ଫ୍ଲାଏଓଭର ବ୍ରିଜ୍‌ କାମ ନିମ୍ନମାନର

ବଇଣ୍ଡା,୧୭।୪(ଡି.ଏନ.ଏ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁରଠାରେ ନିର୍ମାଣାଧୀନ ୫୫ନଂ. ଜାତୀୟ ରାଜପଥ ଫ୍ଲାଏଓଭର କାମ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏ ନେଇ ସରପଞ୍ଚ ସଞ୍ଜୀବ କୁମାର ପ୍ରଧାନ ଶୁକ୍ରବାର ଅନୁଗୋଳ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।
ଅଭିଯୋଗପତ୍ରରେ ଦର୍ଶାଯାଇଛି, କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣରେ ବହୁ କୋଟି ଟଙ୍କା ଖର୍ଚ୍ଚ ହେଉଛି। ଠିକାସଂସ୍ଥା ମାଧ୍ୟମରେ ରାସ୍ତାକାମ କରାଯାଉଛି। ତେବେ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)ର ଅଧିକାରୀମାନେ ରାସ୍ତାକାମ ତଦାରଖ କରୁ ନ ଥିବାରୁ ଠିକାସଂସ୍ଥା ମନଇଚ୍ଛା କାମ କରୁଛି। ବିଶେଷ କରି ଫ୍ଲାଏଓଭର ବ୍ରିଜ୍‌ରେ ଲାଗିବାକୁ ଥିବା ଗ୍ଲାଡ୍‌ ନିର୍ମାଣ ଅତି ନିମ୍ନମାନର ହେଉଛି। କେତେକ ଗ୍ଲାଡ୍‌ରୁ ସିମେଣ୍ଟ ଖସିଯାଇଛି। ବାହାରକୁ ଲୁହା ରଡ୍‌ ଦେଖାଯାଉଛି। କାମରେ ଆବଶ୍ୟକତା ଅନୁଯାୟୀ ପାଣି ସିଞ୍ଚନ କରାଯାଉନାହିଁ। ଭାଗମାପ ଅନୁଯାୟୀ ସିମେଣ୍ଟ ବ୍ୟବହାର ହେଉନାହିଁ। କାମ ସମୟରେ କୌଣସି ଅଧିକାରୀ ଯାଞ୍ଚ କରୁନାହାନ୍ତି। ଏ ସଂକ୍ରାନ୍ତରେ ଠିକାସଂସ୍ଥାକୁ ବାରମ୍ବାର ଅବଗତ କରାଯିବା ସତ୍ତ୍ୱେ କୌଣସି ସୁଫଳ ମିଳୁନାହିଁ। ତେଣୁ ଏ ଦିଗରେ ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ସରପଞ୍ଚ ଦାବି କରିଛନ୍ତି।
ଅଭିଯୋଗ ସମ୍ପର୍କରେ ଠିକାସଂସ୍ଥା ପରିଚାଳକ ଆର. ନାୟକଙ୍କ ଦୃଷ୍ଟି ଆକର୍ଷଣ କରିବାରେ ସେ କାମ ଠିକ୍‌ କରାଯାଉଛି ବୋଲି କହି ପ୍ରସଙ୍ଗକୁ ଏଡ଼ାଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆ ଆତଙ୍କବାଦୀ ଆକ୍ରମଣ ସହ ଭାରତୀୟ ପାସପୋର୍ଟ ମଧ୍ୟରେ କ’ଣ ରହିଛି ସମ୍ପର୍କ? ନୂଆ ତଥ୍ୟକୁ ନେଇ ହଇଚଇ

ସିଡନୀ,୧୬।୧୨: ଅଷ୍ଟ୍ରେଲିଆରେ ଯିହୁଦୀ ସମ୍ପ୍ରଦାୟକୁ ଟାର୍ଗେଟ କରି ହୋଇଥିବା ବଣ୍ଡି ଆତଙ୍କବାଦୀ ଆକ୍ରମଣର ତଦନ୍ତ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଫିଲିପାଇନ୍ସ ସରକାର...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ ମୃତ୍ୟୁ...

ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…

ନୂଆପଡ଼ା,୧୬।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍‌ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ...

ଏହି ଦିନଠୁ ଆରମ୍ଭ ହେବ IPL 2026: ଆସିଗଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୬।୧୨: ଇଣ୍ଡିଆନ ପ୍ରିମିୟର ଲିଗର ପରବର୍ତ୍ତୀ ସିଜିନ ୨୬ ମାର୍ଚ୍ଚରୁ ମେ ୩୧ (ଟୁର୍ନାମେଣ୍ଟ ପାଇଁ ନିର୍ଦ୍ଧାରିତ ସମୟ) ମଧ୍ୟରେ ଅନୁଷ୍ଠିତ ହେବ। ରୟାଲ ଚ୍ୟାଲେଞ୍ଜର୍ସ...

ଭୋଟର ଲିଷ୍ଟରୁ କଟିଲା ୫୮ଲକ୍ଷରୁ ଅଧିକଙ୍କ ନାମ ନିର୍ବାଚନ କମିଶନ ଜାରି କଲେ SIRର ଡ୍ରାପ୍ଟ ଲିଷ୍ଟ

କୋଲକାତା,୧୬।୧୨: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ, ନିର୍ବାଚନ କମିଶନ ମଙ୍ଗଳବାର ସକାଳେ ତାଙ୍କ ୱେବସାଇଟରେ ୨୦୨୬ ଡ୍ରାଫ୍ଟ ଭୋଟର ତାଲିକାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri