ବନ୍ୟା ଜଳ ଛାଡ଼ିଲା ବାଘୁଆ ଜଳଭଣ୍ଡାର

ବୁଗୁଡ଼ା,୧୪ା୮(ଡି.ଏନ୍‌.ଏ.): ଲଗାଣ ବର୍ଷା ଯୋଗୁ ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଘୁଆ ଜଳଭଣ୍ଡାରର ଜଳ ବିପଦ ସଙ୍କେତ ନିକଟରେ ପହଞ୍ଚିବା ପରେ ଜଳଭଣ୍ଡାରର ସୁରକ୍ଷା ଦୃଷ୍ଟିରୁ ତାର ଦୁଇଟି ଗେଟ୍‌ ଖୋଲାଯାଇ ୨୦୨୨ର ପ୍ରଥମ ବନ୍ୟା ଜଳକୁ ନଦୀରେ ଶନିବାର ରାତିରେ ଛଡ଼ାଯାଇଥିବା ଜଣାପଡ଼ିଛି। ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଏବଂ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ କୁମାର ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଉକ୍ତ ବନ୍ୟା ଜଳ ନିଷ୍କାସନ କରାଯାଇଥିବା ବାଘୁଆ ଉପବିଭାଜନ ସହ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ ସୂଚନା ଦେଇଛନ୍ତି। ତାଙ୍କର କହିବା ଅନୁଯାୟୀ, ଜଳଭଣ୍ଡାରରର ଜଳ ଧାରଣ ବିପଦ ସଙ୍କେତ ୧୧୩. ୮୫ ମିଟର ଥିବାବେଳେ ବର୍ତ୍ତମାନ ଏହା ୧୧୩.୬୦ ମିଟରରେ ପହଞ୍ଚି ବିପଦ ସଙ୍କେତର ନିକଟତର ହେଲାଣି। ତେଣୁ ଜଳଭଣ୍ଡାର ସୁରକ୍ଷା ଦୃଷ୍ଟିରୁ ବନ୍ୟାଜଳକୁ ଗେଟ୍‌ ଦେଇ ନଦୀଶଯ୍ୟାରେ ଛଡ଼ା ଯାଇଛି। ବର୍ତ୍ତମାନ ସୁଦ୍ଧା ଜଳଭଣ୍ଡାର ଭିତରକୁ ବର୍ଷା ଜଳ ପ୍ରତି ସେକେଣ୍ଡରେ ୩୦ ଘନ ମିଟର ପଶୁଥିବା ବେଳେ ପ୍ରତି ଗେଟ୍‌ ଦେଇ ମଧ୍ୟ ଅନୁରୂପ ସେକେଣ୍ଡରେ ୩୦ ଘନ ମିଟର ଜଳ ନିଷ୍କାସନ କରାଯାଉଛି। ନଦୀରେ ବନ୍ୟା ଜଳ ଛଡ଼ାଯିବା ପୂର୍ବରୁ ନଦୀକୂଳିଆ ଅଞ୍ଚଳର ଗ୍ରାମବାସୀଙ୍କୁ ମାଇକ୍‌ ଯୋଗେ ନଦୀ ଭିତରକୁ ନ ଯିବା ଏବଂ ଗୃହ ପାଳିତ ପଶୁମାନଙ୍କୁ ନ ଛାଡ଼ିବା ସକାଶେ ସତର୍କ ସୂଚନା ପ୍ରଶାସନ ପକ୍ଷରୁ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ, ଅଗ୍ନିଶମ ବାହିନୀର ଚାଲିଛି ଖୋଜାଖୋଜି

ଭୁବନେଶ୍ୱର, ୪।୭: ରାଜଧାନୀରେ ବର୍ଷା ଆରମ୍ଭ ହେଉ ହେଉ ଏକ ଅଘଟଣ ଘଟିଛି। ଭୁବନେଶ୍ୱରର ବାଣୀବିହାର ଅଞ୍ଚଳରେ ଥିବା ପ୍ରମୁଖ ଡ୍ରେନ୍‌ରେ ପ୍ରବଳ ସ୍ରୋତରେ ଭାସି ଜଣେ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ…

ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଆଜିଠୁ…

ଭୁବନେଶ୍ୱର,୪ା୭: ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଶନିବାରଠାରୁ ଡାକ୍ତରମାନେ କାର୍ଯ୍ୟରେ ଯୋଗ ଦେବେ ବୋଲି ମନ୍ତ୍ରୀ…

Parliament Monsoon Session: ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ, ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ,୪।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବ। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ X ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଭାରତ ସରକାରଙ୍କ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

IND vs ENG 2nd T20: ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ? ତାଙ୍କୁ ମୁକାବିଲା କରିବା ପାଇଁ ଯୋଜନା ପ୍ରସ୍ତୁତ

ନୂଆଦିଲ୍ଲୀ,୪।୭: ବୈଭବ ସୂର୍ଯ୍ୟବଂଶୀ କେବେ ତାଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିବେ? ଏହି ପ୍ରଶ୍ନ ବର୍ତ୍ତମାନ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ। ବୈଭବ ନିକଟରେ ଏକ ଇନଷ୍ଟାଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri