ଗୋରୁଚରାଳିଙ୍କ ବଂଶୀବାଦନ ମନ ଜିଣୁଛି

ବୋଲଗଡ଼,୨୭।୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ବେଲପଦର ଗ୍ରାମର ଯୋଗୀନାଥ ବେହେରା। ବୟସ ୪୦ବର୍ଷ। ପେସାରେ ସେ ଜଣେ ଗୋରୁଚରାଳି ହୋଇଥିଲେ ମଧ୍ୟ ନିଶା ହେଉଛି ବଂଶୀବାଦନ। ଏହି କଳା କାହାଠାରୁ ଶିଖି ନ ଥିବାବେଳେ ତାଙ୍କର ବଂଶୀବାଦନ ସମସ୍ତଙ୍କୁ ବିମୋହିତ କରିଥାଏ। ତାଙ୍କର ଏଭଳି ସୁନ୍ଦର ବଂଶୀବାଦନକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ଖୋର୍ଦ୍ଧା ଜିଲା କଳା, ସଂସ୍କୃତି, ଐତିହ୍ୟ ଓ ପରମ୍ପରାର ଗନ୍ତାଘର ପାଲଟିଥିବା ବେଳେ ଯୋଗୀନାଥଙ୍କ ଏଭଳି ପ୍ରତିଭା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହେଉଛନ୍ତି। ପ୍ରତିଦିନ ନିତ୍ୟକର୍ମ ସାରି ସକାଳେ ଗ୍ରାମର ଗୋରୁଙ୍କୁ ସ୍ଥାନୀୟ ଜଙ୍ଗଲରେ ଚରିବା ପାଇଁ ଛାଡ଼ିଦେଇଥାନ୍ତି। ଏହା ପରେ ସେ ବେଲପଦର ଗ୍ରାମ ନିକଟ ପାହାଡ଼ ତଳ ଘଞ୍ଚ ଜଙ୍ଗଲ ମଧ୍ୟରେ ଅବସ୍ଥିତ ମା’ ଡାକଦେବୀ ପୀଠରେ ପହଞ୍ଚିଯାନ୍ତି। ଏଠାରେ ମା’ଙ୍କୁ ଧ୍ୟାନ କରିବା ସହ ବିଭିନ୍ନ ଭଙ୍ଗୀ ତଥା ସ୍ବରରେ ବଂଶୀବାଦନ କରିଥାନ୍ତି। ତାଙ୍କର ଏହି ବଂଶୀ ସ୍ବର ଶୁଣିବାକୁ ଅନେକ ଶ୍ରୋତା ମଧ୍ୟ ଆସିଥାନ୍ତି। ଏଥିସହ ଶ୍ରୋତାଙ୍କ ଅନୁରୋଧରେ ବିଭିନ୍ନ ସ୍ବରରେ ବଂଶୀ ବଜାଇଥାନ୍ତି। ପ୍ରାୟ ୨୦ବର୍ଷ ହେବ ଏଠାରେ ସେ ବଂଶୀ ବଜାଉଛନ୍ତି। ମା’ ଡାକଦେବୀଙ୍କ କୃପାରୁ ସ୍ବର ଆପେ ଆପେ ଆସିଯାଏ ବୋଲି ଯୋଗୀନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri