ମେଡିକାଲରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ

ଆନନ୍ଦପୁର,୧୧ା୫(ସ୍ବ.ପ୍ର.): ଅସାନି ପ୍ରଭାବରେ ଆନନ୍ଦପୁର ଅଞ୍ଚଳରେ ଅନୁଭୂତ ହୋଇଥିବା ସକାଳର ସାମାନ୍ୟ ବର୍ଷାରେ ଚିକିତ୍ସାଳୟ ମଧ୍ୟରେ ପାଣି ଲହଡ଼ି ଭାଙ୍ଗୁଥିବା ଦେଖିବାକୁ ମିଳିଛି। ଫଳରେ ରୋଗୀ ଏବଂ ସୋମାନଙ୍କ ସମ୍ପର୍କୀୟମାନେ ଯିବାଆସିବା ସମୟରେ ପଡ଼ି ଆହତ ହୋଇଛନ୍ତି।

ଏଭଳି ଘଟଣା ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟର ୫୦ ଶଯ୍ୟା ବିଶିଷ୍ଟ ମାତୃ ଓ ନବଜାତ ସ୍ବାସ୍ଥ୍ୟକେନ୍ଦ୍ରର ବହୁ ତଳ ପ୍ରାସାଦରେ ଦେଖାଯାଇଛି। ପ୍ରାୟ ୧୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ଏହି ସ୍ବାସ୍ଥ୍ୟକେନ୍ଦ୍ରର କୋଠା ଛାତରୁ ପାଣି ଗଳି ବିଭିନ୍ନ ଓ୍ବାର୍ଡ ସମେତ ଟିକାକରଣ କେନ୍ଦ୍ର ଏବଂ ଅଭ୍ୟର୍ଥନା ପ୍ରକୋଷ୍ଠରେ ଜଳାର୍ଣ୍ଣବ ହୋଇଥିଲା। ସ୍ବାସ୍ଥ୍ୟସେବା ପାଇଁ ଆସିଥିବା ଗର୍ଭବତୀ ମହିଳା ଓ ଟିକାକରଣକୁ ଆସିଥିବା ନବଜାତକମାନେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଆଶୁରୋଗୀଙ୍କ ଚିକିତ୍ସା ପାଇଁ ଆସିଥିବା ସହାୟକମାନେ ଏବଂ କେତେକ ଶିଶୁ ରୋଗୀ ଏହି ଜଳ ପ୍ରଭାବରେ ଟାଇଲ୍‌ ଉପରେ ପଡ଼ି ଅଣ୍ଟାପିଠି ମୁଣ୍ଡରେ ଆଘାତ ପାଇଥିବା ଅଭିଯୋଗ ହୋଇଛି।

କେନ୍ଦୁଝର ଜିଲା ଆନନ୍ଦପୁରଠାରେ ରହିଥିବା ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟର ନବ ନିର୍ମିତ ଏହି କୋଠା ମାତ୍ର ତିନି ବର୍ଷ ହେବ କାର୍ଯ୍ୟକ୍ଷମ ହୋଇଥିବାବେଳେ କୋଟି କୋଟି ଟଙ୍କାର ବ୍ୟୟ ଅଟକଳରେ ନିର୍ମିତ ଏହି କୋଠାର ନିର୍ମାଣ ଶୈଳୀକୁ ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଠିକାଦାର ଓ ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକାରେ ନିମ୍ନମାନର ନିର୍ମାଣ ଶୈଳୀ ବୋଲି ସମାଜସେବୀ ବୁଲୁ ପଟ୍ଟନାୟକ, ରୋଗୀଙ୍କ ସମ୍ପର୍କୀୟ ମୁନା ନାୟକ ଏବଂ ମନୋଜ କୁମାର ସ୍ବାଇଁ ପ୍ରମୁଖ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri