ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା ଯୋଗୁ ବାରମ୍ବାର ବନ୍ୟା ହୋଇ ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲା ପ୍ରଭାବିତ ହୋଇଛି। ଏହି ପରିପ୍ରେକ୍ଷୀରେ ଗତ ୪ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ପୁଣି ଥରେ ମହାନଦୀରେ ବଡ଼ବନ୍ୟା ଆଶଙ୍କା ଉପୁଜିଛି। ଏଥର ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ବହୁ ଜିଲା ପ୍ରଭାବିତ ହେବାର ସମ୍ଭାବନା ଦେଖାଦେଇଛି ବୋଲି ରାଜ୍ୟ ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ରବିବାର କହିଛନ୍ତି।

ଇଆଇସି ରାଉତ କହିଛନ୍ତି, ରବିବାର ସନ୍ଧ୍ୟା ସୁଦ୍ଧା ୮ଲକ୍ଷ କ୍ୟୁସେକ୍‌ ଜଳ ପ୍ରବେଶ କରୁଥିବା ଦୃଷ୍ଟିରେ ରଖି ହୀରାକୁଦର ୨୮ଗେଟ୍‌ ଖୋଲା ଯାଇଛି। ସୋମବାର ପୂର୍ବାହ୍ନ ୧୦ଟାବେଳେ ହୀରାକୁଦର ଜଳସ୍ତର ଅନୁଧ୍ୟାନ କରାଯିବା ପରେ ଅଧିକ ଗେଟ୍‌ ଖୋଲାଯିବ କି ନାହିଁ ତା’ ଉପରେ ନିଷ୍ପତ୍ତି ନିଆଯିବ। ତେବେ ସନ୍ଧ୍ୟା ସୁଦ୍ଧା ୫ଲକ୍ଷ କ୍ୟୁସେକ୍‌ ଜଳ କେବଳ ମହାନଦୀରେ ପ୍ରବାହିତ ହେଉଥିବାବେଳେ ତେଲ ନଦୀରୁ ୨.୫୦ଲକ୍ଷ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି। ଏହାବାଦ୍‌ ଅନ୍ୟାନ୍ୟ ଉତ୍ସରୁ ୫୦ହଜାରରୁ ଊର୍ଦ୍ଧ୍ୱ କ୍ୟୁସେକ୍‌ ଜଳ ମିଶିବା ଦ୍ୱାରା ୮ଲକ୍ଷ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି। ସେଥିପାଇଁ ହୀରାକୁଦରୁ ୨୮ଟି ଗେଟ୍‌ ଖୋଲିବାକୁ ପଡିଛି, ଯେଉଁଥିପାଇଁ ମହାନଦୀ ଓ ଏହାର ଶାଖା ନଦୀଗୁଡ଼ିକରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ରାଉତ କହିଛନ୍ତି, ମୁଣ୍ଡଳିଠାରେ ପ୍ରାୟ ୭ ଲକ୍ଷ କ୍ୟୁସେକ୍‌ ଜଳ ରବିବାର ରାତିରେ ପ୍ରବାହିତ ହେବ। ତେବେ ଏଠାରେ ୮ ଲକ୍ଷ କ୍ୟୁସେକରୁ ଅଧିକ ଜଳ କିଭଳି ନ ପହଞ୍ଚତ୍ବ ସେଥିପାଇଁ ବିଭାଗ ପକ୍ଷରୁ ଏହି ସମସ୍ତ ପ୍ରକାର ଉଦ୍ୟମ କରାଯାଉଛି।

ରାଉତ କହିଛନ୍ତି, ମହାନଦୀ ସହିତ ଏହାର ବିଭିନ୍ନ ଶାଖା ନଦୀରେ ମଧ୍ୟ ଜଳସ୍ତର ବଢ଼ିବାର ଆଶଙ୍କା ରହିଛି। ଲୁଣା, କରାଣ୍ଡିଆ, ଚିତ୍ରୋତ୍ପଳା, କାଠଯୋଡ଼ି ଓ କୁଆଖାଇ ନଦୀରେ ବନ୍ୟା ପରିସ୍ଥିତି ଉପୁଜିପାରେ। ସେହିପରି ଦେବୀ, କନ୍ଦଳ, କୁଶଭଦ୍ରା, ଦୟା, ଭାର୍ଗବୀ, ରାଜୁଆ ଓ ମକରା ନଦୀରେ ମଧ୍ୟ ବନ୍ୟାଜଳ ପ୍ରବାହିତ ହେବା ଆଶଙ୍କା ରହିଛି। ୫ ଜିଲାର ତଳିଆ ଅଞ୍ଚଳରେ ବନ୍ୟା ପ୍ରଭାବ ରହିଛି। ବନ୍ୟାଜଳ ପ୍ରବାହ ବଢ଼ିଲେ ଖୋର୍ଦ୍ଧା, କଟକ, ପୁରୀ ଓ ଜଗତ୍‌ସିଂହପୁର ଜିଲାର ବିଭିନ୍ନ ତଳିଆ ଅଞ୍ଚଳ ପ୍ରଭାବିତ ହେବ। ବିଶେଷକରି କଣାସ, ବ୍ରହ୍ମଗିରି, ଗୋପ, ଏରସମା ଓ ବାଲିକୁଦା ଅଞ୍ଚଳ ଉପରେ ଅଧିକ ପ୍ରଭାବ ପଡ଼ିବାର ଆଶଙ୍କା ରହିଛି। ଏହାସହିତ କେନ୍ଦ୍ରାପଡ଼ା ଜିଲାର ପାଟକୁରା ଓ ଗରଦପୁର ଅଞ୍ଚଳ ମଧ୍ୟ ବନ୍ୟାଜଳ ଦ୍ୱାରା ପ୍ରଭାବିତ ହୋଇପାରେ। ଏହାଛଡ଼ା ବାଙ୍କୀ, ଆଠଗଡ଼ ଓ ବଡ଼ମ୍ବା ଅଞ୍ଚଳରେ ମଧ୍ୟ ଜଳମଗ୍ନତାର ଆଶଙ୍କା ରହିଛି। ହୀରାକୁଦ ଜଳଭଣ୍ଡାରକୁ ଜଳ ପ୍ରବେଶ ପରିମାଣ ଉପରେ ଜଳ ସମ୍ପଦ ବିଭାଗ ନଜର ରଖିଛି। ଜଳ ପ୍ରବେଶ ଅଧିକ ହେଲେ ପରିସ୍ଥିତି ଅନୁଯାୟୀ ଆହୁରି ଗେଟ୍‌ ଖୋଲାଯିବ। ମୁଣ୍ଡଳିରେ ଜଳ ପ୍ରବାହ ବଢ଼ିବାକୁ ଥିବାରୁ ମହାନଦୀ ଓ ଏହାର ଶାଖା ନଦୀ କୂଳରେ ଥିବା ତଳିଆ ଅଞ୍ଚଳ ଉପରେ ନଜର ରଖାଯାଇଛି। ବନ୍ୟା ସମ୍ଭାବନା ଥିବା ଅଞ୍ଚଳରେ ପ୍ରଶାସନ ପକ୍ଷରୁ ଆବଶ୍ୟକ ପ୍ରସ୍ତୁତି କରାଯାଇଛି। ଜଳସ୍ତର ଓ ପ୍ରବାହର ପରିବର୍ତ୍ତନ ଅନୁଧ୍ୟାନ କରି ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ଇଆଇସି ରାଉତ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?