ବନ୍ୟା ଜଳ ଛାଡ଼ିଲା ବାଘୁଆ ଜଳଭଣ୍ଡାର

ବୁଗୁଡ଼ା,୧୪ା୮(ଡି.ଏନ୍‌.ଏ.): ଲଗାଣ ବର୍ଷା ଯୋଗୁ ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଘୁଆ ଜଳଭଣ୍ଡାରର ଜଳ ବିପଦ ସଙ୍କେତ ନିକଟରେ ପହଞ୍ଚିବା ପରେ ଜଳଭଣ୍ଡାରର ସୁରକ୍ଷା ଦୃଷ୍ଟିରୁ ତାର ଦୁଇଟି ଗେଟ୍‌ ଖୋଲାଯାଇ ୨୦୨୨ର ପ୍ରଥମ ବନ୍ୟା ଜଳକୁ ନଦୀରେ ଶନିବାର ରାତିରେ ଛଡ଼ାଯାଇଥିବା ଜଣାପଡ଼ିଛି। ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଏବଂ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ କୁମାର ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଉକ୍ତ ବନ୍ୟା ଜଳ ନିଷ୍କାସନ କରାଯାଇଥିବା ବାଘୁଆ ଉପବିଭାଜନ ସହ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ ସୂଚନା ଦେଇଛନ୍ତି। ତାଙ୍କର କହିବା ଅନୁଯାୟୀ, ଜଳଭଣ୍ଡାରରର ଜଳ ଧାରଣ ବିପଦ ସଙ୍କେତ ୧୧୩. ୮୫ ମିଟର ଥିବାବେଳେ ବର୍ତ୍ତମାନ ଏହା ୧୧୩.୬୦ ମିଟରରେ ପହଞ୍ଚି ବିପଦ ସଙ୍କେତର ନିକଟତର ହେଲାଣି। ତେଣୁ ଜଳଭଣ୍ଡାର ସୁରକ୍ଷା ଦୃଷ୍ଟିରୁ ବନ୍ୟାଜଳକୁ ଗେଟ୍‌ ଦେଇ ନଦୀଶଯ୍ୟାରେ ଛଡ଼ା ଯାଇଛି। ବର୍ତ୍ତମାନ ସୁଦ୍ଧା ଜଳଭଣ୍ଡାର ଭିତରକୁ ବର୍ଷା ଜଳ ପ୍ରତି ସେକେଣ୍ଡରେ ୩୦ ଘନ ମିଟର ପଶୁଥିବା ବେଳେ ପ୍ରତି ଗେଟ୍‌ ଦେଇ ମଧ୍ୟ ଅନୁରୂପ ସେକେଣ୍ଡରେ ୩୦ ଘନ ମିଟର ଜଳ ନିଷ୍କାସନ କରାଯାଉଛି। ନଦୀରେ ବନ୍ୟା ଜଳ ଛଡ଼ାଯିବା ପୂର୍ବରୁ ନଦୀକୂଳିଆ ଅଞ୍ଚଳର ଗ୍ରାମବାସୀଙ୍କୁ ମାଇକ୍‌ ଯୋଗେ ନଦୀ ଭିତରକୁ ନ ଯିବା ଏବଂ ଗୃହ ପାଳିତ ପଶୁମାନଙ୍କୁ ନ ଛାଡ଼ିବା ସକାଶେ ସତର୍କ ସୂଚନା ପ୍ରଶାସନ ପକ୍ଷରୁ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri