙ୍କ ଚାଳଘର ଭାଙ୍ଗିଯାଇଛି। କିଏ ଭଙ୍ଗା କାନ୍ଥ ମରାମତି କରୁଛି ତ ପୁଣି କିଏ ମୁଣ୍ଡ ଗୁଞ୍ଜିବା ପାଇଁ ପଲିଥିନ୍ ଟାଙ୍ଗୁଥିବା ଦେଖିବାକୁ ମିଳିଛି। ଶହ ଶହ ଏକର ଧାନ ଓ ପନିପରିବା ଜମି ଜଳମଗ୍ନ ହୋଇରହିଥିବାରୁ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। ପ୍ରଶାସନ ପକ୍ଷରୁ ତୁରନ୍ତ କ୍ଷୟକ୍ଷତି ଆକଳନ କରାଯାଇ ସରକାରୀ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି ହୋଇଛି।

ଏ ସମ୍ପର୍କରେ ହାଟଡିହୀ ବିଡ଼ିଓ ରଞ୍ଜନ କୁମାର ପରିଡ଼ା କହିଛନ୍ତି ଯେ ବୈତରଣୀ ନଦୀର ଜଳସ୍ତର କମିଯାଇଥିବାରୁ ବର୍ତ୍ତମାନ ଆଉ କୌଣସି ଗ୍ରାମ ପାଣି ଘେରରେ ନାହିଁ। ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ସମସ୍ତ ବନ୍ୟାଞ୍ଚଳର ନଳକୂପଗୁଡ଼ିକୁ ବିଶୋଧନ କରାଯାଉଛି ଏବଂ ତହସିଲ ପକ୍ଷରୁ ବନ୍ୟା କ୍ଷୟକ୍ଷତି ଆକଳନ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ…

ଜମିରୁ ଫେରିବା ବେଳେ ଚାଷୀଙ୍କୁ ଦନ୍ତା ଆକ୍ରମଣ: ଉଜୁଡ଼ିଲା ସଂସାର, ଘର ଚଳାଇବା କଷ୍ଟକର

ଜି.ଉଦୟଗିରି,୩୦।୭ (ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ବନାଞ୍ଚଳ ଅନ୍ତର୍ଗତ ଡଙ୍ଗାଏଜୁ ଗ୍ରାମର ସିରାପାଦେରୀ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। କିଛି…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri