ମେଡିକାଲ ଖର୍ଚ୍ଚ ଦେବାକୁ ଯାଉଥିବା ବେଳେ ଧରିଲା ଫ୍ଲାଇଂ ସ୍କ୍ୱାଡ 

ହାଟଡିହୀ,୨୩l୫(ଶୁଭକାନ୍ତ ନାୟକ): ମେ’ ୨୫ରେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଫଳରେ ନିର୍ବାଚନୀ ପ୍ରଚାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି।

ସୂଚନାନୁସାରେ, ଗୁରୁବାର ଅପରାହ୍ନରେ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କ ସ୍ତ୍ରୀ ସାବିତ୍ରୀ ଆନନ୍ଦପୁର ବ୍ଲକ ଅଧ୍ୟକ୍ଷା ଅଞ୍ଜନା ବାରିକଙ୍କ ସ୍ୱାମୀ ଅସୁସ୍ଥ ଥିବାରୁ ତାଙ୍କୁ ଦେଖା କରିବାକୁ ଯାଉଥିଲେ। ଏଥିସହ ଆନନ୍ଦପୁର ବ୍ଲକ ଅଧ୍ୟକ୍ଷା ଧାରସୂତ୍ରରେ ଆର୍ଥିକ ସହାୟତା ସାବିତ୍ରୀଙ୍କୁ ୧ ଲକ୍ଷ୍ ଟଙ୍କା ମାଗିଥିଲେ। ସାବିତ୍ରୀ ଗୁରୁବାର ୮୫ ହଜାର ଟଙ୍କା ନେଇ ନିଜ ଗାଡ଼ିରେ ଯାଉଥିଲେ। ଯାଉଥିବା ବେଳେ ନିର୍ବାଚନକୁ ଆଖି ଆଗରେ ରଖି ଆନନ୍ଦପୁର- ଭଦ୍ରକ ୫୩ ନଂ ରାଜ୍ୟ ରାଜପଥର ତରତରାଠାରେ ପୂର୍ବରୁ ବିଭିନ୍ନ ଗାଡିକୁ ଫ୍ଲାଇଂ ସ୍କ୍ୱାଡ ଚେକ କରୁଥିଲା। ଉକ୍ତ ଟିମ୍ ସାବିତ୍ରୀଙ୍କ ଗାଡିକୁ ଚେକ କରିଥିଲା। ତାଙ୍କ ଠାରୁ ୮୪ ହଜାର ୪୦୦ ଟଙ୍କା ଜବତ କରିଥିଲା। ସାବିତ୍ରୀ କହିଛନ୍ତି, ଆନନ୍ଦପୁର ବ୍ଲକ ଅଧ୍ୟକ୍ଷା ମେଡିକାଲ ଖର୍ଚ୍ଚ ପାଇଁ ଧାର ସୂତ୍ରରେ ଆର୍ଥିକ ସହାୟତା ମାଗିଥିଲେ। ସେହି ଟଙ୍କା ନେଇ ଯାଉଥିବା ବେଳେ ସ୍କ୍ୱାଡ ଟିମ ଉକ୍ତ ଟଙ୍କା ଜବତ କରି ନେଇଛନ୍ତି। ସାବିତ୍ରୀ ହାଟଡିହୀ ବ୍ଲକ ଅଧ୍ୟକ୍ଷା ଭାବେ ଏବେ କାର୍ଯ୍ୟ କରୁଛନ୍ତି। ଅପରପକ୍ଷେ ବିରୋଧୀ ଏହାକୁ ନେଇ ରାଜନୈତିକ ରୂପ ଦେବା ଆରମ୍ଭ କରିଦେଇଛି। ଭୋଟରଙ୍କୁ ଟଙ୍କା ବାଣ୍ଟିବା ପାଇଁ ଯାଉଥିବା ବେଳେ ଟିମ ଧରିଥିବା ବିରୋଧୀ କହୁଛନ୍ତି। ଏହାର ଜବାବରେ ସାବିତ୍ରୀ କହିଛନ୍ତି, ନିର୍ବାଚନ ସମୟରେ ଟଙ୍କା ବାଣ୍ଟିବା ପାଇଁ ଦିନରେ କେହି ରାଜରାସ୍ତାରେ ୮୪ ହଜାର ୪୦୦ ଟଙ୍କା ଧରି ଯାଆନ୍ତି ନାହିଁ। ମିଛ କହି ଅପପ୍ରଚାର କରିବା ବିରୋଧୀଙ୍କ ଏକ ଜନ୍ମଗତ ଅଭ୍ୟାସ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଗାବାଡ଼ିକୁ କେନ୍ଦ୍ର କରି ସାନ ଭାଇଙ୍କୁ ହାଣିଲେ ବଡ଼

ମୋରଡ଼ା,୧୬ା୬(ସ୍ମାରକ ମାଜୀ): ଜାଗାବାଡ଼ିକୁ ନେଇ ସାନ ଭାଇଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ବଡ଼ ଭାଇ। ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା...

ଅବସର ପରେ ବି ଶିକ୍ଷକଙ୍କୁ ମିଳୁନି ସମ୍ପୂର୍ଣ୍ଣ ପେନ୍‌ସନ

ଭବାନୀପାଟଣା,୧୬ା୬ (ଉତ୍ତମ କୁମାର ଦାଶ)ସରକାରୀ କର୍ମଚାରୀ ଅବସର ପାଇବା ପରେ ପେନ୍‌ସନ୍‌ ପାଇବା ପାଇଁ ସରକାରୀ ବ୍ୟବସ୍ଥା ରହିଛି। ହେଲେ କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ...

ସଚେତନତାରେ ସୀମିତ ବିଇଏମ୍‌ସିର ଡେଙ୍ଗୁ ନିୟନ୍ତ୍ରଣ

ବ୍ରହ୍ମପୁର,୧୬ା୬(ଅଶୋକ କୁମାର ସାହୁ)ମୌସୁମୀ ବର୍ଷା ଆରମ୍ଭ ହୋଇ ନ ଥିଲେ ବି ବ୍ରହ୍ମପୁର ସହରରେ ଡେଙ୍ଗୁ ଡରାଇବାକୁ ଲାଗିଲାଣି। କିଛି ଦିନ ତଳେ ସହରରେ ଦୁଇ...

ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ନାହିଁ ଏସି

ନୟାଗଡ଼,୧୬।୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ମାତୃ ଶିଶୁ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ଏସି ନ ଥିବାରୁ ଗ୍ରୀଷ୍ମର ପ୍ରକୋପରେ...

୫- ଟି, ନବୀନ ଓଡ଼ିଶା ବ୍ୟାଗ୍‌ ପୋଡ଼ିଲେ

ବାଉଁଶୁଣୀ,୧୬ା୬(ଦେବାଶିଷ ନେପାକ)ବୌଦ୍ଧ ଜିଲା ବାଉଁଶୁଣୀ ଛକ ନିକଟରେ ଶନିବାର ୫- ଟି ଆମ ଓ ନବୀନ ଓଡ଼ିଶା ବ୍ୟାଗ୍‌କୁ ଭାଜପା କର୍ମୀ ପୋଡ଼ୁଥିବା ଦେଖିବାକୁ ମିଳିଛି।...

ପିସି ନେଲେ କି ଦେଲେ ଦଳରୁ ବିଦା: ମନମୋହନ

ଚାନ୍ଦବାଲି,୧୬ା୬(କିଷାନ ପାତ୍ର)ଓଡ଼ିଶାରେ ଏବେ ଭାଜପା ସରକାର ଗଠନ କରିଛି। ଭାଜପା ସରକାର ହେଉଛି ସାଧାରଣ ଲୋକଙ୍କ ସରକାର। ଲୋକଙ୍କ କାମ ସୁବିଧାରେ ଓ ମାଗଣାରେ ହେବ।...

ପୂର୍ବ ଶଙ୍କରାଚାର୍ଯ୍ୟଙ୍କ ସମାଧି ସ୍ଥାନରେ ଘର ନିର୍ମାଣ ଅଭିଯୋଗ

ପୁରୀ,୧୬ା୬(ଅଜିତ୍‌ କୁମାର ମହାନ୍ତି)ସନାତନ ହିନ୍ଦୁ ଧର୍ମରେ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କ ସ୍ଥାନ ସର୍ବୋଚ୍ଚ। ଚାରିଗୋଟି ପୀଠ ମଧ୍ୟରୁ ପୁରୀର ଗୋବର୍ଦ୍ଧନ ପୀଠ ଅନ୍ୟତମ। ଆଦି ଶଙ୍କରଙ୍କ ପରେ...

ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଭୁବନେଶ୍ବର,୧୫।୬: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଶନିବାର ପରଲୋକ ହୋଇଛି। ମୁରଲୀଧରଙ୍କ ପରଲୋକ ଖବର ଜାଣିବା ପରେ ବର୍ତ୍ତମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri