ବନ୍ୟା ଧୋଇ ନେଲା ଖରିଫ ଫସଲ

ଅସ୍ତରଙ୍ଗ,(ଡି.ଏନ୍‌.ଏ.)୨୮।୮: ପୁରୀ ଜିଲାରେ ବନ୍ୟାର ବିଭୀଷିକା ଦେଖିବାକୁ ମିଳିଛି। ଏବେ ବନ୍ୟାଜଳର ସ୍ତର କମିଯାଇଥିଲେ ମଧ୍ୟ ବିଭିନ୍ନ ଗ୍ରାମାଞ୍ଚଳରେ ଜଳାର୍ଣ୍ଣବ ହୋଇଥିବାରୁ ଲୋକଙ୍କ ଦୁର୍ଦ୍ଦଶା କମିନି। ଏବେ ବି ଲୋକେ ପାଣିଘେରରେ ରହୁଥିବା ବେଳେ ଗ୍ରାମକୁ ରାସ୍ତା ଯୋଗାଯୋଗ ବିଚ୍ଛିନ୍ନ ସହ ବନ୍ୟାଜଳରେ ଚାଷ ଜମି ନଷ୍ଟ ହେବା ସହ ଖାଇବାକୁ ମଧ୍ୟ ମୁଠେ ଦାନା ଠିକ୍‌ ଭାବେ ମିଳିପାରୁନି। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ପ୍ରଶାସନର ଯଥେଷ୍ଟ ସହାୟତା ଓ ଚାଷୀମାନେ କରିଥିବା ଋଣ ପାଇଁ ସହାୟତା ପ୍ରଦାନ ପାଇଁ ଦାବି ହେଉଛି। ଅସ୍ତରଙ୍ଗ ଅଞ୍ଚଳର ୫ଟି ପଞ୍ଚାୟତର ହଜାର ହଜାର ଏକର ଚାଷ ଜମିରେ ବନ୍ୟାଜଳ ଜମି ରହି ଫସଲ, ପନିପରିବା ନଷ୍ଟ ହୋଇଗଲା। ଅସ୍ତରଙ୍ଗ ବ୍ଲକର ନଗର, ଆଳସାହି, ନଈଗୁଆଁ, ତାଳଦା, ଆଳଙ୍ଗପୁର ପଞ୍ଚାୟତର ଶହ ଶହ ଚାଷୀଙ୍କର ସମାନ ଅବସ୍ଥା। ଧାନ ଏବଂ ପରିବା ଚାଷ ନଷ୍ଟ ହେବା କାରଣରୁ ୬୦୦ରୁ ଊର୍ଦ୍ଧ୍ୱ ଚାଷୀ ସମବାୟ ବ୍ୟାଙ୍କରୁ ଋଣ କରି ଆଣିଥିବା ବେଳେ ଅନ୍ୟ କିଛି ଚାଷୀ ଘରୋଇ ଋଣ ଆଣି ହଜାର ହଜାର ଟଙ୍କା ଖର୍ଚ୍ଚ କରିିଥିବା ଚାଷ ଏବେ ନଷ୍ଟ ହେଇଯାଇଛି। ଫଳରେ ଚାଷୀଙ୍କ ମୁଣ୍ଡରେ ଏକପ୍ରକାର ଚଡ଼କ ପଡ଼ିଯାଇଛି। ବିଶେଷ ଭାବେ ନଗର ପଞ୍ଚାୟତର ୩ ହଜାର ଏକର ଚାଷ ଜମିରୁ ପ୍ରାୟ ୨ହଜାର ଚାଷ ଜମି ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ଚାଷୀମାନେ କହିଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ତଲଦା, ନଗର, ଆଳସାହି ଓ ଆଲଙ୍ଗପୁର ପଞ୍ଚାୟତକୁ ତୁରନ୍ତ ସର୍ଭେ କରି ରିପୋର୍ଟ ଦେବାକୁ ତହସିଲଦାର ରାଜଲକ୍ଷ୍ମୀ ନାୟକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବ୍ଲକ ପ୍ରଶାସନକୁ କ୍ଷୟକ୍ଷତି ଆକଳନ କରିବା ପାଇଁ କୁହାଯାଇଛି। କୃଷି ବିଭାଗ ଅଧିକାରୀ ଓ ଉଦ୍ୟାନ ବିଭାଗ ଅଧିକାରୀମାନଙ୍କୁ ମଧ୍ୟ ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ରହିଛି। ଏହି ସମସ୍ୟାକୁ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ତୁଷାରକାନ୍ତି ବେହେରା ଏବଂ ପ୍ରଶାସନ ଗୁରୁତ୍ୱ ସହ ନେଇ କିପରି ଚାଷୀଙ୍କ କ୍ଷତି ଭରଣା କରାଯାଇପାରିବ ସେଥିପ୍ରତି ଦୃଷ୍ଟି ଦେବା ଆବଶ୍ୟକ। ସମଗ୍ର ଚାଷୀଙ୍କ ପାଇଁ ଋଣ ଛାଡ କରିବାକୁ ରାଜ୍ୟ ସରକାର ଏକ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିବାକୁ ସାଧାରଣରେ ଦାବି ହେଉଛି। ଚାଷୀମାନଙ୍କ ସ୍ବାର୍ଥ ଆଉ ସମସ୍ୟା ପ୍ରତି ଦୃଷ୍ଟି ଦିଆ ନ ଗଲେ ଆଗାମୀ ଦିନରେ ଚାଷୀ ଆନ୍ଦୋଳନ ମୁଣ୍ଡ ଟେକିବ ବୋଲି ସ୍ଥାନୀୟ ଚାଷୀମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri