ମେଡିକାଲରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ

ଆନନ୍ଦପୁର,୧୧ା୫(ସ୍ବ.ପ୍ର.): ଅସାନି ପ୍ରଭାବରେ ଆନନ୍ଦପୁର ଅଞ୍ଚଳରେ ଅନୁଭୂତ ହୋଇଥିବା ସକାଳର ସାମାନ୍ୟ ବର୍ଷାରେ ଚିକିତ୍ସାଳୟ ମଧ୍ୟରେ ପାଣି ଲହଡ଼ି ଭାଙ୍ଗୁଥିବା ଦେଖିବାକୁ ମିଳିଛି। ଫଳରେ ରୋଗୀ ଏବଂ ସୋମାନଙ୍କ ସମ୍ପର୍କୀୟମାନେ ଯିବାଆସିବା ସମୟରେ ପଡ଼ି ଆହତ ହୋଇଛନ୍ତି।

ଏଭଳି ଘଟଣା ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟର ୫୦ ଶଯ୍ୟା ବିଶିଷ୍ଟ ମାତୃ ଓ ନବଜାତ ସ୍ବାସ୍ଥ୍ୟକେନ୍ଦ୍ରର ବହୁ ତଳ ପ୍ରାସାଦରେ ଦେଖାଯାଇଛି। ପ୍ରାୟ ୧୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ଏହି ସ୍ବାସ୍ଥ୍ୟକେନ୍ଦ୍ରର କୋଠା ଛାତରୁ ପାଣି ଗଳି ବିଭିନ୍ନ ଓ୍ବାର୍ଡ ସମେତ ଟିକାକରଣ କେନ୍ଦ୍ର ଏବଂ ଅଭ୍ୟର୍ଥନା ପ୍ରକୋଷ୍ଠରେ ଜଳାର୍ଣ୍ଣବ ହୋଇଥିଲା। ସ୍ବାସ୍ଥ୍ୟସେବା ପାଇଁ ଆସିଥିବା ଗର୍ଭବତୀ ମହିଳା ଓ ଟିକାକରଣକୁ ଆସିଥିବା ନବଜାତକମାନେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଆଶୁରୋଗୀଙ୍କ ଚିକିତ୍ସା ପାଇଁ ଆସିଥିବା ସହାୟକମାନେ ଏବଂ କେତେକ ଶିଶୁ ରୋଗୀ ଏହି ଜଳ ପ୍ରଭାବରେ ଟାଇଲ୍‌ ଉପରେ ପଡ଼ି ଅଣ୍ଟାପିଠି ମୁଣ୍ଡରେ ଆଘାତ ପାଇଥିବା ଅଭିଯୋଗ ହୋଇଛି।

କେନ୍ଦୁଝର ଜିଲା ଆନନ୍ଦପୁରଠାରେ ରହିଥିବା ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟର ନବ ନିର୍ମିତ ଏହି କୋଠା ମାତ୍ର ତିନି ବର୍ଷ ହେବ କାର୍ଯ୍ୟକ୍ଷମ ହୋଇଥିବାବେଳେ କୋଟି କୋଟି ଟଙ୍କାର ବ୍ୟୟ ଅଟକଳରେ ନିର୍ମିତ ଏହି କୋଠାର ନିର୍ମାଣ ଶୈଳୀକୁ ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଠିକାଦାର ଓ ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକାରେ ନିମ୍ନମାନର ନିର୍ମାଣ ଶୈଳୀ ବୋଲି ସମାଜସେବୀ ବୁଲୁ ପଟ୍ଟନାୟକ, ରୋଗୀଙ୍କ ସମ୍ପର୍କୀୟ ମୁନା ନାୟକ ଏବଂ ମନୋଜ କୁମାର ସ୍ବାଇଁ ପ୍ରମୁଖ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri